Biblia Todo Logo
Bib sou entènèt

- Piblisite -




ଗୀତସଂହିତା 33:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଆମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ଆନନ୍ଦ କରିବ, କାରଣ ଆମ୍ଭେମାନେ ତାହାଙ୍କ ପବିତ୍ର ନାମରେ ବିଶ୍ୱାସ କରିଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଆମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ଆନନ୍ଦ କରିବ, କାରଣ ଆମ୍ଭେମାନେ ତାହାଙ୍କ ପବିତ୍ର ନାମରେ ବିଶ୍ଵାସ କରିଅଛୁ।

Gade chapit la Kopi

ଓଡିଆ ବାଇବେଲ

21 ଆମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ଆନନ୍ଦ କରିବ, କାରଣ ଆମ୍ଭେମାନେ ତାହାଙ୍କ ପବିତ୍ର ନାମରେ ବିଶ୍ୱାସ କରିଅଛୁ।

Gade chapit la Kopi

ପବିତ୍ର ବାଇବଲ

21 ପରମେଶ୍ୱର ଆମ୍ଭକୁ ଆନନ୍ଦ ପ୍ରଦାନ କରନ୍ତି। ଆମ୍ଭେ ପ୍ରକୃତରେ ତାଙ୍କର ସେହି ପବିତ୍ର ନାମରେ ଭରସା କରିବା।

Gade chapit la Kopi




ଗୀତସଂହିତା 33:21
11 Referans Kwoze  

ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି; ତୁମ୍ଭ କୃତ ପରିତ୍ରାଣରେ ମୋର ଅନ୍ତଃକରଣ ଉଲ୍ଲାସ କରିବ;


ପୁଣି, ଇଫ୍ରୟିମର ଲୋକମାନେ ବୀରପୁରୁଷ ପରି ହେବେ ଓ ଦ୍ରାକ୍ଷାରସରେ ଆନନ୍ଦ କଲା ପରି ସେମାନଙ୍କ ଅନ୍ତଃକରଣ ଆନନ୍ଦ କରିବ; ହଁ, ସେମାନଙ୍କର ସନ୍ତାନଗଣ ତାହା ଦେଖିବେ ଓ ଆନନ୍ଦ କରିବେ; ସେମାନଙ୍କର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ଉଲ୍ଲସିତ ହେବ।


ପ୍ରତ୍ୟେକ ପ୍ରାଣୀର ଛଅ ଛଅ ପକ୍ଷ, ସେହି ପକ୍ଷଗୁଡ଼ିକର ବାହାର ଓ ଭିତର ଚକ୍ଷୁରେ ପରିପୂର୍ଣ୍ଣ। ସେମାନେ ଦିବାରାତ୍ର ବିଶ୍ରାମ ନ କରି କହୁଅଛନ୍ତି, “‘ଯେ ସର୍ବଶକ୍ତିମାନ, ଯେ ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ,’ ସେହି ପ୍ରଭୁ ଈଶ୍ବର ପବିତ୍ର, ପବିତ୍ର, ପବିତ୍ର।”


ସେହିପରି ତୁମ୍ଭେମାନେ ବର୍ତ୍ତମାନ ଦୁଃଖ ପାଉଅଛ, କିନ୍ତୁ ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଦର୍ଶନ ଦେବି, ଆଉ ତୁମ୍ଭମାନଙ୍କ ହୃଦୟ ଆନନ୍ଦିତ ହେବ ଓ କେହି ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ଆନନ୍ଦ ହରଣ କରିବ ନାହିଁ।


ପୁଣି, ସେହି ଦିନ ଏହି କଥା କୁହାଯିବ, “ଦେଖ, ଏହି ଆମ୍ଭମାନଙ୍କର ପରମେଶ୍ୱର; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ ଓ ସେ ଆମ୍ଭମାନଙ୍କୁ ଉଦ୍ଧାର କରିବେ; ଏ ସଦାପ୍ରଭୁ ଅଟନ୍ତି; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ, ଆମ୍ଭେମାନେ ତାହାଙ୍କ କୃତ ପରିତ୍ରାଣରେ ଆନନ୍ଦିତ ହୋଇ ଉଲ୍ଲାସ କରିବୁ।”


ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ; ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି; ଏହେତୁ ମୋʼ ଅନ୍ତଃକରଣ ଅତ୍ୟନ୍ତ ଉଲ୍ଲାସ କରୁଅଛି; ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି।


ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ।


ଆଉ, ତୁମ୍ଭେମାନେ କୁହ, “ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ତ୍ରାଣ କର, ଆମ୍ଭମାନଙ୍କୁ ସଂଗ୍ରହ କର ଓ ଦେଶୀୟମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ଆମ୍ଭେମାନେ ତୁମ୍ଭ ପବିତ୍ର ନାମର ଧନ୍ୟବାଦ କରିବା ଓ ତୁମ୍ଭ ପ୍ରଶଂସାରେ ଜୟଧ୍ୱନି କରିବା।”


Swiv nou:

Piblisite


Piblisite