Biblia Todo Logo
Bib sou entènèt

- Piblisite -




ଗୀତସଂହିତା 30:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ହେ ସଦାପ୍ରଭୋ, ମୋହର ପରମେଶ୍ୱର, ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲି, ପୁଣି, ତୁମ୍ଭେ ମୋତେ ସୁସ୍ଥ କରିଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ହେ ସଦାପ୍ରଭୋ, ମୋହର ପରମେଶ୍ଵର, ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲି, ପୁଣି ତୁମ୍ଭେ ମୋତେ ସୁସ୍ଥ କରିଅଛ।

Gade chapit la Kopi

ଓଡିଆ ବାଇବେଲ

2 ହେ ସଦାପ୍ରଭୁ, ମୋହର ପରମେଶ୍ୱର, ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲି, ପୁଣି, ତୁମ୍ଭେ ମୋତେ ସୁସ୍ଥ କରିଅଛ।

Gade chapit la Kopi

ପବିତ୍ର ବାଇବଲ

2 ହେ ସଦାପ୍ରଭୁ ମୋର ପରମେଶ୍ୱର, ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ପ୍ରାର୍ଥନା କଲି ଓ ତହିଁରେ ତୁମ୍ଭେ ମୋତେ ସୁସ୍ଥ କରିଅଛ।

Gade chapit la Kopi




ଗୀତସଂହିତା 30:2
14 Referans Kwoze  

ଯଥା, “ଫେରିଯାଅ ଓ ଆମ୍ଭ ଲୋକମାନଙ୍କ ଅଧିପତି ହିଜକୀୟକୁ କୁହ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଦାଉଦର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ, ଆମ୍ଭେ ତୁମ୍ଭର ଲୋତକ ଦେଖିଲୁ; ଦେଖ, ଆମ୍ଭେ ତୁମ୍ଭକୁ ସୁସ୍ଥ କରିବୁ; ତୁମ୍ଭେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବ।


ହେ ସଦାପ୍ରଭୋ, ମୋତେ ଦୟା କର; କାରଣ ମୁଁ ଶୁଷ୍କ ହୋଇ ଯାଇଅଛି; ହେ ସଦାପ୍ରଭୋ, ମୋତେ ସୁସ୍ଥ କର; କାରଣ ମୋʼ ର ଅସ୍ଥିସବୁ ବ୍ୟାକୁଳ ହେଉଅଛି।


ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି।


“ତୁମ୍ଭେ ଯଦି ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କର, ତାହାଙ୍କ ଦୃଷ୍ଟିରେ ଯାହା ଉଚିତ ତାହା କର, ତାହାଙ୍କ ଆଜ୍ଞାରେ କର୍ଣ୍ଣ ଦିଅ ଓ ତାହାଙ୍କ ବିଧି ସମସ୍ତ ପାଳନ କର, ତେବେ ଆମ୍ଭେ ମିସରୀୟ ଲୋକମାନଙ୍କୁ ଯେସବୁ ରୋଗ ଭୋଗ କରାଇଲୁ, ତାହାସବୁ ତୁମ୍ଭମାନଙ୍କୁ ଭୋଗ କରିବାକୁ ଦେବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।”


ମାତ୍ର ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରିଅଛି ଓ ପ୍ରଭାତରେ ମୋʼ ପ୍ରାର୍ଥନା ତୁମ୍ଭ ନିକଟରେ ଉପସ୍ଥିତ ହେବ।


ଏଥିଉତ୍ତାରେ ଅବ୍ରହାମ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ପରମେଶ୍ୱର ଅବିମେଲକଙ୍କୁ ଓ ତାଙ୍କ ଭାର୍ଯ୍ୟାକୁ ଓ ତାହାର ଦାସୀଗଣକୁ ସୁସ୍ଥ କଲେ; ତହିଁରେ ସେମାନଙ୍କର ସନ୍ତାନସନ୍ତତି ଜାତ ହେଲେ।


ମୋତେ ଆହ୍ଲାଦ ଓ ଆନନ୍ଦଜନକ ବାକ୍ୟ ଶୁଣାଅ; ତହିଁରେ ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ପ୍ରଫୁଲ୍ଲ ହେବ।


ସଦାପ୍ରଭୁ ମୋତେ ଭାରୀ ଶାସ୍ତି ଦେଇଅଛନ୍ତି; ମାତ୍ର ସେ ମୃତ୍ୟୁୁ ହସ୍ତରେ ମୋତେ ସମର୍ପି ଦେଇ ନାହାନ୍ତି।


ହେ ସଦାପ୍ରଭୋ, ମୋହର ପରମେଶ୍ୱର, ତୁମ୍ଭର ଧର୍ମ ପ୍ରମାଣେ ମୋହର ବିଚାର କର ଓ ସେମାନଙ୍କୁ ମୋʼ ଉପରେ ଆନନ୍ଦ କରିବାକୁ ଦିଅ ନାହିଁ।


ତୁମ୍ଭେ ମୋʼ ସରଳତାରେ ମୋତେ ଧରି ରଖୁଅଛ।


ହେ ରାଜନ୍‍, ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି; ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି,


Swiv nou:

Piblisite


Piblisite