Biblia Todo Logo
Bib sou entènèt

- Piblisite -




ଗୀତସଂହିତା 18:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ସେ କିରୂବ ଉପରେ ଆରୋହଣ କରି ଉଡ଼ିଲେ; ହଁ, ସେ ବାୟୁର ପକ୍ଷ ଉପରେ ବେଗରେ ଉଡ଼ିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି, ସେ କିରୂବ ଉପରେ ଆରୋହଣ କରି ଉଡ଼ିଲେ; ହଁ ସେ ବାୟୁର ପକ୍ଷ ଉପରେ ବେଗରେ ଉଡ଼ିଲେ।

Gade chapit la Kopi

ଓଡିଆ ବାଇବେଲ

10 ପୁଣି, ସେ କିରୂବ ଉପରେ ଆରୋହଣ କରି ଉଡ଼ିଲେ; ହଁ, ସେ ବାୟୁର ପକ୍ଷ ଉପରେ ବେଗରେ ଉଡ଼ିଲେ।

Gade chapit la Kopi

ପବିତ୍ର ବାଇବଲ

10 ସଦାପ୍ରଭୁ ସେହି ଆକାଶ ବକ୍ଷର ଉଚ୍ଚରେ କିରୂବଦୂତମାନଙ୍କ ସହିତ ଉଡ଼ିବାକୁ ଲାଗିଲେ। ସେ ବାୟୁର ଗତିରେ ଉଡ଼ିବାକୁ ଲାଗିଲେ।

Gade chapit la Kopi




ଗୀତସଂହିତା 18:10
8 Referans Kwoze  

ତୁମ୍ଭେ ଜଳରାଶି ଉପରେ ଆପଣା କୋଠରିର କଡ଼ିକାଠ ପକାଇଅଛ; ତୁମ୍ଭେ ମେଘମାଳକୁ ଆପଣା ରଥ କରିଥାଅ; ତୁମ୍ଭେ ବାୟୁର ପକ୍ଷ ଉପରେ ଗମନାଗମନ କରୁଅଛ।


ସଦାପ୍ରଭୁ ରାଜ୍ୟ କରନ୍ତି; ଗୋଷ୍ଠୀବର୍ଗ କମ୍ପିତ ହେଉନ୍ତୁ; ସେ କିରୂବଗଣ ଉପରେ ଉପବିଷ୍ଟ; ପୃଥିବୀ ବିଚଳିତ ହେଉ।


ହେ ଇସ୍ରାଏଲର ପାଳକ, ମେଷପଲ ତୁଲ୍ୟ ଯୋଷେଫକୁ ଚଳାଅ ଯେ ତୁମ୍ଭେ, ତୁମ୍ଭେ କର୍ଣ୍ଣପାତ କର; କିରୂବମାନଙ୍କ ଉପରେ ଉପବିଷ୍ଟ ଯେ ତୁମ୍ଭେ, ତୁମ୍ଭେ ପ୍ରକାଶମାନ ହୁଅ।


ହେ ସଦାପ୍ରଭୋ, ଆପଣା ଗଗନମଣ୍ଡଳ ନୁଆଁଇ ତଳକୁ ଆସ; ପର୍ବତଗଣକୁ ସ୍ପର୍ଶ କର, ତହିଁରେ ସେମାନେ ଧୂମ ନିର୍ଗତ କରିବେ।


ଯେଉଁମାନଙ୍କ ଉପରେ ତୁମ୍ଭେ କେବେ କର୍ତ୍ତୃତ୍ୱ କରି ନାହଁ, ଯେଉଁମାନେ ତୁମ୍ଭ ନାମରେ କେବେ ଖ୍ୟାତ ହୋଇ ନ ଥିଲେ, ଏପରି ଲୋକମାନଙ୍କ ତୁଲ୍ୟ ଆମ୍ଭେମାନେ ହୋଇଅଛୁ।


Swiv nou:

Piblisite


Piblisite