Biblia Todo Logo
Bib sou entènèt

- Piblisite -




ଗୀତସଂହିତା 32:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଥିପାଇଁ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍‍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏଥିପାର୍ଇ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

6 ଏଥିପାଇଁ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍‍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

6 ଏହି କାରଣରୁ ତୁମ୍ଭର ସମସ୍ତ ଅନୁଗାମୀମାନେ ତୁମ୍ଭକୁ ପ୍ରାର୍ଥନା କରନ୍ତି। ଯଦିଓ ସେମାନଙ୍କର ବନ୍ୟାପରି ବହୁତ ବିପଦ ଅଛି, ତଥାପି ସେମାନେ ନିରାପଦରେ ରହିବେ।

Gade chapit la Kopi




ଗୀତସଂହିତା 32:6
24 Referans Kwoze  

ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।


ତୁମ୍ଭେ ଜଳ ମଧ୍ୟଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦ-ନଦୀ ମଧ୍ୟରେ ଗମନ କଲେ, ସେହି ସବୁ ତୁମ୍ଭକୁ ମଗ୍ନ କରିବ ନାହିଁ; ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ହେବ ନାହିଁ, କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ।


କାରଣ ସେ କହନ୍ତି, “ଆମ୍ଭେ ଅନୁଗ୍ରହର ସମୟରେ ତୁମ୍ଭର ପ୍ରାର୍ଥନା ଶ୍ରବଣ କଲୁ, ଆଉ ପରିତ୍ରାଣର ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କଲୁ।” ଦେଖ, ଏବେ ମହା-ଅନୁଗ୍ରହର ସମୟ; ଦେଖ, ଏବେ ପରିତ୍ରାଣର ଦିନ।


ତୁମ୍ଭେମାନେ ମୋତେ ଖୋଜିବ, ମାତ୍ର ପାଇବ ନାହିଁ; ଆଉ, ମୁଁ ଯେଉଁଠାରେ ଥିବି, ତୁମ୍ଭେମାନେ ସେଠାକୁ ଆସିପାରିବ ନାହିଁ।”


ସେତେବେଳେ ସେମାନେ ମୋତେ ଡାକ ପକାଇବେ, ମାତ୍ର ମୁଁ ଉତ୍ତର ଦେବି ନାହିଁ; ସେମାନେ ଅତି ଯତ୍ନରେ ମୋହର ଅନ୍ୱେଷଣ କରିବେ, ମାତ୍ର ମୋହର ଉଦ୍ଦେଶ୍ୟ ପାଇବେ ନାହିଁ।


ମାତ୍ର ସଦାପ୍ରଭୁ ଆପଣା ପାଇଁ ସଦ୍‍ଭକ୍ତ ଲୋକକୁ ପୃଥକ କରି ରଖିଅଛନ୍ତି, ଏହା ଜ୍ଞାତ ହୁଅ; ମୁଁ ସଦାପ୍ରଭୁଙ୍କୁ ଡାକିଲେ, ସେ ଶୁଣିବେ।


ଊର୍ଦ୍ଧ୍ୱରୁ ଆପଣା ହସ୍ତ ବଢ଼ାଅ; ମୋତେ ରକ୍ଷା କର, ମହାଜଳରାଶିରୁ ମୋତେ ଉଦ୍ଧାର କର; ପୁଣି, ଯେଉଁମାନଙ୍କ ମୁଖ ଅସାର କଥା କହଇ


ତୁମ୍ଭ ନିର୍ଝର ସମୂହର ଶବ୍ଦରେ ଏକ ଗଭୀର ଅନ୍ୟ ଗଭୀରକୁ ଡାକଇ, ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପରେ ଯାଇଅଛି।


ପୁଣି, ସେ ମୋʼ ମୁଖରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି, ସଦାପ୍ରଭୁଙ୍କଠାରେ ବିଶ୍ୱାସ କରିବେ।


ପୁଣି, ଆମ୍ଭେମାନେ ଯେପରି ଅଧର୍ମ ଓ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଓ ଭକ୍ତ ଭାବରେ ଜୀବନଯାପନ କରୁ,


ଈଶ୍ବରଙ୍କ ଦ୍ୱାରା ଯେଉଁ ସାନ୍ତ୍ୱନାରେ ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଉଅଛୁ, ସେହି ସାନ୍ତ୍ୱନା ଦ୍ୱାରା ଯେପରି ସମସ୍ତ ପ୍ରକାର କ୍ଳେଶ ଭୋଗୁଥିବା ଲୋକମାନଙ୍କୁ ସାନ୍ତ୍ୱନା ଦେଇପାରୁ, ଏଥିପାଇଁ ସେ ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ଆମ୍ଭମାନଙ୍କୁ ସାନ୍ତ୍ୱନା ପ୍ରଦାନ କରନ୍ତି।


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଗ୍ରାହ୍ୟ ସମୟରେ ତୁମ୍ଭକୁ ଉତ୍ତର ଦେଇଅଛୁ ଓ ପରିତ୍ରାଣ ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କରିଅଛୁ; ପୁଣି, ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ଦେଶର ଉନ୍ନତି ସାଧନ ନିମନ୍ତେ, ଲୋକମାନଙ୍କୁ ସେମାନଙ୍କର ଧ୍ୱଂସିତ ଉତ୍ତରାଧିକାର ଭୋଗ କରାଇବା ନିମନ୍ତେ ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ୱରୂପ ନିଯୁକ୍ତ କରିବା;


ତଥାପି ଯେଉଁମାନେ ଭବିଷ୍ୟତ କାଳରେ ଅନନ୍ତ ଜୀବନ ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବେ, ସେମାନଙ୍କ ନିକଟରେ ଏକ ଉଦାହରଣ ହେବା ପାଇଁ ପ୍ରଧାନ ପାପୀ ଯେ ମୁଁ, ମୋʼଠାରେ ସେ ଯେପରି ଆପଣା ପୂର୍ଣ୍ଣ ଚିରସହିଷ୍ଣୁତା ପ୍ରକାଶ କରନ୍ତି, ଏଥିନିମନ୍ତେ ମୁଁ ଦୟା ପ୍ରାପ୍ତ ହେଲି।


ତୁମ୍ଭ ପାର୍ଶ୍ୱରେ ସହସ୍ର ଓ ତୁମ୍ଭ ଦକ୍ଷିଣ ପାଖରେ ଅୟୁତ ଲୋକ ପଡ଼ିବେ; ମାତ୍ର ତାହା ତୁମ୍ଭ କତିକି ଆସିବ ନାହିଁ।


Swiv nou:

Piblisite


Piblisite