Biblia Todo Logo
Bib sou entènèt

- Piblisite -




ଗୀତସଂହିତା 38:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ସଦାପ୍ରଭୋ, ତୁମ୍ଭ କୋପରେ ମୋତେ ଅନୁଯୋଗ କର ନାହିଁ; କିଅବା ତୁମ୍ଭ ପ୍ରଚଣ୍ଡ କ୍ରୋଧରେ ମୋତେ ଶାସ୍ତି ଦିଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ସଦାପ୍ରଭୋ, ତୁମ୍ଭ କୋପରେ ମୋତେ ଅନୁଯୋଗ କର ନାହିଁ; କିଅବା ତୁମ୍ଭ ପ୍ରଚଣ୍ତ ବିରକ୍ତିରେ ମୋତେ ଶାସ୍ତି ଦିଅ ନାହିଁ।

Gade chapit la Kopi

ଓଡିଆ ବାଇବେଲ

1 ହେ ସଦାପ୍ରଭୁ, ତୁମ୍ଭ କୋପରେ ମୋତେ ଅନୁଯୋଗ କର ନାହିଁ; କିଅବା ତୁମ୍ଭ ପ୍ରଚଣ୍ଡ କ୍ରୋଧରେ ମୋତେ ଶାସ୍ତି ଦିଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ

1 ହେ ସଦାପ୍ରଭୁ, ମୋତେ ଆପଣା କୋପରେ ଅନୁଯୋଗ କର ନାହିଁ। କିଅବା ମୋତେ ତୁମ୍ଭେ କ୍ରୋଧାନ୍ୱିତ ହୋଇ ଦଣ୍ଡ ଦିଅ ନାହିଁ।

Gade chapit la Kopi




ଗୀତସଂହିତା 38:1
11 Referans Kwoze  

ହେ ସଦାପ୍ରଭୋ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, କିଅବା ତୁମ୍ଭ ପ୍ରଚଣ୍ଡ ବିରକ୍ତିରେ ମୋତେ ଶାସନ କର ନାହିଁ।


ଅତିଶୟ କୋପରେ ଆମ୍ଭେ ଏକ ନିମିଷ ମାତ୍ର ଆପଣା ମୁଖ ତୁମ୍ଭଠାରୁ ଲୁଚାଇଲୁ; ମାତ୍ର ଅନନ୍ତକାଳସ୍ଥାୟୀ ଦୟାରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିବା, ଏହା ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ କହନ୍ତି।


କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେହି ସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।


ହେ ପରମେଶ୍ୱର, ମୋତେ ଉଦ୍ଧାର କରିବା ପାଇଁ ସତ୍ୱର ହୁଅ; ହେ ସଦାପ୍ରଭୋ, ମୋହର ସାହାଯ୍ୟ କରିବା ପାଇଁ ସତ୍ୱର ହୁଅ।


ହେ ସଦାପ୍ରଭୁ, ମୋତେ ଶାସନ କର, ମାତ୍ର ବିଚାରପୂର୍ବକ କର; କ୍ରୋଧରେ ତାହା ନ କର, କଲେ ତୁମ୍ଭେ ମୋତେ ବିନାଶ କରିବ।


ହେ ସଦାପ୍ରଭୁ, ମୁଁ ତୁମ୍ଭ ବିଷୟକ ବାର୍ତ୍ତା ଶୁଣି ଭୀତ ଅଛି; ହେ ସଦାପ୍ରଭୁ, ବର୍ଷମାନର ମଧ୍ୟରେ ଆପଣା କର୍ମ ସଜୀବ କର, ବର୍ଷମାନର ମଧ୍ୟରେ ତାହା ଜ୍ଞାତ କରାଅ; କୋପ ସମୟରେ ଦୟା ସ୍ମରଣ କର।


ତୁମ୍ଭେ ତାହାକୁ ବାହାର କରିବା ବେଳେ ପରିତ୍ରାଣକ୍ରମେ ତାହା ସଙ୍ଗେ ବିବାଦ କରୁଅଛ; ସେ ପୂର୍ବୀୟ ବାୟୁ ଦିନରେ ନିଜ ପ୍ରବଳ ବାୟୁ ଦ୍ୱାରା ତାହାକୁ ସ୍ଥାନାନ୍ତରିତ କରିଅଛନ୍ତି।


ତୁମ୍ଭର କୋପ ମୋʼ ଉପରେ ପ୍ରବଳ ହୋଇ ରହୁଅଛି ଓ ତୁମ୍ଭେ ଆପଣାର ସମସ୍ତ ତରଙ୍ଗରେ ମୋତେ କ୍ଳେଶ ଦେଇଅଛ। [ସେଲା]


କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ କ୍ରୋଧ କଲେ, ସେହି କୋପ ଓ ପ୍ରଚଣ୍ଡତା ଆଗରେ ମୁଁ ଭୀତ ହେଲି। ମାତ୍ର ସଦାପ୍ରଭୁ ସେହି ଥର ମଧ୍ୟ ମୋʼ ପ୍ରତି କର୍ଣ୍ଣପାତ କଲେ।


Swiv nou:

Piblisite


Piblisite