Biblia Todo Logo
Bib sou entènèt

- Piblisite -




ଗୀତସଂହିତା 27:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଯେତେବେଳେ ତୁମ୍ଭେ କହିଲ, “ତୁମ୍ଭେମାନେ ମୋହର ମୁଖ ଅନ୍ୱେଷଣ କର,” ମୋʼ ଅନ୍ତଃକରଣ ତୁମ୍ଭଙ୍କୁ କହିଲା, “ସଦାପ୍ରଭୋ, ମୁଁ ତୁମ୍ଭର ମୁଖ ଅନ୍ୱେଷଣ କରିବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 (ଯେତେବେଳେ ତୁମ୍ଭେ କହିଲ,) ତୁମ୍ଭେମାନେ ମୋହର ମୁଖ ଅନ୍ଵେଷଣ କର; ମୋʼ ଅନ୍ତଃକରଣ ତୁମ୍ଭଙ୍କୁ କହିଲା, ସଦାପ୍ରଭୋ, ମୁଁ ତୁମ୍ଭର ମୁଖ ଅନ୍ଵେଷଣ କରିବି।

Gade chapit la Kopi

ଓଡିଆ ବାଇବେଲ

8 ଯେତେବେଳେ ତୁମ୍ଭେ କହିଲ, “ତୁମ୍ଭେମାନେ ମୋହର ମୁଖ ଅନ୍ୱେଷଣ କର,” ମୋ’ ଅନ୍ତଃକରଣ ତୁମ୍ଭଙ୍କୁ କହିଲା, “ସଦାପ୍ରଭୁ, ମୁଁ ତୁମ୍ଭର ମୁଖ ଅନ୍ୱେଷଣ କରିବି।”

Gade chapit la Kopi

ପବିତ୍ର ବାଇବଲ

8 ହେ ସଦାପ୍ରଭୁ, ମୁଁ ତୁମ୍ଭ ସହିତ କଥା ହେବାକୁ ଗ୍ଭହେଁ। ମୁଁ ତୁମ୍ଭ ସହିତ ଅନ୍ତରର ଗଭୀରତମ ପ୍ରଦେଶରୁ କଥା ହେବାକୁ ଗ୍ଭହେଁ। ମୁଁ ତୁମ୍ଭ ନିକଟକୁ କହିବା ପାଇଁ ଆସିଛି।

Gade chapit la Kopi




ଗୀତସଂହିତା 27:8
12 Referans Kwoze  

ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ପରାକ୍ରମର ଅନ୍ୱେଷଣ କର; ସଦାସର୍ବଦା ତାହାଙ୍କ ମୁଖ ଅନ୍ୱେଷଣ କର।


ମୁଁ ସର୍ବାନ୍ତଃକରଣରେ ତୁମ୍ଭର ଅନୁଗ୍ରହ ପ୍ରାର୍ଥନା କଲି; ଆପଣା ବାକ୍ୟାନୁସାରେ ମୋʼ ପ୍ରତି ଦୟାଳୁ ହୁଅ।


ଯେଉଁମାନେ ପରମେଶ୍ୱରଙ୍କୁ ଅନ୍ୱେଷଣ କରନ୍ତି, ସେମାନଙ୍କର ବଂଶ ଏହି, ହେ ଯାକୁବର ପରମେଶ୍ୱର, ଏମାନେ ତୁମ୍ଭର ମୁଖ ଅନ୍ୱେଷଣ କରନ୍ତି। [ସେଲା]


ସେମାନେ ଆପଣା ଆପଣା ଅପରାଧ ସ୍ୱୀକାର କରି ଆମ୍ଭର ମୁଖ ଅନ୍ଵେଷଣ ନ କରିବା ପର୍ଯ୍ୟନ୍ତ ଆମ୍ଭେ ଫେରି ଆପଣା ସ୍ଥାନକୁ ଯିବା; ସେମାନେ ଆପଣାମାନଙ୍କର ଦୁଃଖ ସମୟରେ ଆନ୍ତରିକ ଭାବରେ ଆମ୍ଭର ଅନ୍ଵେଷଣ କରିବେ।


ଆମ୍ଭେ ଗୋପନରେ ଅନ୍ଧକାରମୟ ଦେଶର କୌଣସି ସ୍ଥାନରେ କହି ନାହୁଁ; ‘ତୁମ୍ଭେମାନେ ବୃଥାରେ ଆମ୍ଭର ଅନ୍ୱେଷଣ କର,’ ଏହା ଆମ୍ଭେ ଯାକୁବ ବଂଶକୁ କହି ନାହୁଁ, ଆମ୍ଭେ ସଦାପ୍ରଭୁ ଧର୍ମବାଦୀ, ଆମ୍ଭେ ସଠିକ୍ କଥା ପ୍ରକାଶ କରୁ।


ଦାଉଦଙ୍କର ସମୟରେ କ୍ରମାଗତ ତିନି ବର୍ଷ ଦୁର୍ଭିକ୍ଷ ହେଲା; ତହିଁରେ ଦାଉଦ ସଦାପ୍ରଭୁଙ୍କ ମୁଖ ଅନ୍ୱେଷଣ କରନ୍ତେ, ସଦାପ୍ରଭୁ କହିଲେ, “ଶାଉଲ ଓ ତାହାର ରକ୍ତପାତୀ ବଂଶ ସକାଶୁ ଏହା ହେଉଅଛି, ଯେହେତୁ ସେ ଗିବୀୟୋନୀୟ ଲୋକମାନଙ୍କୁ ବଧ କରିଥିଲା।”


ଯେବେ ଆମ୍ଭ ନାମରେ ବିଖ୍ୟାତ ଆମ୍ଭ ଲୋକମାନେ ଆପଣାମାନଙ୍କୁ ନମ୍ର କରି ପ୍ରାର୍ଥନା କରିବେ ଓ ଆମ୍ଭର ମୁଖ ଅନ୍ୱେଷଣ କରି ଆପଣା ଆପଣା କୁପଥରୁ ଫେରିବେ, ତେବେ ଆମ୍ଭେ ସ୍ୱର୍ଗରୁ ଶୁଣିବା ଓ ସେମାନଙ୍କର ପାପ କ୍ଷମା କରିବା ଓ ସେମାନଙ୍କ ଦେଶ ସୁସ୍ଥ କରିବା।


ହେ ସଦାପ୍ରଭୋ, ସଙ୍କଟ ସମୟରେ ସେମାନେ ତୁମ୍ଭର ଅନ୍ୱେଷଣ କରିଅଛନ୍ତି, ତୁମ୍ଭର ଶାସ୍ତି ସେମାନଙ୍କ ଉପରେ ଥିବା ବେଳେ ସେମାନେ ପ୍ରାର୍ଥନା ଢାଳି ପକାଇଲେ।


ସେ ଏହା ଶୁଣି ଶୀଘ୍ର ଉଠି ତାହାଙ୍କ ନିକଟକୁ ଗଲେ।


Swiv nou:

Piblisite


Piblisite