Biblia Todo Logo
Bib sou entènèt

- Piblisite -




ଗୀତସଂହିତା 28:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ଡାକ ପକାଇବି; ହେ ମୋହର ଶୈଳ, ମୋʼ ପ୍ରତି ନୀରବ ହୁଅ ନାହିଁ; କେଜାଣି ତୁମ୍ଭେ ମୋʼ ପ୍ରତି ନୀରବ ହେଲେ, ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ପରି ହେବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ଡାକ ପକାଇବି; ହେ ମୋହର ଶୈଳ, ମୋʼ ପ୍ରତି ନୀରବ ହୁଅ ନାହିଁ; କେଜାଣି ତୁମ୍ଭେ ମୋʼ ପ୍ରତି ନୀରବ ହେଲେ, ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ପରି ହେବି।

Gade chapit la Kopi

ଓଡିଆ ବାଇବେଲ

1 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ଡାକ ପକାଇବି; ହେ ମୋହର ଶୈଳ, ମୋ’ ପ୍ରତି ନୀରବ ହୁଅ ନାହିଁ; କେଜାଣି ତୁମ୍ଭେ ମୋ’ ପ୍ରତି ନୀରବ ହେଲେ, ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ପରି ହେବି।

Gade chapit la Kopi

ପବିତ୍ର ବାଇବଲ

1 ହେ ସଦାପ୍ରଭୁ, ତୁମ୍ଭେ ମୋର ଶକ୍ତିଶାଳୀ ଶୈଳ ସଦୃଶ। ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ପ୍ରାର୍ଥନା କରୁଛି। ତୁମ୍ଭେ ମୋ’ ପ୍ରତି ନୀରବ ହୁଅ ନାହିଁ। ଯଦି ମୋର ସହାୟତା ପାଇଁ ପ୍ରାର୍ଥନାର ଉତ୍ତର ନ ଦିଅ, ତାହାହେଲେ ଲୋକମାନେ ଭାବିବେ ମୁଁ ସେହି କବର ଭିତରେ ଥିବା ଲୋକମାନଙ୍କଠାରୁ କୌଣସି ଗୁଣରେ ନ୍ୟୁନ ହୁହେଁ।

Gade chapit la Kopi




ଗୀତସଂହିତା 28:1
21 Referans Kwoze  

ହେ ସଦାପ୍ରଭୋ, ମୋତେ ଉତ୍ତର ଦେବାକୁ ସତ୍ୱର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି; ମୋʼ ଠାରୁ ଆପଣା ମୁଖ ଲୁଚାଅ ନାହିଁ; କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି।


ସଦାପ୍ରଭୁ ମୋହର ଶୈଳ, ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ୱର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି; ମୋହର ଢାଲ ଓ ମୋହର ପରିତ୍ରାଣର ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ।


ପାତାଳର ନ୍ୟାୟ ଆମ୍ଭେମାନେ ସେମାନଙ୍କୁ ଜୀଅନ୍ତା ଗ୍ରାସ କରୁ ଓ ଗର୍ତ୍ତପତିତ ଲୋକ ପରି ସେମାନଙ୍କୁ ସର୍ବତୋଭାବେ ଗ୍ରାସ କରୁ;


ହେ ପରମେଶ୍ୱର, ତୁମ୍ଭେ ମୌନୀ ହୋଇ ରୁହ ନାହିଁ; ହେ ପରମେଶ୍ୱର, ନୀରବ ଓ ନିରସ୍ତ ହୁଅ ନାହିଁ।


ପୁଣି, ତାହାକୁ ପାତାଳକୁଣ୍ଡରେ ନିକ୍ଷେପ କରି ସେଥିର ମୁଖ ବନ୍ଦ କଲେ ଓ ତାହା ଉପରେ ମୁଦ୍ରାଙ୍କ ଦେଲେ, ଯେପରି ସେହି ଏକ ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ସେ ଜାତିସମୂହକୁ ଆଉ ଭ୍ରାନ୍ତ କରିପାରିବ ନାହିଁ; ଏହାପରେ ଅଳ୍ପ କାଳ ନିମନ୍ତେ ତାହାକୁ ମୁକ୍ତ ହେବାକୁ ହେବ।


ତୁମ୍ଭେମାନେ ସଦାକାଳ ସଦାପ୍ରଭୁଙ୍କଠାରେ ନିର୍ଭର ରଖ; କାରଣ ସଦାପ୍ରଭୁ ଯିହୋବାଃଙ୍କଠାରେ ଅନନ୍ତକାଳସ୍ଥାୟୀ ଶୈଳ ଅଛି।


ସେ ମୋହର ପ୍ରାଣକୁ ଗର୍ତ୍ତଗମନରୁ ମୁକ୍ତ କରିଅଛନ୍ତି ଓ ମୋହର ଜୀବନ ଆଲୁଅ ଦେଖିବ।’


ଯେହେତୁ ପାତାଳ ତୁମ୍ଭର ପ୍ରଶଂସା କରି ନ ପାରେ, ମୃତ୍ୟୁୁ ତୁମ୍ଭର ଗୁଣ କୀର୍ତ୍ତନ କରି ନ ପାରେ; ଗର୍ତ୍ତଗାମୀମାନେ ତୁମ୍ଭର ସତ୍ୟତା ପାଇଁ ପ୍ରତ୍ୟାଶା କରି ନ ପାରନ୍ତି।


ହେ ସଦାପ୍ରଭୋ, ତୁମ୍ଭେ ତାହା ଦେଖିଅଛ; ନୀରବ ରୁହ ନାହିଁ; ହେ ପ୍ରଭୋ, ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ।


ମୁଁ ଗର୍ତ୍ତକୁ ଗମନ କଲେ, ମୋର ରକ୍ତରେ କି ଲାଭ? ଧୂଳି କି ତୁମ୍ଭର ପ୍ରଶଂସା କରିବ? ତାହା କି ତୁମ୍ଭର ସତ୍ୟତା ପ୍ରକାଶ କରିବ?


ହେ ମୋହର ପରମେଶ୍ୱର, ମୁଁ ଦିନ ବେଳେ ଡାକେ, ମାତ୍ର ତୁମ୍ଭେ ଉତ୍ତର ଦେଉ ନାହଁ, ଆଉ ରାତ୍ରିକାଳରେ ଡାକେ, ପୁଣି, ନୀରବ ନ ରହେ।


ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି, ସେ ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି। [ସେଲା]


ମୁଁ ପରମେଶ୍ୱରଙ୍କ ନିକଟରେ ସ୍ୱରବରେ କାକୂକ୍ତି କରିବି; ପରମେଶ୍ୱରଙ୍କ ନିକଟରେ ହିଁ ସ୍ୱରବରେ କାକୂକ୍ତି କରିବି, ତହିଁରେ ସେ ମୋʼ ପ୍ରତି କର୍ଣ୍ଣପାତ କରିବେ।


ଜଳପ୍ଲାବନ ମୋତେ ମଗ୍ନ ନ କରୁ, କିଅବା ଗଭୀର ଜଳ ମୋତେ ଗ୍ରାସ ନ କରୁ; ପୁଣି, ଗର୍ତ୍ତ ମୋʼ ଉପରେ ଆପଣା ମୁଖ ବନ୍ଦ ନ କରୁ।


ହେ ମୋହର ରାଜନ୍‍, ହେ ମୋହର ପରମେଶ୍ୱର, ମୋହର ଆର୍ତ୍ତରବରେ ମନୋଯୋଗ କର, କାରଣ ତୁମ୍ଭ ନିକଟରେ ମୁଁ ପ୍ରାର୍ଥନା କରେ।


ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରେ; ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରେ;


ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ ଓ ମୋʼ ଆର୍ତ୍ତସ୍ୱରରେ କର୍ଣ୍ଣ ଦିଅ; ମୋʼ ଅଶ୍ରୁପାତରେ ନୀରବ ହୁଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ବିଦେଶୀ, ମୋହର ସମସ୍ତ ପୂର୍ବପୁରୁଷଗଣଙ୍କ ତୁଲ୍ୟ ପ୍ରବାସୀ।


ମୁଁ ଆପଣା ଶୈଳ ସ୍ୱରୂପ ପରମେଶ୍ୱରଙ୍କୁ କହିବି, “ତୁମ୍ଭେ କାହିଁକି ମୋତେ ପାସୋରିଅଛ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ହେତୁ ଶୋକ କରି ବୁଲୁଅଛି?”


ହେ ସଦାପ୍ରଭୁଙ୍କର ସଦ୍‍ଭକ୍ତମାନେ, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପୁଣି, ତାହାଙ୍କ ପବିତ୍ର ନାମକୁ ଧନ୍ୟବାଦ ଦିଅ।


ମୁଁ ତାହାଙ୍କ ଛାମୁରେ ନିଜ ଦୁଃଖର କଥା ଭାଙ୍ଗି କହେ; ମୁଁ ତାହାଙ୍କ ଆଗରେ ଆପଣା ଦୁଃଖ ଜଣାଏ।


Swiv nou:

Piblisite


Piblisite