Biblia Todo Logo
Bib sou entènèt

- Piblisite -




ଗୀତସଂହିତା 38:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ମଧ୍ୟ ଯେଉଁମାନେ ମୋʼ ପ୍ରାଣ ଚାହାନ୍ତି, ସେମାନେ ମୋʼ ପାଇଁ ଫାନ୍ଦ ପାତନ୍ତି; ପୁଣି, ଯେଉଁମାନେ ମୋହର ଅନିଷ୍ଟ ଇଚ୍ଛା କରନ୍ତି, ସେମାନେ ସର୍ବନାଶର କଥା କହନ୍ତି ଓ ସାରାଦିନ ଛଳର ଚିନ୍ତା କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ମଧ୍ୟ ଯେଉଁମାନେ ମୋʼ ପ୍ରାଣ ଚାହାନ୍ତି, ସେମାନେ ମୋʼ ପାଇଁ ଫାନ୍ଦ ପାତନ୍ତି; ପୁଣି, ଯେଉଁମାନେ ମୋହର ଅନିଷ୍ଟ ଇଚ୍ଛା କରନ୍ତି, ସେମାନେ ସର୍ବନାଶର କଥା କହନ୍ତି ଓ ଦିନଯାକ ଛଳର ଚିନ୍ତା କରନ୍ତି।

Gade chapit la Kopi

ଓଡିଆ ବାଇବେଲ

12 ମଧ୍ୟ ଯେଉଁମାନେ ମୋ’ ପ୍ରାଣ ଚାହାନ୍ତି, ସେମାନେ ମୋ’ ପାଇଁ ଫାନ୍ଦ ପାତନ୍ତି; ପୁଣି, ଯେଉଁମାନେ ମୋହର ଅନିଷ୍ଟ ଇଚ୍ଛା କରନ୍ତି, ସେମାନେ ସର୍ବନାଶର କଥା କହନ୍ତି ଓ ସାରାଦିନ ଛଳର ଚିନ୍ତା କରନ୍ତି।

Gade chapit la Kopi

ପବିତ୍ର ବାଇବଲ

12 ମୋର ଶତ୍ରୁମାନେ ମୋ’ ବିଷୟରେ ଖରାପ କଥା କହନ୍ତି। ସେମାନେ ମିଛ ଓ ଗୁଜବ ସୃଷ୍ଟି କରନ୍ତି। ସେମାନେ ସବୁବେଳେ ମୋ’ ବିଷୟରେ ଆଲୋଚନା କରନ୍ତି।

Gade chapit la Kopi




ଗୀତସଂହିତା 38:12
18 Referans Kwoze  

ସେମାନେ ଶାନ୍ତିର କଥା କହନ୍ତି ନାହିଁ; ମାତ୍ର ଦେଶସ୍ଥ ଶାନ୍ତ ଲୋକଙ୍କ ବିରୁଦ୍ଧରେ ଛଳକଥା କଳ୍ପନା କରନ୍ତି।


ଅହଙ୍କାରୀମାନେ ଗୋପନରେ ମୋʼ ପାଇଁ ଫାନ୍ଦ ଓ ଦଉଡ଼ି ପାତିଅଛନ୍ତି। ସେମାନେ ପଥ ପାର୍ଶ୍ୱରେ ଜାଲ ପ୍ରସାରି ଅଛନ୍ତି; ସେମାନେ ମୋʼ ପାଇଁ ଯନ୍ତା ବସାଇ ଅଛନ୍ତି। [ସେଲା]


ମୋʼ ନିମନ୍ତେ ସେମାନଙ୍କ ପାତିତ ଫାନ୍ଦରୁ ଓ ଅଧର୍ମାଚାରୀମାନଙ୍କ ଯନ୍ତାରୁ ମୋତେ ରକ୍ଷା କର।


ମୋʼ ପ୍ରାଣର ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ଅପମାନିତ ହେଉନ୍ତୁ; ମୋହର ଅନିଷ୍ଟ ଚିନ୍ତକମାନେ ବିମୁଖ ଓ ବିବ୍ରତ ହେଉନ୍ତୁ।


ଦୁଷ୍ଟମାନେ ମୋʼ ପାଇଁ ଫାନ୍ଦ ପାତିଅଛନ୍ତି; ତଥାପି ମୁଁ ତୁମ୍ଭ ବିଧାନରୁ ବିପଥଗାମୀ ହେଲି ନାହିଁ।


କାରଣ ଅପରିଚିତ ଲୋକମାନେ ମୋʼ ବିରୁଦ୍ଧରେ ଉଠିଅଛନ୍ତି, ପୁଣି, ଦୁରନ୍ତ ଲୋକମାନେ ମୋʼ ପ୍ରାଣ ଖୋଜି ଅଛନ୍ତି। ସେମାନେ ପରମେଶ୍ୱରଙ୍କୁ ଆପଣା ସମ୍ମୁଖରେ ରଖି ନାହାନ୍ତି। [ସେଲା]


ଯେପରି ସିଂହ ଆପଣା ଗହ୍ୱରରେ, ସେପରି ସେ ଆବୃତ ସ୍ଥାନରେ ଛକି ବସେ, ସେ ଦରିଦ୍ରକୁ ଧରିବା ପାଇଁ ଛକି ବସେ; ସେ ଶିକାରୀ ସଦୃଶ୍ୟ ଦରିଦ୍ରକୁ ଧରି ଆପଣା ଜାଲରେ ଟାଣେ।


ସେ ମୋହର ଜ୍ଞାତିମାନଙ୍କୁ ମୋʼ ଠାରୁ ଦୂର କରିଅଛନ୍ତି ଓ ମୋହର ପରିଚିତ ଲୋକମାନେ ସମ୍ପୂର୍ଣ୍ଣ ରୂପେ ଅପରିଚିତ ହୋଇଅଛନ୍ତି।


ମୁଁ ମୃତ ଲୋକ ତୁଲ୍ୟ ମନରୁ ବିସ୍ମୃତ ହୋଇଅଛି; ମୁଁ ଭଗ୍ନ ପାତ୍ର ସଦୃଶ।


ମୋହର ଶତ୍ରୁଗଣ ମୋʼ ବିରୁଦ୍ଧରେ ହିଂସାର କଥା କହି ବୁଲନ୍ତି, “ସେ କେବେ ମରିବ ଓ ତାହାର ନାମ ଲୁପ୍ତ ହେବ?”


କାରଣ ତୁମ୍ଭ ଗୃହବିଷୟକ ଉଦ୍‍ଯୋଗ ମୋତେ ଗ୍ରାସ କରିଅଛି। ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋʼ ଉପରେ ପଡ଼ିଅଛି।


କ୍ଳେଶ ସକାଶୁ ମୋʼ ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୋ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି, ମୁଁ ତୁମ୍ଭଆଡ଼େ ଆପଣା ହସ୍ତ ପ୍ରସାରିଅଛି।


ଦରିଦ୍ରର ସମସ୍ତ ଭ୍ରାତା ତାହାକୁ ଘୃଣା କରନ୍ତି; ତାହାର ମିତ୍ରମାନେ ତାହାଠୁଁ କେତେ ଅଧିକ ଦୂରକୁ ନ ଯିବେ! ସେ ଆଳାପ ଚେଷ୍ଟା କରେ, ମାତ୍ର ସେମାନେ ନାହାନ୍ତି।


Swiv nou:

Piblisite


Piblisite