Biblia Todo Logo
Bib sou entènèt

- Piblisite -




ଗୀତସଂହିତା 146:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଯାକୁବର ପରମେଶ୍ୱର ଯାହାର ସାହାଯ୍ୟ ସ୍ୱରୂପ, ସଦାପ୍ରଭୁ ଆପଣା ପରମେଶ୍ୱର ଯାହାର ଆଶାଭୂମି, ସେ ଲୋକ ଧନ୍ୟ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଯାକୁବର ପରମେଶ୍ଵର ଯାହାର ସାହାଯ୍ୟ ସ୍ଵରୂପ, ସଦାପ୍ରଭୁ ଆପଣା ପରମେଶ୍ଵର ଯାହାର ଆଶାଭୂମି, ସେ ଲୋକ ଧନ୍ୟନ୍ତ

Gade chapit la Kopi

ଓଡିଆ ବାଇବେଲ

5 ଯାକୁବର ପରମେଶ୍ୱର ଯାହାର ସାହାଯ୍ୟ ସ୍ୱରୂପ, ସଦାପ୍ରଭୁ ଆପଣା ପରମେଶ୍ୱର ଯାହାର ଆଶାଭୂମି, ସେ ଲୋକ ଧନ୍ୟ;

Gade chapit la Kopi

ପବିତ୍ର ବାଇବଲ

5 କିନ୍ତୁ ସେହିମାନେ ଭାଗ୍ୟବାନ୍ ଯେଉଁମାନଙ୍କର ଯାକୁବର ପରମେଶ୍ୱର ଅଛନ୍ତି, ସେହିମାନଙ୍କୁ ସାହାଯ୍ୟ କରିବା ପାଇଁ, ସେହିମାନେ ସେମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ଉପରେ ନିର୍ଭର କରନ୍ତି।

Gade chapit la Kopi




ଗୀତସଂହିତା 146:5
17 Referans Kwoze  

ଏହିପରି ଅବସ୍ଥାପନ୍ନ ଗୋଷ୍ଠୀ ଧନ୍ୟ; ହଁ, ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ୱର, ସେ ଧନ୍ୟ!


କାରଣ ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ହିଁ ମୋହର ଭରସା; ମୋʼ ବାଲ୍ୟକାଳରୁ ତୁମ୍ଭେ ମୋହର ବିଶ୍ୱାସଭୂମି।


ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ୱର, ସେ ଧନ୍ୟ; ସେ ଯେଉଁ ଲୋକମାନଙ୍କୁ ଆପଣା ଅଧିକାରାର୍ଥେ ମନୋନୀତ କରିଅଛନ୍ତି, ସେମାନେ ଧନ୍ୟ।


ହେ ସୈନ୍ୟାଧିପତି ପରମେଶ୍ୱର, ଯେଉଁ ଲୋକ ତୁମ୍ଭଠାରେ ଶରଣ ନିଏ, ସେ ଧନ୍ୟ।


ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। [ସେଲା]


ଯେଉଁ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ୱିତ କରିଅଛନ୍ତି, ସେହି ଈଶ୍ବରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ୱାରା ବିଶ୍ୱାସ କରୁଅଛ, ଏଣୁ ଈଶ୍ବର ତୁମ୍ଭମାନଙ୍କର ବିଶ୍ୱାସ ଓ ଭରସାର ସ୍ଥାନ ଅଟନ୍ତି।


ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ହେ ଯାକୁବର ପରମେଶ୍ୱର, କର୍ଣ୍ଣପାତ କର। [ସେଲା]


ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି।


ହେ ପ୍ରଭୋ, ଏବେ ମୁଁ କାହିଁର ଅପେକ୍ଷା କରିବି? ମୋହର ପ୍ରତ୍ୟାଶା ତୁମ୍ଭଠାରେ ଅଛି।


ସେ ଆହୁରି କହିଲେ, “ଆମ୍ଭେ ତୁମ୍ଭର ପୈତୃକ ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର ଓ ଇସ୍‌ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର।” ତହିଁରେ ମୋଶା ଆପଣା ମୁଖ ଆଚ୍ଛାଦନ କଲେ, କାରଣ ସେ ପରମେଶ୍ୱରଙ୍କ ପ୍ରତି ଦୃଷ୍ଟି କରିବାକୁ ଭୀତ ହେଲେ।


ହେ ଇସ୍ରାଏଲ, ତୁମ୍ଭେ ଧନ୍ୟ ଅଟ; ତୁମ୍ଭ ତୁଲ୍ୟ କିଏ ଅଛି? ତୁମ୍ଭେ ସଦାପ୍ରଭୁଙ୍କ ଦ୍ୱାରା ଉଦ୍ଧାର ପ୍ରାପ୍ତ ଲୋକ, ସେ ତୁମ୍ଭର ଉପକାର ରୂପ ଢାଲ ଓ ସେ ତୁମ୍ଭର ମାହାତ୍ମ୍ୟ ରୂପ ଖଡ୍ଗ! ଏଣୁ ତୁମ୍ଭର ଶତ୍ରୁମାନେ ଆପେ ତୁମ୍ଭର ବଶୀଭୂତ ହେବେ; ପୁଣି ତୁମ୍ଭେ ସେମାନଙ୍କ ଉଚ୍ଚସ୍ଥଳୀମାନ ଦଳନ କରିବ।


ତୁମ୍ଭ ଭାଇମାନେ ତୁମ୍ଭର ମନ୍ଦ କରିଅଛନ୍ତି; ମାତ୍ର ତୁମ୍ଭେ ଅନୁଗ୍ରହ କରି ସେମାନଙ୍କର ସେହି ଅଧର୍ମ ଓ ପାପ ମାର୍ଜନା କରିବ;’ ଏଥିପାଇଁ ଆମ୍ଭେମାନେ ବିନୟ କରୁଅଛୁ, ତୁମ୍ଭ ପୈତୃକ ପରମେଶ୍ୱରଙ୍କ ଦାସଗଣର ଅଧର୍ମ ମାର୍ଜନା କର।” ସେମାନେ ଏହି କଥା କହିବା ବେଳେ ଯୋଷେଫ କାନ୍ଦିବାକୁ ଲାଗିଲେ।


ସେମାନେ ନତ ହୋଇ ପତିତ ହୋଇଅଛନ୍ତି; ମାତ୍ର ଆମ୍ଭେମାନେ ଉଠି ସଳଖ ଠିଆ ହେଉଅଛୁ।


ଆସ, ସଦାପ୍ରଭୁଙ୍କର କାର୍ଯ୍ୟସବୁ ଦେଖ, ସେ ପୃଥିବୀରେ କି ପ୍ରକାର ଉଜାଡ଼ କରିଅଛନ୍ତି!


ଯେଉଁ ଲୋକ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କରେ, ସେ ମଙ୍ଗଳ ପାଏ, ପୁଣି ସଦାପ୍ରଭୁଙ୍କଠାରେ ଯେ ନିର୍ଭର କରେ, ସେ ଧନ୍ୟ।


Swiv nou:

Piblisite


Piblisite