Biblia Todo Logo
Bib sou entènèt

- Piblisite -




ଗୀତସଂହିତା 30:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ହେ ସଦାପ୍ରଭୁଙ୍କର ସଦ୍‍ଭକ୍ତମାନେ, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପୁଣି, ତାହାଙ୍କ ପବିତ୍ର ନାମକୁ ଧନ୍ୟବାଦ ଦିଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ହେ ସଦାପ୍ରଭୁଙ୍କର ସଦ୍ଭକ୍ତମାନେ, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପୁଣି ତାହାଙ୍କ ପବିତ୍ର ନାମକୁ ଧନ୍ୟବାଦ ଦିଅ।

Gade chapit la Kopi

ଓଡିଆ ବାଇବେଲ

4 ହେ ସଦାପ୍ରଭୁଙ୍କର ସଦ୍‍ଭକ୍ତମାନେ, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପୁଣି, ତାହାଙ୍କ ପବିତ୍ର ନାମକୁ ଧନ୍ୟବାଦ ଦିଅ।

Gade chapit la Kopi

ପବିତ୍ର ବାଇବଲ

4 ହେ ପରମେଶ୍ୱରଙ୍କ ଅନୁଗାମୀମାନେ, ସଦାପ୍ରଭୁଙ୍କ ପ୍ରଶଂସା କରି ସଙ୍ଗୀତ ଗାନ କର। ତାଙ୍କର ସେହି ପବିତ୍ର ନାମର ପ୍ରଶଂସା କର।

Gade chapit la Kopi




ଗୀତସଂହିତା 30:4
16 Referans Kwoze  

ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ପୁଣି, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।


ପ୍ରତ୍ୟେକ ପ୍ରାଣୀର ଛଅ ଛଅ ପକ୍ଷ, ସେହି ପକ୍ଷଗୁଡ଼ିକର ବାହାର ଓ ଭିତର ଚକ୍ଷୁରେ ପରିପୂର୍ଣ୍ଣ। ସେମାନେ ଦିବାରାତ୍ର ବିଶ୍ରାମ ନ କରି କହୁଅଛନ୍ତି, “‘ଯେ ସର୍ବଶକ୍ତିମାନ, ଯେ ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ,’ ସେହି ପ୍ରଭୁ ଈଶ୍ବର ପବିତ୍ର, ପବିତ୍ର, ପବିତ୍ର।”


ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇଅଛନ୍ତି, ତାହା ତାହାଙ୍କ ସଦ୍‍ଭକ୍ତମାନଙ୍କର ଓ ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ-ସନ୍ତାନଗଣର ପ୍ରଶଂସାର ବିଷୟ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।


ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ ହେଉନ୍ତୁ; ପୁଣି, ତୁମ୍ଭ ସଦ୍‍ଭକ୍ତମାନେ ଆନନ୍ଦଧ୍ୱନି କରନ୍ତୁ।


ଏଉତ୍ତାରେ ସେ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ସ୍ମରଣ ଓ ଧନ୍ୟବାଦ ଓ ପ୍ରଶଂସା କରିବା ପାଇଁ କେତେକ ଲେବୀୟ ଲୋକଙ୍କୁ ନିଯୁକ୍ତ କଲେ।


ଆଉ, ସେମାନେ ପରସ୍ପର ଡାକି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ପବିତ୍ର, ପବିତ୍ର, ପବିତ୍ର; ସମୁଦାୟ ପୃଥିବୀ ତାହାଙ୍କ ମହିମାରେ ପରିପୂର୍ଣ୍ଣ।”


“ଯେଉଁମାନେ ବଳିଦାନ ଦ୍ୱାରା ଆମ୍ଭ ସଙ୍ଗେ ନିୟମ କରିଅଛନ୍ତି, ଆମର ସେହି ସଦ୍‍ଭକ୍ତଗଣଙ୍କୁ ଆମ୍ଭ ନିକଟରେ ଏକତ୍ର କର।”


ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦ କର ଓ ଉଲ୍ଲସିତ ହୁଅ; ହେ ସରଳାନ୍ତଃକରଣ ସମସ୍ତେ, ତୁମ୍ଭେମାନେ ଆନନ୍ଦଧ୍ୱନି କର।


ହେ ସଦାପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କିଏ? ତୁମ୍ଭ ସମାନ ପବିତ୍ରତାରେ ଆଦରଣୀୟ, ପ୍ରଶଂସାରେ ଭୟାନକ ଓ ଆଶ୍ଚର୍ଯ୍ୟକ୍ରିୟାକାରୀ କିଏ?


ସଦାପ୍ରଭୁ ମୃତ୍ୟୁୁ ଘଟାନ୍ତି ଓ ସଜୀବ କରନ୍ତି; ସେ ପାତାଳକୁ ଓହ୍ଲାଇ ଆଣନ୍ତି ଓ ଉପରକୁ ଉଠାଇ ନିଅନ୍ତି।


ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ଡାକ ପକାଇବି; ହେ ମୋହର ଶୈଳ, ମୋʼ ପ୍ରତି ନୀରବ ହୁଅ ନାହିଁ; କେଜାଣି ତୁମ୍ଭେ ମୋʼ ପ୍ରତି ନୀରବ ହେଲେ, ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ପରି ହେବି।


କାରଣ ମୋʼ ପ୍ରତି ତୁମ୍ଭର ଦୟା ମହତ୍; ପୁଣି, ତୁମ୍ଭେ ନୀଚସ୍ଥ ପାତାଳରୁ ମୋʼ ପ୍ରାଣକୁ ଉଦ୍ଧାର କରିଅଛ।


ସେ ଆପଣା ବାକ୍ୟ ପଠାଇ ସେମାନଙ୍କୁ ସୁସ୍ଥ କରନ୍ତି, ପୁଣି, ବିନାଶରୁ ସେମାନଙ୍କୁ ଉଦ୍ଧାର କରନ୍ତି।


Swiv nou:

Piblisite


Piblisite