Biblia Todo Logo
Bib sou entènèt

- Piblisite -




ଗୀତସଂହିତା 27:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଣୁ ଏବେ ମୋʼ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ଉପରେ ମୋହର ମସ୍ତକ ଉନ୍ନତ ହେବ; ଆଉ, ମୁଁ ତାହାଙ୍କ ତମ୍ବୁରେ ଜୟଧ୍ୱନିର ବଳି ଉତ୍ସର୍ଗ କରିବି; ମୁଁ ଗାନ କରିବି, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏଣୁ ଏବେ ମୋʼ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ଉପରେ ମୋହର ମସ୍ତକ ଉନ୍ନତ ହେବ; ଆଉ, ମୁଁ ତାହାଙ୍କ ତମ୍ଵୁରେ ଜୟଧ୍ଵନିର ବଳି ଉତ୍ସର୍ଗ କରିବି; ମୁଁ ଗାନ କରିବି, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।

Gade chapit la Kopi

ଓଡିଆ ବାଇବେଲ

6 ଏଣୁ ଏବେ ମୋ’ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ଉପରେ ମୋହର ମସ୍ତକ ଉନ୍ନତ ହେବ; ଆଉ, ମୁଁ ତାହାଙ୍କ ତମ୍ବୁରେ ଜୟଧ୍ୱନିର ବଳି ଉତ୍ସର୍ଗ କରିବି; ମୁଁ ଗାନ କରିବି, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।

Gade chapit la Kopi

ପବିତ୍ର ବାଇବଲ

6 ମୋର ଶତ୍ରୁମାନେ ମୋତେ ଘେରି ଗଲେଣି। କିନ୍ତୁ ମୋର ସଦାପ୍ରଭୁ ସେମାନଙ୍କୁ ପରାସ୍ତ କରି ମୋତେ ରକ୍ଷା କରିବେ। ତା'ପରେ ମୁଁ ତାଙ୍କ ମନ୍ଦିରରେ ମୋର ବଳିଦାନ ଅର୍ପଣ କରିବି। ମୁଁ ଆନନ୍ଦ ଧ୍ୱନିରେ ବଳିଦାନ ଉତ୍ସର୍ଗ ଦେବି। ମୁଁ ଗୀତ ବୋଲି ସଦାପ୍ରଭୁଙ୍କର ମହିମା ବର୍ଣ୍ଣନା କରି ତାଙ୍କ ପ୍ରତି ଥିବା ସମ୍ମାନକୁ ନିବେଦନ କରିବି।

Gade chapit la Kopi




ଗୀତସଂହିତା 27:6
38 Referans Kwoze  

ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଚତୁର୍ଦ୍ଦିଗରେ ଢାଲ ସ୍ୱରୂପ; ମୋହର ଗୌରବ ଓ ମୋʼ ମସ୍ତକ ଉଠାଇବା କର୍ତ୍ତା ଅଟ।


ଏଣୁ ଆସ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍‍ ତାହାଙ୍କ ନାମ ସ୍ୱୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ।


ସେମାନେ ଧନ୍ୟବାଦରୂପ ବଳି ଉତ୍ସର୍ଗ କରନ୍ତୁ ଓ ଗାନ କରି ତାହାଙ୍କ କର୍ମସକଳ ବର୍ଣ୍ଣନା କରନ୍ତୁ।


ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି।”


ପୁଣି ସେ ମୋʼ ଶତ୍ରୁଗଣଠାରୁ ମୋତେ ବାହାର କରି ଆଣନ୍ତି; ହଁ, ତୁମ୍ଭେ ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ରକ୍ଷା କରୁଅଛ।


ସେମାନେ ଈଶ୍ବରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, “ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ।


ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍‍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।


ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପୂର୍ବକାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।


ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, “ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ସର୍ବବଂଶ ଓ ସର୍ବଜାତିମାନଙ୍କ ମଧ୍ୟରୁ ଈଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,


ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ।


ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରୁ; ଆମ୍ଭମାନଙ୍କ ପରିତ୍ରାଣର ଶୈଳଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ।


ପୁଣି ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଗଲ, ଆମ୍ଭେ ତୁମ୍ଭର ସଙ୍ଗୀ ହେଲୁ ଓ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଉଚ୍ଛିନ୍ନ କଲୁ; ଆହୁରି ଆମ୍ଭେ ପୃଥିବୀସ୍ଥ ମହାନ ଲୋକମାନଙ୍କ ନାମ ତୁଲ୍ୟ ତୁମ୍ଭର ମହାନାମ କରିବା।


କାରଣ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଯାକୁବ ନିମନ୍ତେ ଆନନ୍ଦରେ ଗାନ କର ଓ ଗୋଷ୍ଠୀବର୍ଗର ଅଗ୍ରଗଣ୍ୟ ନିମନ୍ତେ ଜୟଧ୍ୱନି କର; ତୁମ୍ଭେମାନେ ପ୍ରଚାର କରି, ପ୍ରଶଂସା କରି କୁହ, ‘ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକ ଇସ୍ରାଏଲର ଅବଶିଷ୍ଟାଂଶକୁ ପରିତ୍ରାଣ କର।’


ହଁ, ସେମାନେ ସଦାପ୍ରଭୁଙ୍କ ପଥ ବିଷୟ ଗାନ କରିବେ; କାରଣ ସଦାପ୍ରଭୁଙ୍କ ଗୌରବ ମହତ୍।


ସେ ପଥ ମଧ୍ୟରେ ସ୍ରୋତଜଳ ପାନ କରିବେ; ଏହେତୁ ସେ ଆପଣା ମସ୍ତକ ଉଠାଇବେ।


ଆମ୍ଭମାନଙ୍କ ବଳ ସ୍ୱରୂପ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଉଚ୍ଚସ୍ୱରରେ ଗାନ କର; ଯାକୁବର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।


ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦ-ସ୍ୱରରେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।


ହେ ସଦାପ୍ରଭୋ, ନିଜ ବଳରେ ଉନ୍ନତ ହୁଅ; ତହିଁରେ ଆମ୍ଭେମାନେ ତୁମ୍ଭ ପରାକ୍ରମର ଗାନ ଓ ପ୍ରଶଂସା କରିବା।


ହେ ସଦାପ୍ରଭୋ, ରାଜା ତୁମ୍ଭ ବଳରେ ଆନନ୍ଦ କରିବେ ଓ ତୁମ୍ଭ ପରିତ୍ରାଣରେ ସେ କେଡ଼େ ମହାନନ୍ଦ କରିବେ!


“ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର କʼଣ ତୁମ୍ଭମାନଙ୍କର ସହବର୍ତ୍ତୀ ନୁହନ୍ତି? ଓ ସେ କʼଣ ଚତୁର୍ଦ୍ଦିଗରେ ତୁମ୍ଭମାନଙ୍କୁ ବିଶ୍ରାମ ଦେଇ ନାହାନ୍ତି? ସେ ଦେଶ ନିବାସୀମାନଙ୍କୁ ମୋʼ ହସ୍ତରେ ସମର୍ପଣ କରିଅଛନ୍ତି; ଆଉ ସଦାପ୍ରଭୁଙ୍କ ଓ ତାହାଙ୍କ ଲୋକମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ରହିଅଛି।


ଏଥିଉତ୍ତାରେ ଯିହୁଦାର ରାଜା ଯିହୋୟାଖୀନ୍‍ଙ୍କର ବନ୍ଦୀତ୍ୱର ସଇଁତିରିଶ ବର୍ଷର ଦ୍ୱାଦଶ ମାସରେ ଓ ମାସର ସତାଇଶ ଦିନରେ ବାବିଲ ରାଜା ଇବିଲ୍‍-ମରୋଦକ୍‍ ରାଜ୍ୟ ଆରମ୍ଭ କରିବା ବର୍ଷରେ ଯିହୁଦାର ରାଜା ଯିହୋୟାଖୀନ୍‍ଙ୍କୁ କାରାଗାରରୁ ବାହାର କରି ତାଙ୍କର ମସ୍ତକ ଉନ୍ନତ କଲା।


ଯେଉଁ ସମୟରେ ସଦାପ୍ରଭୁ ସମସ୍ତ ଶତ୍ରୁ ହସ୍ତରୁ ଓ ଶାଉଲଙ୍କର ହସ୍ତରୁ ଦାଉଦଙ୍କୁ ଉଦ୍ଧାର କଲେ, ସେହି ସମୟରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ;


ତିନି ଦିନ ମଧ୍ୟରେ ଫାରୋ ତୁମ୍ଭର ମସ୍ତକ ଉଠାଇ ତୁମ୍ଭକୁ ନିଜ ପଦରେ ପୁନର୍ବାର ନିଯୁକ୍ତ କରିବେ; ତହିଁରେ ତୁମ୍ଭେ ପୂର୍ବ ପରି ପାନପାତ୍ରବାହକ ହୋଇ ପୁନର୍ବାର ଫାରୋଙ୍କର ହସ୍ତରେ ପାନପାତ୍ର ଦେବ।


ଏଥିଉତ୍ତାରେ ତୃତୀୟ ଦିନରେ ଫାରୋଙ୍କର ଜନ୍ମ ଦିନ ଉପସ୍ଥିତ ହେବାରୁ ସେ ଆପଣା ସମସ୍ତ ଦାସଙ୍କ ନିମନ୍ତେ ଭୋଜ ପ୍ରସ୍ତୁତ କଲେ। ତହିଁରେ ସେ ଆପଣା ସମସ୍ତ ଦାସଙ୍କ ସାକ୍ଷାତରେ ପ୍ରଧାନ ପାନପାତ୍ର ବାହକର ଓ ପ୍ରଧାନ ସୂପକାରର ମସ୍ତକ ଉଠାଇଲେ।


ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି, ସେ ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି। [ସେଲା]


ହେ ମୋହର ଗୌରବ, ଜାଗ୍ରତ ହୁଅ; ହେ ନେବଲ ଓ ବୀଣେ, ଜାଗ୍ରତ ହୁଅ; ମୁଁ ନିଜେ ଅତି ପ୍ରଭାତରେ ଜାଗ୍ରତ ହେବି।


ହେ ସଦାପ୍ରଭୋ, ନିବେଦନ କରୁଅଛି, ମୋʼ ମୁଖର ସ୍ୱେଚ୍ଛାଦତ୍ତ ଉପହାର ଗ୍ରହଣ କର ଓ ତୁମ୍ଭର ଶାସନସବୁ ମୋତେ ଶିଖାଅ।


Swiv nou:

Piblisite


Piblisite