Biblia Todo Logo
Bib sou entènèt

- Piblisite -




ଗୀତସଂହିତା 16:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଯେଉଁମାନେ ସଦାପ୍ରଭୁଙ୍କ ପରିବର୍ତ୍ତରେ ଅନ୍ୟ ଦେବତାକୁ ଗ୍ରହଣ କରନ୍ତି, ସେମାନଙ୍କ ଦୁଃଖ ବଢ଼ିଯିବ; ସେମାନଙ୍କ ଦତ୍ତ ରକ୍ତର ପେୟ-ନୈବେଦ୍ୟ ମୁଁ ଉତ୍ସର୍ଗ କରିବି ନାହିଁ, କିଅବା ମୁଁ ସେମାନଙ୍କ ଦେବତାଗଣର ନାମ ଆପଣା ଓଷ୍ଠାଧରରେ ନେବି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଯେଉଁମାନେ ସଦାପ୍ରଭୁଙ୍କ ପରିବର୍ତ୍ତରେ ଅନ୍ୟ ଦେବତାକୁ ଗ୍ରହଣ କରନ୍ତି, ସେମାନଙ୍କ ଦୁଃଖ ବଢ଼ିଯିବ; ସେମାନଙ୍କ ଦତ୍ତ ରକ୍ତର ପେୟ-ନୈବେଦ୍ୟ ମୁଁ ଉତ୍ସର୍ଗ କରିବି ନାହିଁ, କିଅବା ମୁଁ ସେମାନଙ୍କ ନାମ ଆପଣା ଓଷ୍ଠାଧରରେ ନେବି ନାହିଁ।

Gade chapit la Kopi

ଓଡିଆ ବାଇବେଲ

4 ଯେଉଁମାନେ ସଦାପ୍ରଭୁଙ୍କ ପରିବର୍ତ୍ତରେ ଅନ୍ୟ ଦେବତାକୁ ଗ୍ରହଣ କରନ୍ତି, ସେମାନଙ୍କ ଦୁଃଖ ବଢ଼ିଯିବ; ସେମାନଙ୍କ ଦତ୍ତ ରକ୍ତର ପେୟ-ନୈବେଦ୍ୟ ମୁଁ ଉତ୍ସର୍ଗ କରିବି ନାହିଁ, କିଅବା ମୁଁ ସେମାନଙ୍କ ଦେବତାଗଣର ନାମ ଆପଣା ଓଷ୍ଠାଧରରେ ନେବି ନାହିଁ।

Gade chapit la Kopi

ପବିତ୍ର ବାଇବଲ

4 କିନ୍ତୁ ଯେଉଁ ଲୋକମାନେ ଅନ୍ୟ ଦେବତାମାନଙ୍କୁ ପୂଜା କରନ୍ତି, ସେମାନେ ଅଧିକ ଦୁଃଖ ପାଆନ୍ତି। ମୁଁ ସେମାନଙ୍କ ସହିତ ଏକମତ ହୋଇ ପାରିବି ନାହିଁ। ଯେଉଁମାନେ ସେହି ମୂର୍ତ୍ତିଗୁଡ଼ିକ ଆଗରେ ରକ୍ତ ଅର୍ପଣ କରନ୍ତି, ସେମାନଙ୍କର ନାମ ମୁଁ କେବେ ଉଚ୍ଚାରଣ କରିବି ନାହିଁ।

Gade chapit la Kopi




ଗୀତସଂହିତା 16:4
15 Referans Kwoze  

ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା କହିଅଛୁ, ସେସମସ୍ତ ବିଷୟରେ ସାବଧାନ ହୁଅ; ଅନ୍ୟ ଦେବଗଣର ନାମ ସ୍ମରଣ କରାଅ ନାହିଁ, କିଅବା ତୁମ୍ଭମାନଙ୍କ ମୁଖରୁ ତାହା ଶୁଣା ନ ଯାଉ।


ପୁଣି ସେହି ଗୋଷ୍ଠୀୟମାନଙ୍କର ଯେ ଅବଶିଷ୍ଟ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ସେମାନଙ୍କ ମଧ୍ୟରେ ପ୍ରବେଶ ନ କର; କି ସେମାନଙ୍କ ଦେବତାମାନଙ୍କ ନାମ ଉଚ୍ଚାରଣ ନ କର, କି ସେମାନଙ୍କ ନାମରେ ଶପଥ ନ କରାଅ, କି ସେମାନଙ୍କ ସେବା ନ କର, କିଅବା ସେମାନଙ୍କୁ ପ୍ରଣାମ ନ କର।


ଖୋଦିତ ପ୍ରତିମାଗଣର ସେବକ ସମସ୍ତେ ଓ ଦେବତାଗଣର ଦର୍ପକାରୀ ସମସ୍ତେ ଲଜ୍ଜିତ ହେଉନ୍ତୁ; ହେ ସମସ୍ତ ଦେବତାଗଣ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର।


ଦୁଷ୍ଟକୁ ଅନେକ ଦୁଃଖ ଘଟିବ; ମାତ୍ର ଯେଉଁ ଜନ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ, ତାହାର ଚତୁର୍ଦ୍ଦିଗରେ ଦୟା ବେଷ୍ଟନ କରିବ।


ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନେ ନିଜ ଦୟାନିଧିଙ୍କୁ ପରିତ୍ୟାଗ କରନ୍ତି।


ଉପତ୍ୟକାର ଚିକ୍କଣ ପ୍ରସ୍ତରସକଳ ମଧ୍ୟରେ ତୁମ୍ଭର ଅଂଶ, ସେହି ସବୁ ତୁମ୍ଭର ଅଧିକାର; ଆଉ, ସେମାନଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ପେୟ-ନୈବେଦ୍ୟ ଢାଳିଅଛ, ନୈବେଦ୍ୟ ଉତ୍ସର୍ଗ କରିଅଛ। ଏହିସବୁ ସକାଶୁ ଆମ୍ଭେ କି ଶାନ୍ତ ହେବା?


ଆମ୍ଭକୁ ବିରକ୍ତ କରିବା ପାଇଁ ଆକାଶର ରାଣୀ ଉଦ୍ଦେଶ୍ୟରେ ପିଷ୍ଟକ ପାକ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ବାଳକମାନେ କାଠ ସାଉଣ୍ଟନ୍ତି, ପିତୃଗଣ ଅଗ୍ନି ଜ୍ୱଳାନ୍ତି, ସ୍ତ୍ରୀମାନେ ମଇଦା ଚକଟନ୍ତି।


ଯେ ଗୋବଧ କରେ, ସେ ମନୁଷ୍ୟ ହତ୍ୟାକାରୀ ପରି ହୁଏ; ଯେ ମେଷଶାବକ ବଳିଦାନ କରେ, ସେ କୁକ୍କୁର ବେକ କାଟି ପକାଇବା ଲୋକ ପରି ହୁଏ; ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକ ପରି ହୁଏ; ଯେ କୁନ୍ଦୁରୁ ଜ୍ୱଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକ ପରି ହୁଏ; ହଁ, ସେମାନେ ଆପଣାମାନଙ୍କର ପଥ ମନୋନୀତ କରିଅଛନ୍ତି ଓ ସେମାନଙ୍କର ପ୍ରାଣ ଆପଣାମାନଙ୍କ ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ;


ମାତ୍ର ସଦାପ୍ରଭୁଙ୍କୁ ତ୍ୟାଗ କରୁଅଛ, ଆମ୍ଭ ପବିତ୍ର ପର୍ବତକୁ ପାସୋରୁଅଛ, ଭାଗ୍ୟ ଦେବତା ଉଦ୍ଦେଶ୍ୟରେ ମେଜ ସଜାଉଅଛ ଓ ନିରୂପଣୀ ଦେବୀର ଉଦ୍ଦେଶ୍ୟରେ ମିଶ୍ରିତ ଦ୍ରାକ୍ଷାରସ ପୂର୍ଣ୍ଣ କରୁଅଛ ଯେ ତୁମ୍ଭେମାନେ,


ପୁଣି, ଐଫାର ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ତହିଁର ଭକ୍ଷ୍ୟ ନୈବେଦ୍ୟ ହେବ, ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ; ଆଉ, ଏକ ହିନ୍‍ ଦ୍ରାକ୍ଷାରସର ଚତୁର୍ଥାଂଶ ତହିଁର ପେୟ-ନୈବେଦ୍ୟ ହେବ।


ତହିଁରେ ଯାକୁବ ସେହି କଥୋପକଥନର ସ୍ଥାନରେ ଏକ ସ୍ତମ୍ଭ, ଅର୍ଥାତ୍‍, ପ୍ରସ୍ତର ସ୍ତମ୍ଭ ସ୍ଥାପନ କରି ତହିଁ ଉପରେ ପାନୀୟ ନୈବେଦ୍ୟ ଉତ୍ସର୍ଗ କଲେ ଓ ତୈଳ ଢାଳିଲେ।


Swiv nou:

Piblisite


Piblisite