Biblia Todo Logo
Bib sou entènèt

- Piblisite -




ଗୀତସଂହିତା 27:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମୋʼ ଠାରୁ ଆପଣା ମୁଖ ଲୁଚାଅ ନାହିଁ; କ୍ରୋଧରେ ଆପଣା ଦାସକୁ ଦୂର କର ନାହିଁ; ତୁମ୍ଭେ ମୋହର ସହାୟ ହୋଇଅଛ; ହେ ମୋʼ ପରିତ୍ରାଣର ପରମେଶ୍ୱର, ମୋତେ ଦୂର କର ନାହିଁ, କିଅବା ପରିତ୍ୟାଗ କର ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ମୋʼଠାରୁ ଆପଣା ମୁଖ ଲୁଚାଅ ନାହିଁ; କ୍ରୋଧରେ ଆପଣା ଦାସକୁ ଦୂର କର ନାହିଁ; ତୁମ୍ଭେ ମୋହର ସହାୟ ହୋଇଅଛ; ହେ ମୋʼ ପରିତ୍ରାଣର ପରମେଶ୍ଵର, ମୋତେ ଦୂର କର ନାହିଁ, କିଅବା ପରିତ୍ୟାଗ କର ନାହିଁ।

Gade chapit la Kopi

ଓଡିଆ ବାଇବେଲ

9 ମୋ’ଠାରୁ ଆପଣା ମୁଖ ଲୁଚାଅ ନାହିଁ; କ୍ରୋଧରେ ଆପଣା ଦାସକୁ ଦୂର କର ନାହିଁ; ତୁମ୍ଭେ ମୋହର ସହାୟ ହୋଇଅଛ; ହେ ମୋ’ ପରିତ୍ରାଣର ପରମେଶ୍ୱର, ମୋତେ ଦୂର କର ନାହିଁ, କିଅବା ପରିତ୍ୟାଗ କର ନାହିଁ।

Gade chapit la Kopi

ପବିତ୍ର ବାଇବଲ

9 ହେ ପରମେଶ୍ୱର, ମୋ'ଠାରୁ ଆପଣା ମୁଖ ଲୁଗ୍ଭଅ ନାହିଁ। ମୋତେ ସାହାଯ୍ୟ କର। ମୋତେ ଦୂର କର ନାହିଁ। ମୋତେ ପରିତ୍ୟାଗ କର ନାହିଁ। ମୋର ପରମେଶ୍ୱର, ତୁମ୍ଭେ ହିଁ ମୋର ତ୍ରାଣକର୍ତ୍ତା।

Gade chapit la Kopi




ଗୀତସଂହିତା 27:9
23 Referans Kwoze  

ଆଉ, ତୁମ୍ଭ ଦାସଠାରୁ ଆପଣା ମୁଖ ଲୁଚାଅ ନାହିଁ; କାରଣ ମୁଁ ସଙ୍କଟରେ ଅଛି; ଶୀଘ୍ର ମୋତେ ଉତ୍ତର ଦିଅ।


ହେ ସଦାପ୍ରଭୋ, ମୋତେ ଉତ୍ତର ଦେବାକୁ ସତ୍ୱର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି; ମୋʼ ଠାରୁ ଆପଣା ମୁଖ ଲୁଚାଅ ନାହିଁ; କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି।


ମୋʼ ସଙ୍କଟ ଦିନରେ ମୋʼ ଠାରୁ ତୁମ୍ଭ ମୁଖ ଲୁଚାଅ ନାହିଁ; ମୋʼ ପ୍ରତି ଆପଣା କର୍ଣ୍ଣ ଡେର; ମୁଁ ପ୍ରାର୍ଥନା କରିବା ଦିନରେ ମୋତେ ଶୀଘ୍ର ଉତ୍ତର ଦିଅ।


ଆଚାର-ବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।”


ପୁଣି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ଯେ ସେମାନଙ୍କଠାରୁ ବିମୁଖ ନ ହେବା, ଏହି ଭାବର ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା ଓ ସେମାନେ ଯେପରି ଆମ୍ଭଠାରୁ ଦୂର ହେବେ ନାହିଁ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତଃକରଣରେ ସ୍ଥାପନ କରିବା।


ସେ ସଦାପ୍ରଭୁଙ୍କଠାରୁ ଆଶୀର୍ବାଦ ଓ ଆପଣାର ପରିତ୍ରାଣ ସ୍ୱରୂପ ପରମେଶ୍ୱରଙ୍କଠାରୁ ଧାର୍ମିକତା ପ୍ରାପ୍ତ ହେବ।


ମୁଁ ନ୍ୟାୟ ଓ ଧର୍ମାଚରଣ କରିଅଛି; ମୋʼ ଉପଦ୍ରବୀମାନଙ୍କ ହସ୍ତରେ ମୋତେ ସମର୍ପଣ କର ନାହିଁ।


ସଦାପ୍ରଭୋ, ମୋʼ ପରିତ୍ରାଣର ପରମେଶ୍ୱର, ମୁଁ ଦିବାରାତ୍ର ତୁମ୍ଭ ସମ୍ମୁଖରେ କାକୂକ୍ତି କରିଅଛି;


ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ ଓ ତୁମ୍ଭ ପବିତ୍ର ଆତ୍ମା ମୋʼ ଠାରୁ ନିଅ ନାହିଁ।


ତୁମ୍ଭେ କାହିଁକି ଆପଣା ମୁଖ ଲୁଚାଉଅଛ, ପୁଣି, ଆମ୍ଭମାନଙ୍କ କ୍ଳେଶ ଓ ଦୌରାତ୍ମଭୋଗ ବିସ୍ମୃତ ହେଉଅଛ?


ହେ ସଦାପ୍ରଭୋ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ? ତୁମ୍ଭେ କେତେ କାଳ ମୋʼ ଠାରୁ ଆପଣା ମୁଖ ଲୁଚାଇବ?


ତହିଁରେ ଶାମୁୟେଲ ଖଣ୍ଡେ ପଥର ନେଇ ମିସ୍ପା ଓ ଶେନ ମଧ୍ୟସ୍ଥାନରେ ସ୍ଥାପନ କରି ତହିଁର ନାମ ଏବନ୍‍-ଏଜର (ଉପକାର ସ୍ମରଣାର୍ଥକ ପ୍ରସ୍ତର) ରଖି କହିଲେ, “ଏପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କର ଉପକାର କରିଅଛନ୍ତି।”


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ପତ୍ର ଦ୍ୱାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ?” “ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା।


ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।


ମାତ୍ର ତୁମ୍ଭମାନଙ୍କର ଅପରାଧସବୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ମଧ୍ୟରେ ବିଚ୍ଛେଦ ଘଟାଇଅଛି ଓ ତୁମ୍ଭମାନଙ୍କର ପାପସବୁ ତୁମ୍ଭମାନଙ୍କଠାରୁ ତାହାଙ୍କ ମୁଖ ଲୁଚାଇଅଛି, ଏଥିପାଇଁ ସେ ଶୁଣିବେ ନାହିଁ।


ମୋʼ ପ୍ରାଣର ନିକଟବର୍ତ୍ତୀ ହୋଇ ତାହାକୁ ମୁକ୍ତ କର; ମୋʼ ଶତ୍ରୁଗଣ ସକାଶୁ ମୋତେ ମୂଲ୍ୟରେ ମୁକ୍ତ କର।


କାରଣ ମୋʼ ବଞ୍ଚିବାର ଦିନସବୁ ଧୂଆଁ ପରି କ୍ଷୟ ପାଏ ଓ ମୋହର ଅସ୍ଥିସବୁ ନିଆଁଖୁଣ୍ଟା ପରି ପୋଡ଼ିଯାଏ।


Swiv nou:

Piblisite


Piblisite