Biblia Todo Logo
Bib sou entènèt

- Piblisite -




ଗୀତସଂହିତା 18:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ତାହାଙ୍କର ନିବିଡ଼ ମେଘମାଳ ଶିଳାବୃଷ୍ଟି ଓ ପ୍ରଜ୍ୱଳିତ ଅଙ୍ଗାର ନିର୍ଗତ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ତାହାଙ୍କର ନିବିଡ଼ ମେଘମାଳ ଶିଳାବୃଷ୍ଟି ଓ ପ୍ରଜ୍ଵଳିତ ଅଙ୍ଗାର ନିର୍ଗତ କଲା।

Gade chapit la Kopi

ଓଡିଆ ବାଇବେଲ

12 ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ତାହାଙ୍କର ନିବିଡ଼ ମେଘମାଳ ଶିଳାବୃଷ୍ଟି ଓ ପ୍ରଜ୍ୱଳିତ ଅଙ୍ଗାର ନିର୍ଗତ କଲା।

Gade chapit la Kopi

ପବିତ୍ର ବାଇବଲ

12 ତା'ପରେ ସଦାପ୍ରଭୁଙ୍କ ଜ୍ୟୋତିରୁ ଉଜ୍ଜ୍ୱଳ ଆଲୋକ ମେଘଖଣ୍ଡ ଦେଇ ନିର୍ଗତ ହେଲା। ତାହା ଆକାଶ ମଧ୍ୟରେ ବିଜୁଳିର ଆଲୋକ ପରି ଆଲୋକିତ ହୋଇ ଉଠିଲା।

Gade chapit la Kopi




ଗୀତସଂହିତା 18:12
11 Referans Kwoze  

ଏଥିରେ ସେମାନେ ଇସ୍ରାଏଲ ସମ୍ମୁଖରୁ ପଳାଉ ପଳାଉ ଯେତେବେଳେ ବେଥ୍-ହୋରଣର ଗଡ଼ାଣି ପଥରେ ଉପସ୍ଥିତ ହେଲେ, ସେତେବେଳେ ସଦାପ୍ରଭୁ ଅସେକା ପର୍ଯ୍ୟନ୍ତ ସେମାନଙ୍କ ଉପରେ ଆକାଶରୁ ବଡ଼ ବଡ଼ ଶିଳାବୃଷ୍ଟି କଲେ, ତହିଁରେ ସେମାନେ ମଲେ; ଇସ୍ରାଏଲ ସନ୍ତାନମାନେ ଖଡ୍ଗରେ ଯେତେ ଲୋକ ବଧ କରିଥିଲେ, ତତୋଧିକ ଲୋକ ଶିଳାବୃଷ୍ଟିରେ ମଲେ।


ଆକାଶରୁ ମନୁଷ୍ୟମାନଙ୍କ ଉପରେ ମହା ଶିଳାବୃଷ୍ଟି ହେଲା, ଶିଳାଗୁଡ଼ିକ ପ୍ରାୟ ଏକ ଏକ ମହଣ ଓଜନର, ଆଉ ଶିଳାବୃଷ୍ଟିର କ୍ଲେଶ ସକାଶୁ ମନୁଷ୍ୟମାନେ ଈଶ୍ବରଙ୍କର ନିନ୍ଦା କଲେ, କାରଣ ସେହି କ୍ଲେଶ ଅତି ଭୟଙ୍କର।


ସେ ଏହି କଥା କହୁ କହୁ, ଦେଖ, ଖଣ୍ଡେ ମେଘ ସେମାନଙ୍କୁ ଆଚ୍ଛାଦନ କଲା, ଆଉ ଦେଖ, ସେହି ମେଘରୁ ଏହି ବାଣୀ ହେଲା, “ଏ ଆମ୍ଭର ପ୍ରିୟ ପୁତ୍ର ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ ଏହାଙ୍କ ବାକ୍ୟ ଶୁଣ।”


ଆଉ ସେ ସେମାନଙ୍କ ଆଗରେ ରୂପାନ୍ତରିତ ହେଲେ; ତାହାଙ୍କର ମୁଖ ସୂର୍ଯ୍ୟ ପରି ଉଜ୍ଜ୍ୱଳ ଓ ତାହାଙ୍କ ବସ୍ତ୍ର ଆଲୋକ ପରି ଶୁଭ୍ରବର୍ଣ୍ଣ ହେଲା।


ତୁମ୍ଭେ ବସ୍ତ୍ର ପରି ଦୀପ୍ତି ପରିଧାନ କରିଅଛ; ତୁମ୍ଭେ ଚନ୍ଦ୍ରାତପ ପରି ଆକାଶମଣ୍ଡଳ ବିସ୍ତାର କରିଅଛ।


ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭ ସହିତ କଥା କହିବା ସମୟରେ ଲୋକମାନେ ଯେପରି ତାହା ଶୁଣି ପାରିବେ, ମଧ୍ୟ ତୁମ୍ଭଠାରେ ସର୍ବଦା ବିଶ୍ୱାସ କରିବେ, ଏଥିପାଇଁ ଆମ୍ଭେ ନିବିଡ଼ ମେଘରେ ତୁମ୍ଭ ନିକଟକୁ ଆସୁଅଛୁ।” ଏଥିଉତ୍ତାରେ ମୋଶା ଲୋକମାନଙ୍କ କଥା ସଦାପ୍ରଭୁଙ୍କୁ ଜଣାଇଲେ।


ଆମ୍ଭେ ଆକାଶମଣ୍ଡଳକୁ କାଳିମା ପିନ୍ଧାଉ ଓ ଚଟବସ୍ତ୍ରକୁ ସେହି ସବୁର ଆଚ୍ଛାଦନ କରୁ।”


Swiv nou:

Piblisite


Piblisite