Biblia Todo Logo
Bib sou entènèt

- Piblisite -




ଗୀତସଂହିତା 18:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସଦାପ୍ରଭୁ ମୋହର ଶୈଳ, ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ୱର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି; ମୋହର ଢାଲ ଓ ମୋହର ପରିତ୍ରାଣର ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସଦାପ୍ରଭୁ ମୋହର ଶୈଳ ଓ ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ଵର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି; ମୋହର ଢାଲ ଓ ମୋହର ପରିତ୍ରାଣର ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ।

Gade chapit la Kopi

ଓଡିଆ ବାଇବେଲ

2 ସଦାପ୍ରଭୁ ମୋହର ଶୈଳ, ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ୱର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି; ମୋହର ଢାଲ ଓ ମୋହର ପରିତ୍ରାଣର ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ।

Gade chapit la Kopi

ପବିତ୍ର ବାଇବଲ

2 ହେ ସଦାପ୍ରଭୁ, ତୁମ୍ଭେ ମୋର ଶୈଳ, ମୋ’ ନିରାପତ୍ତାରେ ଆଶ୍ରୟସ୍ଥଳ। ମୋର ପରମେଶ୍ୱର ମୋ’ ପାଇଁ ଶୈଳ ସଦୃଶ ଦୃଢ଼। ମୁଁ ତାଙ୍କରି ନିକଟକୁ ରକ୍ଷା ପାଇଁ ଦୌଡ଼ି ଯାଏ। ପରମେଶ୍ୱର ମୋର ଢାଲ ସଦୃଶ। ତାଙ୍କର ଶକ୍ତି ମୋର ରକ୍ଷା ଶୃଙ୍ଗ। ସଦାପ୍ରଭୁ ଉଚ୍ଚ ପର୍ବତରେ ମୋର ଲୁଚିବା ସ୍ଥାନର ଆଶ୍ରୟସ୍ଥଳ।

Gade chapit la Kopi




ଗୀତସଂହିତା 18:2
18 Referans Kwoze  

ସେ ମୋହର ସ୍ନେହପୂର୍ଣ୍ଣ କରୁଣା ଓ ମୋହର ଗଡ଼, ମୋହର ଉଚ୍ଚ ଦୁର୍ଗ ଓ ମୋହର ଉଦ୍ଧାରକର୍ତ୍ତା, ମୋହର ଢାଲ ଓ ସେ ମୋହର ଆଶ୍ରୟଭୂମି; ସେ ଗୋଷ୍ଠୀସମୂହକୁ ମୋʼ ପଦ ତଳେ ବଶୀଭୂତ କରନ୍ତି।


ମୋହର ପରିତ୍ରାଣ ଓ ମୋହର ଗୌରବ ପରମେଶ୍ୱରଙ୍କଠାରେ ଅଛି; ମୋʼ ବଳର ଶୈଳ ଓ ମୋହର ଆଶ୍ରୟ ପରମେଶ୍ୱରଙ୍କଠାରେ ଅଛି।


ମୁଁ ସଦାପ୍ରଭୁଙ୍କ ବିଷୟରେ କହିବି, “ସେ ମୋହର ଆଶ୍ରୟ ଓ ମୋହର ଦୁର୍ଗ; ମୋହର ପରମେଶ୍ୱର, ମୁଁ ତାହାଙ୍କଠାରେ ନିର୍ଭର ରଖେ।”


ହେ ସଦାପ୍ରଭୋ, ମୋହର ଶୈଳ ଓ ମୋହର ମୁକ୍ତିକର୍ତ୍ତା, ତୁମ୍ଭ ଦୃଷ୍ଟିରେ ମୋʼ ମୁଖର ବାକ୍ୟ ଓ ମୋʼ ଅନ୍ତଃକରଣର ଧ୍ୟାନ ସୁଗ୍ରାହ୍ୟ ହେଉ।


ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼; ଧାର୍ମିକ ଲୋକ ତହିଁକୁ ପଳାଇ ରକ୍ଷା ପାଏ।


କେବଳ ସେ ମୋହର ଶୈଳ ଓ ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ଅତିଶୟ ବିଚଳିତ ନୋହିବି।


ମୋହର ଶୈଳ ସ୍ୱରୂପ ପରମେଶ୍ୱର, ମୁଁ ତାହାଙ୍କଠାରେ ଆଶ୍ରୟ ନେବି। ମୋହର ଢାଲ ଓ ମୋହର ପରିତ୍ରାଣ ସ୍ୱରୂପ ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ ଓ ମୋହର ଆଶ୍ରୟ; ମୋହର ତ୍ରାଣକର୍ତ୍ତା, ତୁମ୍ଭେ ମୋତେ ଦୌରାତ୍ମ୍ୟରୁ ଉଦ୍ଧାର କରିଥାଅ।


ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟ ସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍‍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।


ପୁଣି, ପ୍ରତ୍ୟେକେ ବତାସରୁ ଆଶ୍ରୟ ସ୍ଥାନ ଓ ଝଡ଼ରୁ ଆଶ୍ରୟ, ଶୁଷ୍କ ସ୍ଥାନରେ ଜଳସ୍ରୋତ, ଶ୍ରାନ୍ତିଜନକ ଭୂମିରେ ବୃହତ ଶୈଳର ଛାୟା ସ୍ୱରୂପ ହେବେ।


ସେ ଆପଣା ପକ୍ଷରେ ତୁମ୍ଭକୁ ଆବୋରିବେ ଓ ତାହାଙ୍କ ଡେଣା ତଳେ ତୁମ୍ଭେ ଆଶ୍ରୟ ନେବ; ତାହାଙ୍କ ସତ୍ୟତା ଢାଲ ଓ ଫଳକ ସ୍ୱରୂପ ଅଟେ।


ପୁନଶ୍ଚ କହନ୍ତି, “ମୁଁ ତାହାଙ୍କଠାରେ ମୋହର ବିଶ୍ୱାସ ରଖିବି।” ପୁନର୍ବାର, “ଏହି ଦେଖ, ମୁଁ ଓ ଈଶ୍ବରଙ୍କ ଦ୍ଵାରା ଦିଆଯାଇଥିବା ମୋହର ସନ୍ତାନମାନେ।”


ସେ ସତ୍ ଲୋକଙ୍କ ନିମନ୍ତେ ତତ୍ତ୍ୱଜ୍ଞାନ ସଞ୍ଚୟ କରନ୍ତି, ସେ ସରଳାଚାରୀମାନଙ୍କର ଢାଲ ସ୍ୱରୂପ ଅଟନ୍ତି।


ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ଡାକ ପକାଇବି; ହେ ମୋହର ଶୈଳ, ମୋʼ ପ୍ରତି ନୀରବ ହୁଅ ନାହିଁ; କେଜାଣି ତୁମ୍ଭେ ମୋʼ ପ୍ରତି ନୀରବ ହେଲେ, ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ପରି ହେବି।


ସେମାନଙ୍କୁ ବଧ କର ନାହିଁ, କେଜାଣି ମୋʼ ଲୋକମାନେ ପାସୋରି ଯିବେ; ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପ୍ରଭୋ, ତୁମ୍ଭ ପରାକ୍ରମରେ ସେମାନଙ୍କୁ ଛିନ୍ନଭିନ୍ନ କରି ଅଧୋନତ କର।


ଆମ୍ଭେ ଦୁଷ୍ଟମାନଙ୍କ ଶୃଙ୍ଗସବୁ କାଟି ପକାଇବା। ମାତ୍ର ଧାର୍ମିକମାନଙ୍କ ଶୃଙ୍ଗ ଉଚ୍ଚୀକୃତ ହେବ।


ସେଠାରେ ଆମ୍ଭେ ଦାଉଦର ଶୃଙ୍ଗ ଅଙ୍କୁରିତ କରିବା; ଆମ୍ଭେ ଆପଣା ଅଭିଷିକ୍ତଙ୍କ ପାଇଁ ଏକ ପ୍ରଦୀପ ନିରୂପଣ କରିଅଛୁ।


ସଦାପ୍ରଭୁ ଆମ୍ଭର ବଳ ଓ ଗାନ, ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି; ସେ ଆମ୍ଭର ପରମେଶ୍ୱର, ଆମ୍ଭେ ତାହାଙ୍କର ପ୍ରଶଂସା କରିବା; ସେ ଆମ୍ଭର ପୈତୃକ ପରମେଶ୍ୱର, ଆମ୍ଭେ ତାହାଙ୍କର ଗୁଣାନୁବାଦ କରିବା।


ମୁଁ ସଦାପ୍ରଭୁଙ୍କୁ ପ୍ରେମ କରେ, କାରଣ ସେ ମୋʼ ରବ ଓ ବିନତି ଶୁଣିଅଛନ୍ତି।


Swiv nou:

Piblisite


Piblisite