Biblia Todo Logo
Bib sou entènèt

- Piblisite -




ଗୀତସଂହିତା 22:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 “ସଦାପ୍ରଭୁଙ୍କଠାରେ ସେ ଆପଣାକୁ ସମର୍ପଣ କଲା; ସେ ତାହାକୁ ଉଦ୍ଧାର କରନ୍ତୁ; ସେ ତାହାଠାରେ ସନ୍ତୁଷ୍ଟ, ତେଣୁ ସେ ତାହାକୁ ଉଦ୍ଧାର କରନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସଦାପ୍ରଭୁଙ୍କଠାରେ ସେ ଆପଣାକୁ ସମର୍ପଣ କଲା; ସେ ତାହାକୁ ଉଦ୍ଧାର କରନ୍ତୁ; ସେ ତାହାଠାରେ ସନ୍ତୁଷ୍ଟ, ତେଣୁ ସେ ତାହାକୁ ଉଦ୍ଧାର କରନ୍ତୁ।

Gade chapit la Kopi

ଓଡିଆ ବାଇବେଲ

8 “ସଦାପ୍ରଭୁଙ୍କଠାରେ ସେ ଆପଣାକୁ ସମର୍ପଣ କଲା; ସେ ତାହାକୁ ଉଦ୍ଧାର କରନ୍ତୁ; ସେ ତାହାଠାରେ ସନ୍ତୁଷ୍ଟ, ତେଣୁ ସେ ତାହାକୁ ଉଦ୍ଧାର କରନ୍ତୁ।”

Gade chapit la Kopi

ପବିତ୍ର ବାଇବଲ

8 ସେମାନେ ମୋତେ କହନ୍ତି, “ତୁମ୍ଭେ ସଦାପ୍ରଭୁଙ୍କୁ ସାହାଯ୍ୟ ପାଇଁ ଡାକ, ସେ ତୁମ୍ଭକୁ ଉଦ୍ଧାର କରି ପାରନ୍ତି। ଯଦି ସେ ତୁମ୍ଭକୁ ପ୍ରକୃତରେ ଭଲ ପାଉଥା’ନ୍ତି ତେବେ ନିଶ୍ଚୟ ତୁମ୍ଭକୁ ସାହାଯ୍ୟ କରିବାକୁ ଆଗେଇ ଆସିବେ।”

Gade chapit la Kopi




ଗୀତସଂହିତା 22:8
17 Referans Kwoze  

ସେ ଆମ୍ଭ ଉପରେ ଆପଣା ସ୍ନେହ ରଖିଅଛି, ଏହେତୁ ଆମ୍ଭେ ତାହାକୁ ଉଦ୍ଧାର କରିବା; ସେ ଆମ୍ଭ ନାମ ଜାଣିଅଛି, ଏହେତୁ ଆମ୍ଭେ ତାହାକୁ ଉଚ୍ଚରେ ରଖିବା।


ମଧ୍ୟ ସେ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ଆଣିଲେ; ସେ ମୋʼ ଠାରେ ସନ୍ତୁଷ୍ଟ ହେବାରୁ ମୋତେ ଉଦ୍ଧାର କଲେ।


ସେ ଏହି କଥା କହୁ କହୁ, ଦେଖ, ଖଣ୍ଡେ ମେଘ ସେମାନଙ୍କୁ ଆଚ୍ଛାଦନ କଲା, ଆଉ ଦେଖ, ସେହି ମେଘରୁ ଏହି ବାଣୀ ହେଲା, “ଏ ଆମ୍ଭର ପ୍ରିୟ ପୁତ୍ର ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ ଏହାଙ୍କ ବାକ୍ୟ ଶୁଣ।”


ଆଉ ଦେଖ, ଆକାଶରୁ ଏହି ବାଣୀ ହେଲା, “ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ।”


ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟବିଚାର ଆଣିବେ।


ସଦାପ୍ରଭୁଙ୍କୁ ତୁମ୍ଭର କାର୍ଯ୍ୟ ସମର୍ପଣ କର, ତହିଁରେ ତୁମ୍ଭର ସଂକଳ୍ପ ସ୍ଥିରୀକୃତ ହେବ।


ତୁମ୍ଭେ ସଦାପ୍ରଭୁଙ୍କ ଉପରେ ଆପଣା ଭାର ପକାଅ, ତହିଁରେ ସେ ତୁମ୍ଭକୁ ସମ୍ଭାଳିବେ; ସେ ଧାର୍ମିକକୁ କଦାପି ବିଚଳିତ ହେବାକୁ ଦେବେ ନାହିଁ।


ସଦାପ୍ରଭୁଙ୍କଠାରେ ତୁମ୍ଭର ଗତି ସମର୍ପଣ କର; ମଧ୍ୟ ତାହାଙ୍କଠାରେ ନିର୍ଭର ରଖ, ତହିଁରେ ସେ ତାହା ସଫଳ କରିବେ।


ପୁଣି, ଲୋକମାନେ ଠିଆ ହୋଇ ଦେଖୁଥିଲେ। ଆଉ ଅଧ୍ୟକ୍ଷମାନେ ମଧ୍ୟ ତାହାଙ୍କୁ ବିଦୃପ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା; ସେ ଯଦି ଈଶ୍ବରଙ୍କ ମନୋନୀତ ଖ୍ରୀଷ୍ଟ, ତେବେ ନିଜକୁ ରକ୍ଷା କରୁ।


ଦେଖ, ଆମ୍ଭର ଦାସ, ଯାହାଙ୍କୁ ଆମ୍ଭେ ମନୋନୀତ କରିଅଛୁ; ଆମ୍ଭର ପ୍ରିୟପାତ୍ର, ଯାହାଙ୍କଠାରେ ଆମ୍ଭ ଆତ୍ମାର ପରମ ସନ୍ତୋଷ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ଅଧିଷ୍ଠାନ କରାଇବା, ଆଉ ସେ ଅଣଯିହୁଦୀମାନଙ୍କ ପାଖରେ ନ୍ୟାୟବିଚାର ପ୍ରଚାର କରିବେ।


ପରମେଶ୍ୱର ତାହାକୁ ପରିତ୍ୟାଗ କରିଅଛନ୍ତି, ପଛେ ପଛେ ଗୋଡ଼ାଇ ତାହାକୁ ଧର; କାରଣ ଉଦ୍ଧାର କରିବାକୁ କେହି ନାହିଁ।


ମୋʼ ଅସ୍ଥିରେ ଖଡ୍ଗ ପରି ମୋʼ ବିପକ୍ଷଗଣ ମୋତେ ତିରସ୍କାର କରନ୍ତି; କାରଣ ସେମାନେ ନିତ୍ୟ ମୋତେ କହନ୍ତି, ତୁମ୍ଭର ପରମେଶ୍ୱର କାହାନ୍ତି?


ମୁଁ ମଧ୍ୟ ତୁମ୍ଭମାନଙ୍କ ପରି କହି ପାରନ୍ତି; ଯଦି ତୁମ୍ଭମାନଙ୍କ ପ୍ରାଣ ମୋର ପ୍ରାଣର ଅବସ୍ଥାରେ ଥାʼନ୍ତା, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ବାକ୍ୟମାଳା ଏକତ୍ର ଖଞ୍ଜି ପାରନ୍ତି ଓ ତୁମ୍ଭମାନଙ୍କ ପ୍ରତି ଆପଣା ମୁଣ୍ଡ ହଲାଇ ପାରନ୍ତି।


ଆହୁରି, ମୁଁ ସେମାନଙ୍କ ନିକଟରେ ନିନ୍ଦାପାତ୍ର ହୋଇଅଛି; ସେମାନେ ମୋତେ ଦେଖିଲେ ମୁଣ୍ଡ ହଲାନ୍ତି।


Swiv nou:

Piblisite


Piblisite