Biblia Todo Logo
Bib sou entènèt

- Piblisite -




ଗୀତସଂହିତା 30:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ର ସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; ରୋଦନ ଏକ ରାତ୍ରି ପାଇଁ ଆସିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ରସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; ରୋଦନ ରାତ୍ରି ପାଇଁ ପ୍ରବାସ କରିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ।

Gade chapit la Kopi

ଓଡିଆ ବାଇବେଲ

5 କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ର ସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; ରୋଦନ ଏକ ରାତ୍ରି ପାଇଁ ଆସିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ।

Gade chapit la Kopi

ପବିତ୍ର ବାଇବଲ

5 ପରମେଶ୍ୱର କ୍ରୋଧିତ ହୁଅନ୍ତି। ତେଣୁ ତାଙ୍କର ନିଷ୍ପତ୍ତି ହିଁ “ମୃତ୍ୟୁ”। କିନ୍ତୁ ସେ ମୋ’ ପ୍ରତି କରୁଣା ପ୍ରଦର୍ଶନ କରି ମୋତେ “ଜୀବନଦାନ” ଦେଇଛନ୍ତି। ସାରା ରାତି ମୁଁ କାନ୍ଦୁଥିଲି। ତା’ ପରଦିନ ସକାଳୁ ଦେଖିଲି, ମୁଁ ଖୁସୀରେ ଗୀତ ବୋଲୁଛି।

Gade chapit la Kopi




ଗୀତସଂହିତା 30:5
28 Referans Kwoze  

କାରଣ ଏହି କ୍ଷଣକାଳସ୍ଥାୟୀ ଲଘୁ କ୍ଳେଶ ଅତ୍ୟଧିକ ବାହୁଲ୍ୟ ରୂପେ ଆମ୍ଭମାନଙ୍କ ନିମନ୍ତେ ଅନନ୍ତକାଳସ୍ଥାୟୀ ମହା ଗୌରବ ସାଧନ କରୁଅଛି;


ଶୋକାର୍ତ୍ତ ଲୋକେ ଧନ୍ୟ, କାରଣ ସେମାନେ ସାନ୍ତ୍ୱନାପ୍ରାପ୍ତ ହେବେ।


ହେ ମୋହର ଲୋକେ, ଆସ, ତୁମ୍ଭର ଅନ୍ତରାଳୟରେ ପ୍ରବେଶ କରି ତୁମ୍ଭ ଚାରିଆଡ଼େ ଦ୍ୱାର ରୁଦ୍ଧ କର; କ୍ରୋଧ ବହି ଯିବାଯାଏ ଅଳ୍ପକ୍ଷଣ ଆପଣାକୁ ଲୁଚାଅ।


ସେ ନିରନ୍ତର ଧମକାଇବେ ନାହିଁ; କିଅବା ସଦାକାଳ ଆପଣା କ୍ରୋଧ ରଖିବେ ନାହିଁ।


ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ।


କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ; ମୋହର ଓଷ୍ଠାଧର ତୁମ୍ଭର ପ୍ରଶଂସା କରିବ।


ମାତ୍ର ମୁଁ ତୁମ୍ଭ ପରାକ୍ରମ ବିଷୟ ଗାନ କରିବି ଓ ପ୍ରଭାତରେ ତୁମ୍ଭ ଦୟା ବିଷୟ ଉଚ୍ଚସ୍ୱରରେ ଗାନ କରିବି; କାରଣ ତୁମ୍ଭେ ମୋହର ଉଚ୍ଚ ଦୁର୍ଗ ଓ ବିପଦ ଦିନରେ ଆଶ୍ରୟ ସ୍ୱରୂପ ହୋଇଅଛ।


ପରମେଶ୍ୱର ସେହି ନଗରର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ ନାହିଁ। ପରମେଶ୍ୱର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ।


ପ୍ରଭାତରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର କଥା ମୋତେ ଶୁଣାଅ; କାରଣ ମୁଁ ତୁମ୍ଭଠାରେ ଭରସା ରଖେ; ମୋହର ଗନ୍ତବ୍ୟ ପଥ ମୋତେ ଜଣାଅ; କାରଣ ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ।


ମାତ୍ର ସଦାପ୍ରଭୁଙ୍କ ଦୟା ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଆପଣା ଭୟକାରୀମାନଙ୍କ ପ୍ରତି ଥାଏ ଓ ଯେଉଁମାନେ ତାହାଙ୍କର ନିୟମ ରକ୍ଷା କରନ୍ତି,


ଆତ୍ମା ଓ କନ୍ୟା କହନ୍ତି, ଆସ। ପୁଣି, ଯେ ଶୁଣେ, ସେ କହୁ, ଆସ। ଯେ ତୃଷାର୍ତ୍ତ, ସେ ଆସୁ; ଯେ ଇଚ୍ଛା କରେ, ସେ ବିନାମୂଲ୍ୟରେ ଜୀବନଦାୟକ ଜଳ ପାନ କରୁ।


ପୁଣି, ଆମ୍ଭେମାନେ ଜ୍ଞାତ ହେଉ, ସଦାପ୍ରଭୁଙ୍କୁ ଜାଣିବା ନିମନ୍ତେ ତାହାଙ୍କ ପଶ୍ଚାତ୍‍ଗମନ କରୁ; ତାହାଙ୍କର ଉଦୟ ପ୍ରତ୍ୟୁଷ ତୁଲ୍ୟ ନିଶ୍ଚିତ; ଆଉ ସେ ଆମ୍ଭମାନଙ୍କ ନିକଟକୁ ବୃଷ୍ଟି ତୁଲ୍ୟ, ଭୂମି-ସେଚନକାରୀ ଶେଷ ବୃଷ୍ଟି ତୁଲ୍ୟ ଆସିବେ।”


ସେତେବେଳେ ଯାକୁବ ସେଠାରେ ଏକାକୀ ରହିଲା; ତହୁଁ ଜଣେ ପୁରୁଷ ପ୍ରଭାତ ପର୍ଯ୍ୟନ୍ତ ତାହା ସହିତ ମଲ୍ଲଯୁଦ୍ଧ କଲେ।


ପରେ ଦୂତ ମୋତେ ଜୀବନଦାୟକ ଜଳର ଗୋଟିଏ ନଦୀ ଦେଖାଇଲେ, ତାହା ସ୍ଫଟିକ ସଦୃଶ ଉଜ୍ଜ୍ୱଳ, ପୁଣି, ଈଶ୍ବର ଓ ମେଷଶାବକଙ୍କ ସିଂହାସନରୁ ନିର୍ଗତ ହୋଇ ନଗରର ପଥ ମଧ୍ୟ ଦେଇ ପ୍ରବାହିତ ହେଉଅଛି।


ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର, ଇସ୍‌ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।’


କାରଣ ପରମେଶ୍ୱର ସମୁଦାୟ ପୃଥିବୀର ରାଜା ଅଟନ୍ତି; ତୁମ୍ଭେମାନେ ପ୍ରବୋଧଜନକ ପ୍ରଶଂସା ଗାନ କର।


ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ପୁଣି, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।


ହେ ସଦାପ୍ରଭୋ, ତୁମ୍ଭର ସମୁଦାୟ କର୍ମ ତୁମ୍ଭର ଧନ୍ୟବାଦ କରିବ; ତୁମ୍ଭର ସଦ୍‍ଭକ୍ତମାନେ ତୁମ୍ଭର ଧନ୍ୟବାଦ କରିବେ;


ସେହି ଦିନରେ ତୁମ୍ଭେ କହିବ, “ହେ ସଦାପ୍ରଭୋ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ୱନା କରୁଅଛ।”


Swiv nou:

Piblisite


Piblisite