Biblia Todo Logo
Bib sou entènèt

- Piblisite -




ଗୀତସଂହିତା 18:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେତେବେଳେ, ହେ ସଦାପ୍ରଭୋ, ତୁମ୍ଭ ତର୍ଜ୍ଜନରେ ଓ ନାସିକାର ପ୍ରଶ୍ୱାସ ବାୟୁରେ ଜଳରାଶିର ପ୍ରଣାଳୀ ପ୍ରକାଶିତ ହେଲା ଓ ଭୂମଣ୍ଡଳର ମୂଳସକଳ ଅନାବୃତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ସେତେବେଳେ, ହେ ସଦାପ୍ରଭୋ, ତୁମ୍ଭ ତର୍ଜ୍ଜନରେ ଓ ନାସିକାର ପ୍ରଶ୍ଵାସବାୟୁରେ ଜଳରାଶିର ପ୍ରଣାଳୀ ପ୍ରକାଶିତ ହେଲା ଓ ଭୂମଣ୍ତଳର ମୂଳସକଳ ଅନାବୃତ ହେଲା।

Gade chapit la Kopi

ଓଡିଆ ବାଇବେଲ

15 ସେତେବେଳେ, ହେ ସଦାପ୍ରଭୁ, ତୁମ୍ଭ ତର୍ଜ୍ଜନରେ ଓ ନାସିକାର ପ୍ରଶ୍ୱାସ ବାୟୁରେ ଜଳରାଶିର ପ୍ରଣାଳୀ ପ୍ରକାଶିତ ହେଲା ଓ ଭୂମଣ୍ଡଳର ମୂଳସକଳ ଅନାବୃତ ହେଲା।

Gade chapit la Kopi

ପବିତ୍ର ବାଇବଲ

15 ହେ ସଦାପ୍ରଭୁ, ତୁମ୍ଭେ ଚିତ୍କାର କରି ତୁମ୍ଭର ଆଦେଶ ଘୋଷଣା କଲ ଓ ପ୍ରବଳ ବେଗରେ ପବନ ବହିବାକୁ ଲାଗିଲା। ହଠାତ୍ ସମୁଦ୍ର ଗର୍ଭର ଜଳ ଅପସାରିତ ହୋଇ ସମୁଦ୍ରର ନିମ୍ନ ଭାଗ ଦିଶିବାକୁ ଲାଗିଲା। ଆମ୍ଭେ ପୃଥିବୀର ଆଭ୍ୟନ୍ତରର ଭିତ୍ତି ଭୂମିକୁ ଦେଖିବାକୁ ଲାଗିଲୁ।

Gade chapit la Kopi




ଗୀତସଂହିତା 18:15
22 Referans Kwoze  

ଆହୁରି, ସେ ସୂଫ ସାଗରକୁ ଧମକାନ୍ତେ, ତାହା ଶୁଷ୍କ ହେଲା; ତହିଁରେ ପ୍ରାନ୍ତର ଦେଇ ଘେନିଗଲା ପରି ସେ ସେମାନଙ୍କୁ ଗଭୀର ଜଳ ଦେଇ ଘେନିଗଲେ।


ତୁମ୍ଭ ନାସିକାର ନିଃଶ୍ୱାସ ଦ୍ୱାରା ଜଳ ରାଶୀକୃତ ହେଲା; ସ୍ରୋତସକଳ ସେତୁ ପରି ଛିଡ଼ା ହୋଇ ରହିଲା; ସମୁଦ୍ର ମଧ୍ୟସ୍ଥଳରେ ଗଭୀର ଜଳ ଜମାଟ ହୋଇଗଲା।


ହେ ପର୍ବତଗଣ, ହେ ପୃଥିବୀର ଅଟଳ ଭିତ୍ତିମୂଳସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବିବାଦ ବାକ୍ୟ ଶୁଣ; କାରଣ ଆପଣା ଲୋକମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି ଓ ସେ ଇସ୍ରାଏଲ ସହିତ ବାଦାନୁବାଦ କରିବେ।


ସଦାପ୍ରଭୁ ଏହି କଥା କହନ୍ତି: “ଯଦି ଊର୍ଦ୍ଧ୍ୱସ୍ଥ ଆକାଶମଣ୍ଡଳ ପରିମିତ ହୋଇପାରେ ଓ ଅଧଃସ୍ଥ ପୃଥିବୀର ମୂଳ ଅନୁସନ୍ଧାନ କରାଯାଇପାରେ, ତେବେ ଆମ୍ଭେ ମଧ୍ୟ ଇସ୍ରାଏଲ ବଂଶର କୃତ ସକଳ କ୍ରିୟା ସକାଶୁ ସେମାନଙ୍କୁ ଦୂର କରିଦେବା,” ଏହା ସଦାପ୍ରଭୁ କହନ୍ତି।


ତୁମ୍ଭେ ପୃଥିବୀର ମୂଳ ଏପରି ସ୍ଥାପନ କରିଅଛ ଯେ, ତାହା କଦାପି ବିଚଳିତ ହେବ ନାହିଁ।


ହେ ଯାକୁବର ପରମେଶ୍ୱର, ତୁମ୍ଭ ତର୍ଜ୍ଜନରେ ରଥ ଓ ଅଶ୍ୱ ମହାନିଦ୍ରିତ ହୋଇଅଛନ୍ତି।


ସେମାନେ ପରମେଶ୍ୱରଙ୍କ ନିଶ୍ୱାସ ଦ୍ୱାରା ବିନଷ୍ଟ ହୁଅନ୍ତି ଓ ତାହାଙ୍କର କ୍ରୋଧରୂପ ଫୁତ୍କାର ଦ୍ୱାରା ସଂହାରିତ ହୁଅନ୍ତି।


ସେତେବେଳେ ସଦାପ୍ରଭୁଙ୍କ ତର୍ଜ୍ଜନରେ ଓ ତାହାଙ୍କ ନାସିକାର ପ୍ରଶ୍ୱାସ ବାୟୁରେ ସମୁଦ୍ରର ଗର୍ଭ ପ୍ରକାଶ ପାଇଲା ଓ ଭୂମଣ୍ଡଳର ମୂଳସକଳ ଦେଖାଗଲା।


ତୁମ୍ଭେ ନିର୍ଝର ଓ ପ୍ଲାବନକୁ ବିଭକ୍ତ କଲ; ତୁମ୍ଭେ ମହାନଦୀସବୁ ଶୁଷ୍କ କଲ।


ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ। ଆଉ ଆମ୍ଭେ ତାହାର ନିଜ ଦେଶରେ ଖଡ୍ଗ ଦ୍ୱାରା ତାହାକୁ ନିପାତ କରିବା।’”


ମୁଁ ପର୍ବତଗଣର ମୂଳ ପର୍ଯ୍ୟନ୍ତ ତଳକୁ ଗଲି; ମୋʼ ପଶ୍ଚାତ୍‍ ପୃଥିବୀ ଆପଣାର ଅର୍ଗଳସକଳ ଚିରକାଳ ନିମନ୍ତେ ରୁଦ୍ଧ କଲା; ତଥାପି ହେ ସଦାପ୍ରଭୁ, ମୋʼ ପରମେଶ୍ୱର, ତୁମ୍ଭେ ଗର୍ତ୍ତରୁ ମୋʼ ପ୍ରାଣକୁ ବାହାର କରି ଆଣିଲ।


ମାତ୍ର ସେ ଧର୍ମରେ ଦୀନହୀନମାନଙ୍କ ବିଚାର କରିବେ ଓ ପୃଥିବୀସ୍ଥ ନମ୍ର ଲୋକମାନଙ୍କ ସକାଶେ ନ୍ୟାୟରେ ଅନୁଯୋଗ କରିବେ; ପୁଣି, ସେ ଆପଣା ମୁଖସ୍ଥିତ ଦଣ୍ଡ ଦ୍ୱାରା ପୃଥିବୀକୁ ଆଘାତ କରିବେ ଓ ଆପଣା ଓଷ୍ଠାଧରର ନିଃଶ୍ୱାସ ଦ୍ୱାରା ଦୁଷ୍ଟକୁ ସଂହାର କରିବେ।


କାରଣ ତୋଫତ୍‍ (ଅଗ୍ନିକୁଣ୍ଡ) ପୂର୍ବକାଳରୁ ନିର୍ମିତ ହୋଇଅଛି ଓ ତାହା ରାଜାର ନିମନ୍ତେ ପ୍ରସ୍ତୁତ ହୋଇଅଛି; ସେ ତାହାକୁ ଗଭୀର ଓ ପ୍ରଶସ୍ତ କରିଅଛନ୍ତି, ତହିଁର ସ୍ତୂପ ଅଗ୍ନି ଓ ପ୍ରଚୁର କାଷ୍ଠମୟ; ପୁଣି, ସଦାପ୍ରଭୁଙ୍କ ଫୁତ୍କାର ଗନ୍ଧକ ସ୍ରୋତନ୍ୟାୟ ତାହା ପ୍ରଜ୍ୱଳିତ କରେ।


ପୁଣି, ଶାମୁୟେଲ ହୋମବଳି ଉତ୍ସର୍ଗ କରୁଥିବା ସମୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେଲେ; ମାତ୍ର ସଦାପ୍ରଭୁ ସେଦିନ ପଲେଷ୍ଟୀୟମାନଙ୍କ ଉପରେ ମହାରବରେ ମେଘ ଗର୍ଜ୍ଜନ କରି ସେମାନଙ୍କୁ ବ୍ୟାକୁଳ କଲେ; ତହିଁରେ ସେମାନେ ଇସ୍ରାଏଲ ସମ୍ମୁଖରେ ପରାଜିତ ହେଲେ।


ସେ ବିଜୁଳିରେ ଆପଣା ହସ୍ତ ଆଚ୍ଛାଦନ କରନ୍ତି ଓ ଲକ୍ଷ୍ୟ ସ୍ଥଳ ଆଘାତ କରିବାକୁ ଆଜ୍ଞା ଦିଅନ୍ତି।


ଘୂର୍ଣ୍ଣିବାୟୁରେ ତୁମ୍ଭର ବଜ୍ରଧ୍ୱନି ହେଲା; ବିଜୁଳି ଜଗତକୁ ଆଲୁଅମୟ କଲା; ପୃଥିବୀ କମ୍ପିତ ଓ ଥରହର ହେଲା।


ମାତ୍ର ତୁମ୍ଭେ ଅରଣା ଷଣ୍ଢର ଶୃଙ୍ଗ ପରି ମୋହର ଶୃଙ୍ଗ ଉନ୍ନତ କରିଅଛ; ମୁଁ ନୂତନ ତୈଳରେ ଅଭିଷିକ୍ତ ହୋଇଅଛି।


ବିଜୁଳି ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କର; ଆପଣା ତୀର ମାରି ସେମାନଙ୍କୁ ପରାସ୍ତ କର।


ପୁଣି, ସଦାପ୍ରଭୁ ସେମାନଙ୍କୁ ଊର୍ଦ୍ଧ୍ୱରୁ ଦେଖାଯିବେ ଓ ତାହାଙ୍କର ତୀର ବିଜୁଳି ପରି ବାହାର ହେବ; ଆଉ, ପ୍ରଭୁ ସଦାପ୍ରଭୁ ତୂରୀ ବଜାଇବେ ଓ ଦକ୍ଷିଣ ଦିଗର ଘୂର୍ଣ୍ଣିବାୟୁରେ ଗମନ କରିବେ।


Swiv nou:

Piblisite


Piblisite