Biblia Todo Logo
Bib sou entènèt

- Piblisite -




ଗୀତସଂହିତା 18:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେ ଅନ୍ଧକାରକୁ ଆପଣାର ଗୁପ୍ତ ସ୍ଥାନ ଓ ଜଳମୟ ଅନ୍ଧକାରକୁ, ଗଗନମଣ୍ଡଳର ନିବିଡ଼ ମେଘମାଳକୁ ଆପଣା ଚତୁର୍ଦ୍ଦିଗରେ ଆବାସ ସ୍ୱରୂପ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସେ ଅନ୍ଧକାରକୁ ଆପଣାର ନିଭୃତ ସ୍ଥାନ ଓ ଜଳମୟ ଅନ୍ଧକାରକୁ, ଗଗନମଣ୍ତଳର ନିବିଡ଼ ମେଘମାଳକୁ ଆପଣା ଚତୁର୍ଦ୍ଦିଗରେ ଆବାସ ସ୍ଵରୂପ କଲେ।

Gade chapit la Kopi

ଓଡିଆ ବାଇବେଲ

11 ସେ ଅନ୍ଧକାରକୁ ଆପଣାର ଗୁପ୍ତ ସ୍ଥାନ ଓ ଜଳମୟ ଅନ୍ଧକାରକୁ, ଗଗନମଣ୍ଡଳର ନିବିଡ଼ ମେଘମାଳକୁ ଆପଣା ଚତୁର୍ଦ୍ଦିଗରେ ଆବାସ ସ୍ୱରୂପ କଲେ।

Gade chapit la Kopi

ପବିତ୍ର ବାଇବଲ

11 ପରମେଶ୍ୱର କଳା, ଘନ ବାଦଲଖଣ୍ଡ ଭିତରେ ଲୁଚି ଗଲେ। ସତେ ଯେମିତି ଏକ ଘନ ଅନ୍ଧକାର ଏକ ତମ୍ବୁ ଭିତରେ ଲୁଚି ରହିଲେ। ସେ ଘନ ବିଜୁଳିଯୁକ୍ତ ମେଘ ଖଣ୍ଡ ଭିତରେ ଲୁଚି ଗଲେ।

Gade chapit la Kopi




ଗୀତସଂହିତା 18:11
8 Referans Kwoze  

ମେଘମାଳ ଓ ଅନ୍ଧକାର ତାହାଙ୍କ ଚତୁର୍ଦ୍ଦିଗରେ ଥାଏ; ଧର୍ମ ଓ ବିଚାର ତାହାଙ୍କ ସିଂହାସନର ଭିତ୍ତିମୂଳ।


ତହୁଁ ତୁମ୍ଭେମାନେ ନିକଟବର୍ତ୍ତୀ ହୋଇ ପର୍ବତ ତଳେ ଠିଆ ହେଲ; ସେହି ସମୟରେ ସେହି ପର୍ବତ ଅନ୍ଧକାର, ମେଘ ଓ ଘୋର ଅନ୍ଧାରରେ ବ୍ୟାପ୍ତ ହୋଇ ଗଗନର ମଧ୍ୟ ପର୍ଯ୍ୟନ୍ତ ଅଗ୍ନିରେ ଜ୍ୱଳିଲା।


ତାହା ତିମିର ଓ ଅନ୍ଧକାରମୟ ଦିନ, ତାହା ମେଘାଚ୍ଛନ୍ନ ଓ ନିବିଡ଼ ଅନ୍ଧକାରମୟ ଦିନ, ପର୍ବତଗଣର ଉପରେ ଅରୁଣ ତୁଲ୍ୟ ତାହା ବ୍ୟାପ୍ତ ହେଉଅଛି; ମହତୀ ଓ ବଳବତୀ ଏକ ଗୋଷ୍ଠୀ, ତାହାରି ସଦୃଶ ଗୋଷ୍ଠୀ କେବେ ହୋଇ ନାହିଁ, କିଅବା ସେମାନଙ୍କ ଉତ୍ତାରେ ଅନେକ ଅନେକ ପିଢ଼ିର ବର୍ଷ ପର୍ଯ୍ୟନ୍ତ ହେବ ନାହିଁ।


ଯେଉଁ ଜନ ସର୍ବୋପରିସ୍ଥଙ୍କ ଆବୃତ ସ୍ଥାନରେ ବାସ କରେ, ସେ ସର୍ବଶକ୍ତିମାନଙ୍କ ଛାୟା ତଳେ ବସତି କରିବ।


ତୁମ୍ଭେ ସଙ୍କଟ ବେଳେ ଡାକିଲ, ତହୁଁ ଆମ୍ଭେ ତୁମ୍ଭକୁ ଉଦ୍ଧାର କଲୁ; ଆମ୍ଭେ ମେଘଗର୍ଜ୍ଜନର ଗୁପ୍ତ ସ୍ଥାନରେ ତୁମ୍ଭକୁ ଉତ୍ତର ଦେଲୁ; ଆମ୍ଭେ ମିରୀବାଃ ଜଳ ନିକଟରେ ତୁମ୍ଭକୁ ପରୀକ୍ଷା କଲୁ। [ସେଲା]


କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ; ସେ ଆପଣା ତମ୍ବୁର ଅନ୍ତରାଳରେ ମୋତେ ଲୁଚାଇବେ; ସେ ମୋତେ ଶୈଳ ଉପରକୁ ଉଠାଇବେ।


ତୁମ୍ଭେ ଜଳରାଶି ଉପରେ ଆପଣା କୋଠରିର କଡ଼ିକାଠ ପକାଇଅଛ; ତୁମ୍ଭେ ମେଘମାଳକୁ ଆପଣା ରଥ କରିଥାଅ; ତୁମ୍ଭେ ବାୟୁର ପକ୍ଷ ଉପରେ ଗମନାଗମନ କରୁଅଛ।


ଏଥିଉତ୍ତାରେ ସଦାପ୍ରଭୁଙ୍କ ପ୍ରତାପ ଗୃହର ଏରୁଣ୍ଡିର ଊର୍ଦ୍ଧ୍ୱରୁ ପ୍ରସ୍ଥାନ କରି କିରୂବମାନଙ୍କ ଉପରେ ଅଧିଷ୍ଠାନ କଲା।


Swiv nou:

Piblisite


Piblisite