Biblia Todo Logo
Bib sou entènèt

- Piblisite -




ଗୀତସଂହିତା 18:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ସେମାନେ ଡାକ ପକାଇଲେ, ମାତ୍ର ଉଦ୍ଧାର କରିବାକୁ କେହି ନ ଥିଲା, ସଦାପ୍ରଭୁଙ୍କୁ ହିଁ ଡାକିଲେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ସେମାନେ ଡାକ ପକାଇଲେ, ମାତ୍ର ତ୍ରାଣ କରିବାକୁ କେହି ନ ଥିଲା, ସଦାପ୍ରଭୁଙ୍କୁ ହିଁ ଡାକିଲେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

41 ସେମାନେ ଡାକ ପକାଇଲେ, ମାତ୍ର ଉଦ୍ଧାର କରିବାକୁ କେହି ନ ଥିଲା, ସଦାପ୍ରଭୁଙ୍କୁ ହିଁ ଡାକିଲେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

41 ମୋର ଶତ୍ରୁମାନେ ସାହାଯ୍ୟ ପାଇଁ ଚିତ୍କାର କଲେ, କିନ୍ତୁ କେହି ସେମାନଙ୍କୁ ରକ୍ଷା କରିବାକୁ ଆଗେଇ ଆସି ନ ଥିଲେ। ସେମାନେ ସଦାପ୍ରଭୁଙ୍କୁ ମଧ୍ୟ ଡାକିଲେ କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ।

Gade chapit la Kopi




ଗୀତସଂହିତା 18:41
17 Referans Kwoze  

ସେତେବେଳେ ସେମାନେ ମୋତେ ଡାକ ପକାଇବେ, ମାତ୍ର ମୁଁ ଉତ୍ତର ଦେବି ନାହିଁ; ସେମାନେ ଅତି ଯତ୍ନରେ ମୋହର ଅନ୍ୱେଷଣ କରିବେ, ମାତ୍ର ମୋହର ଉଦ୍ଦେଶ୍ୟ ପାଇବେ ନାହିଁ।


ତାହା ଉପରେ ଦୁଃଖ ଉପସ୍ଥିତ ହେଲେ କି ପରମେଶ୍ୱର ତାହାର କ୍ରନ୍ଦନ ଶୁଣିବେ?


ଘରର ମୁଖ୍ୟ ଲୋକ ଉଠି ଦ୍ୱାର ବନ୍ଦ କଲା ପରେ ଯେତେବେଳେ ତୁମ୍ଭେମାନେ ବାହାରେ ଠିଆ ହୋଇ ରହିବ ଓ ‘ହେ ପ୍ରଭୁ, ଆମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାନ୍ତୁ,’ ଏହା କହି ଦ୍ୱାରରେ ମାରିବାକୁ ଲାଗିବ, ସେତେବେଳେ ସେ ତୁମ୍ଭମାନଙ୍କୁ ଉତ୍ତର ଦେବେ, ‘ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ।’


ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହିଲେ, “ମୁଁ ଡାକିବା ବେଳେ ସେମାନେ ଯେପରି ଶୁଣିଲେ ନାହିଁ; ତଦନୁସାରେ ସେମାନେ ଡାକିବେ, ମାତ୍ର ଆମ୍ଭେ ଶୁଣିବା ନାହିଁ,


ସେହି ସମୟରେ ସେମାନେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରିବେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେବେ ନାହିଁ; ବରଞ୍ଚ ସେମାନଙ୍କର ଦୁଷ୍କ୍ରିୟାନୁସାରେ ସେ ସେହି ସମୟରେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବେ।


ପୁଣି, ସେମାନେ ଅନ୍ତଃକରଣ ସହିତ ଆମ୍ଭ ନିକଟରେ କ୍ରନ୍ଦନ କରି ନାହାନ୍ତି; ମାତ୍ର ସେମାନେ ଆପଣା ଶଯ୍ୟାରେ ହାହାକାର କରନ୍ତି; ସେମାନେ ଶସ୍ୟ ଓ ଦ୍ରାକ୍ଷାରସ ନିମନ୍ତେ ଆପଣାମାନଙ୍କୁ ଏକତ୍ର କରନ୍ତି, ସେମାନେ ଆମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କରନ୍ତି।


ଏଥିପାଇଁ ଆମ୍ଭେ ମଧ୍ୟ କୋପରେ ବ୍ୟବହାର କରିବା; ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ; ଆଉ, ଯଦ୍ୟପି ସେମାନେ ଆମ୍ଭ କର୍ଣ୍ଣଗୋଚରରେ ଉଚ୍ଚସ୍ୱରରେ ଡାକନ୍ତି, ତଥାପି ଆମ୍ଭେ ସେମାନଙ୍କ କଥା ଶୁଣିବା ନାହିଁ।”


ସେମାନେ ଉପବାସ କଲେ, ଆମ୍ଭେ ସେମାନଙ୍କର କାତରୋକ୍ତି ଶୁଣିବା ନାହିଁ; ପୁଣି, ସେମାନେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ, ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ନାହିଁ; ମାତ୍ର ଆମ୍ଭେ ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ସେମାନଙ୍କୁ ସଂହାର କରିବା।”


ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଅମଙ୍ଗଳ ଘଟାଇବା, ସେମାନେ ତହିଁରୁ ରକ୍ଷା ପାଇ ପାରିବେ ନାହିଁ; ପୁଣି, ସେମାନେ ଆମ୍ଭ ନିକଟରେ ଆର୍ତ୍ତସ୍ୱର କରିବେ, ମାତ୍ର ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ।


ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା; ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ। ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ।


“ହେ ପରମେଶ୍ୱରଙ୍କୁ ପାସୋରିବା ଲୋକମାନେ, ତୁମ୍ଭେମାନେ ଏହା ବିବେଚନା କର, ନୋହିଲେ ଆମ୍ଭେ ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିବା, ପୁଣି, ଉଦ୍ଧାର କରିବାକୁ କେହି ନ ଥିବ।


ଏଉତ୍ତାରେ ଯିହୋଶୂୟ ଆଘାତ ଦ୍ୱାରା ସେମାନଙ୍କୁ ବଧ କରି ପାଞ୍ଚ ବୃକ୍ଷରେ ଟଙ୍ଗାଇଲେ; ଆଉ ସେମାନେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି ବୃକ୍ଷମାନଙ୍କରେ ଟଙ୍ଗା ହୋଇ ରହିଲେ।


ସମୁଦାୟ ଗୋଷ୍ଠୀବର୍ଗ ମୋତେ ଚାରିଆଡ଼େ ଘେରିଲେ; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।


ସେମାନେ ମୋତେ ଚାରିଆଡ଼େ ଘେରିଲେ; ହଁ, ସେମାନେ ମୋତେ ଚାରିଆଡ଼େ ଘେରିଲେ; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।


Swiv nou:

Piblisite


Piblisite