Biblia Todo Logo
Bib sou entènèt

- Piblisite -




ଗୀତସଂହିତା 30:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନୁଗ୍ରହ ସକାଶୁ ମୋହର ପର୍ବତ ଦୃଢ଼ କରି ସ୍ଥାପନ କରିଥିଲ; ମାତ୍ର ଯଦି ତୁମ୍ଭେ ଆପଣା ମୁଖ ଲୁଚାଇଲ; ତେବେ ମୁଁ ବ୍ୟାକୁଳ ହେଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନୁଗ୍ରହ ସକାଶୁ ମୋହର ପର୍ବତ ଦୃଢ଼ କରି ସ୍ଥାପନ କରିଥିଲ; ତୁମ୍ଭେ ଆପଣା ମୁଖ ଲୁଚାଇଲ; ମୁଁ ବ୍ୟାକୁଳ ହେଲି।

Gade chapit la Kopi

ଓଡିଆ ବାଇବେଲ

7 ହେ ସଦାପ୍ରଭୁ, ତୁମ୍ଭେ ଆପଣା ଅନୁଗ୍ରହ ସକାଶୁ ମୋହର ପର୍ବତ ଦୃଢ଼ କରି ସ୍ଥାପନ କରିଥିଲ; ମାତ୍ର ଯଦି ତୁମ୍ଭେ ଆପଣା ମୁଖ ଲୁଚାଇଲ; ତେବେ ମୁଁ ବ୍ୟାକୁଳ ହେଲି।

Gade chapit la Kopi

ପବିତ୍ର ବାଇବଲ

7 ହଁ, ସଦାପ୍ରଭୁ, ଯେତେବେଳେ ତୁମ୍ଭେ ମୋ’ ପ୍ରତି ଦୟା କଲ, ମୁଁ ସେତେବେଳେ ଭାବିଲି, କେହି ମୋତେ ପରାସ୍ତ କରି ପାରିବେ ନାହିଁ। କିନ୍ତୁ ତୁମ୍ଭେ ଯେତେବେଳେ ମୋ’ ପାଖରୁ ଦୂରେଇ ଗଲ, ମୁଁ ସେତେବେଳେ ବ୍ୟାକୁଳ ହୋଇ ଭୟରେ ଥରି ଉଠିଲି।

Gade chapit la Kopi




ଗୀତସଂହିତା 30:7
16 Referans Kwoze  

ତୁମ୍ଭେ ଆପଣା ମୁଖ ଲୁଚାଇଲେ, ସେମାନେ ବ୍ୟାକୁଳ ହୁଅନ୍ତି; ତୁମ୍ଭେ ସେମାନଙ୍କ ନିଃଶ୍ୱାସ ହରଣ କଲେ, ସେମାନେ ମରନ୍ତି ଓ ପୁନର୍ବାର ଧୂଳିରେ ମିଶିଯାʼନ୍ତି।


ହେ ସଦାପ୍ରଭୋ, ମୋତେ ଉତ୍ତର ଦେବାକୁ ସତ୍ୱର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି; ମୋʼ ଠାରୁ ଆପଣା ମୁଖ ଲୁଚାଅ ନାହିଁ; କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି।


କାରଣ ତୁମ୍ଭେ ସେମାନଙ୍କ ବଳର ଗୌରବ ସ୍ୱରୂପ; ପୁଣି, ତୁମ୍ଭ ଅନୁଗ୍ରହରେ ଆମ୍ଭମାନଙ୍କ ଶୃଙ୍ଗ ଉନ୍ନତ ହେବ।


ମଧ୍ୟ ସେ ମୋତେ ଭୟଙ୍କର ଗର୍ତ୍ତରୁ ଓ ଦହଲା କାଦୁଅରୁ ଉଠାଇ ଆଣିଲେ ଓ ଶୈଳ ଉପରେ ମୋହର ଚରଣ ରଖିଲେ ଓ ମୋହର ପାଦଗତି ଦୃଢ଼ କଲେ।


କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ର ସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; ରୋଦନ ଏକ ରାତ୍ରି ପାଇଁ ଆସିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ।


ଯେଣୁ ତୁମ୍ଭେ ଧାର୍ମିକକୁ ଆଶୀର୍ବାଦ କରିବ; ହେ ସଦାପ୍ରଭୋ, ତୁମ୍ଭେ ତାହାକୁ ଢାଲ ପରି ଅନୁଗ୍ରହରେ ବେଷ୍ଟନ କରିବ।


ତୁମ୍ଭେ ମୋତେ ଜୀବନ ଓ ଅନୁଗ୍ରହ ଦାନ କରିଅଛ ଓ ତୁମ୍ଭର ତତ୍ତ୍ୱାବଧାରଣ ମୋର ଆତ୍ମାକୁ ରକ୍ଷା କରିଅଛି।


ସେସମୟରେ ସେମାନଙ୍କ ପ୍ରତିକୂଳରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେବ, ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା, ତହିଁରେ ସେମାନେ ଗ୍ରାସିତ ହେବେ ଓ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ; ତହୁଁ ସେହି ସମୟରେ ସେମାନେ କହିବେ, ‘ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ମଧ୍ୟରେ ନ ଥିବାରୁ କି ଏହିସବୁ ଅମଙ୍ଗଳ ଆମ୍ଭମାନଙ୍କୁ ଘଟୁ ନାହିଁ?’


ଦେଖ, ମୁଁ ଆପଣାର ଶାନ୍ତି ନିମନ୍ତେ ବଡ଼ ଦୁଃଖ ପାଇଲି; ମାତ୍ର ତୁମ୍ଭେ ମୋʼ ପ୍ରାଣ ପ୍ରତି ପ୍ରେମ କରି ବିନାଶକୂପରୁ ତାହାକୁ ଉଦ୍ଧାର କଲ; କାରଣ ତୁମ୍ଭେ ଆପଣା ପଛଆଡ଼େ ମୋହର ପାପସବୁ ପକାଇ ଦେଇଅଛ।


ତୁମ୍ଭର କ୍ରୋଧ ଓ କୋପ ସକାଶୁ ଏହା ହୋଇଅଛି; ଯେହେତୁ ତୁମ୍ଭେ ମୋତେ ଉଠାଇ ପକାଇ ଦେଇଅଛ।


କାରଣ ସେମାନେ ନିଜ ଖଡ୍ଗ ଦ୍ୱାରା ଦେଶାଧିକାର ପ୍ରାପ୍ତ ହେଲେ ନାହିଁ, କିଅବା ସେମାନଙ୍କ ନିଜ ବାହୁ ସେମାନଙ୍କୁ ଉଦ୍ଧାର କଲା ନାହିଁ; ମାତ୍ର ସେମାନଙ୍କ ପ୍ରତି ତୁମ୍ଭର ଅନୁଗ୍ରହ ଥିବାରୁ ତୁମ୍ଭର ଦକ୍ଷିଣ ହସ୍ତ, ତୁମ୍ଭର ବାହୁ ଓ ତୁମ୍ଭ ମୁଖର ପ୍ରସନ୍ନତା ତାହା କରିଥିଲା।


ହେ ସଦାପ୍ରଭୋ, ତୁମ୍ଭେ କାହିଁକି ଦୂରରେ ଠିଆ ହେଉଅଛ? ସଙ୍କଟ ସମୟରେ ତୁମ୍ଭେ କାହିଁକି ଆପଣାକୁ ଲୁଚାଉଅଛ?


Swiv nou:

Piblisite


Piblisite