Biblia Todo Logo
Bib sou entènèt

- Piblisite -




ଗୀତସଂହିତା 37:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ, ଅଳ୍ପକ୍ଷଣ ଉତ୍ତାରେ ଦୁଷ୍ଟ ଲୋକ ନ ଥିବ; ତୁମ୍ଭେ ଯତ୍ନପୂର୍ବକ ତାହାର ସ୍ଥାନ ତତ୍ତ୍ୱ କରିବ, ଆଉ ସେ ନ ଥିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆଉ, ଅଳ୍ପକ୍ଷଣ ଉତ୍ତାରେ ଦୁଷ୍ଟଲୋକ ନ ଥିବ; ତୁମ୍ଭେ ଯନିପୂର୍ବକ ତାହାର ସ୍ଥାନ ତତ୍ତ୍ଵ କରିବ, ଆଉ ସେ ନ ଥିବ।

Gade chapit la Kopi

ଓଡିଆ ବାଇବେଲ

10 ଆଉ, ଅଳ୍ପକ୍ଷଣ ଉତ୍ତାରେ ଦୁଷ୍ଟଲୋକ ନ ଥିବ; ତୁମ୍ଭେ ଯତ୍ନପୂର୍ବକ ତାହାର ସ୍ଥାନ ତତ୍ତ୍ୱ କରିବ, ଆଉ ସେ ନ ଥିବ।

Gade chapit la Kopi

ପବିତ୍ର ବାଇବଲ

10 ଆଉ ଅଳ୍ପ ଦିନପରେ ଦୁଷ୍ଟ ଲୋକମାନେ ନ ଥିବେ। ତୁମ୍ଭେ ସେମାନଙ୍କୁ ଖୋଜିଲେ ବି ଆଉ ପାଇବ ନାହିଁ, କାରଣ ସେମାନେ ଆଉ ନ ଥିବେ।

Gade chapit la Kopi




ଗୀତସଂହିତା 37:10
25 Referans Kwoze  

ସେମାନେ ଉନ୍ନତ ହୁଅନ୍ତି; ତଥାପି ଅଳ୍ପ କାଳରେ ଅନ୍ତର୍ହିତ ହୁଅନ୍ତି; ହଁ, ସେମାନେ ଅବନତ ହୁଅନ୍ତି, ସେମାନେ ଅନ୍ୟ ସମସ୍ତଙ୍କ ପରି ପଥରୁ ଘେନାଯାʼନ୍ତି, ଆଉ ଶସ୍ୟଶିଁଷାର ଅଗ୍ରଭାଗ ପରି କଟାଯାʼନ୍ତି।


ମାତ୍ର ସମସ୍ତ ବିଷୟର ଅନ୍ତିମ ସମୟ ସନ୍ନିକଟ। ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ,


ତହିଁ ଉପରେ ବାୟୁ ବହିଲେ, ତାହା ନ ଥାଏ, ପୁଣି, ତହିଁର ସ୍ଥାନ ଆଉ ତାହାର ପରିଚୟ ପାଇବ ନାହିଁ।


ପରମେଶ୍ୱର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ, ସେ ତୁମ୍ଭକୁ ଧରି ତୁମ୍ଭ ତମ୍ବୁକୁ ଟାଣି ନେବେ ଓ ଜୀବିତମାନଙ୍କ ଦେଶରୁ ତୁମ୍ଭର ମୂଳୋତ୍ପାଟନ କରିବେ। [ସେଲା]


ସେ ଆଉ ଆପଣା ଗୃହକୁ ଫେରି ଆସିବ ନାହିଁ, କିଅବା ତାହାର ବାସସ୍ଥାନ ତାହାକୁ ଆଉ ଚିହ୍ନିବ ନାହିଁ।


ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ଓ ପଶୁବତ୍‍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି, ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯାʼନ୍ତି।


ମାତ୍ର ମନୁଷ୍ୟ ମରେ ଓ କ୍ଷୟ ପାଏ; ହଁ, ମନୁଷ୍ୟ ପ୍ରାଣତ୍ୟାଗ କରେ, ପୁଣି ସେ କେଉଁଠାରେ ଥାଏ?


ଏଥିରେ ହାମନ୍‍ ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶୀକାଠ ପ୍ରସ୍ତୁତ କରିଥିଲେ, ତହିଁ ଉପରେ ସେମାନେ ହାମନ୍‍କୁ ଫାଶୀ ଦେଲେ; ତହିଁରେ ରାଜାଙ୍କ କ୍ରୋଧ ଶାନ୍ତ ହେଲା।


ପୁଣି, ତୁମ୍ଭେ କାହିଁକି ମୋହର ଅପରାଧ କ୍ଷମା କରୁ ନାହଁ ଓ ମୋହର ଅଧର୍ମ ଦୂର କରୁ ନାହଁ? କାରଣ ଏବେ ମୁଁ ଧୂଳିରେ ଶୟନ କରିବି; ପୁଣି, ତୁମ୍ଭେ ଯତ୍ନପୂର୍ବକ ମୋହର ଅନ୍ଵେଷଣ କରିବ, ମାତ୍ର ମୁଁ ନ ଥିବି।”


ତେବେ ଯେହୂ ଆପଣା ସେନାପତି ବିଦ୍‍କରକୁ କହିଲେ, “ତାହାକୁ ଉଠାଇ ନେଇ ଯିଷ୍ରିୟେଲୀୟ ନାବୋତର କ୍ଷେତ୍ରଭୂମିରେ ପକାଇଦିଅ; କାରଣ ମୁଁ ଓ ତୁମ୍ଭେ ଆରୋହଣ କରି ଏକତ୍ର ତାହାର ପିତା ଆହାବର ପଶ୍ଚାତ୍‍ଗମନ କରିବା ବେଳେ ସଦାପ୍ରଭୁ କିପ୍ରକାରେ ତାହା ଉପରେ ଏହି ଭାରୋକ୍ତି ଥୋଇଥିଲେ, ଏହା ସ୍ମରଣ କର:


ଦୁଷ୍ଟର ଜୟଧ୍ୱନି ଅଳ୍ପ କାଳ ଓ ଅଧାର୍ମିକର ଆନନ୍ଦ କ୍ଷଣମାତ୍ର ସ୍ଥାୟୀ?


ଦୁଷ୍ଟମାନଙ୍କ ଗୃହ ନିପାତ ହେବ; ମାତ୍ର ସରଳ ଲୋକମାନଙ୍କ ତମ୍ବୁ ଉନ୍ନତ ହେବ।


Swiv nou:

Piblisite


Piblisite