Biblia Todo Logo
Bib sou entènèt

- Piblisite -




ଗୀତସଂହିତା 38:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କାରଣ ମୋହର ଅପରାଧ ମୋʼ ମସ୍ତକ ଉପରେ ଉଠିଅଛି; ତାହାସବୁ ମୋʼ ଶକ୍ତି ଅପେକ୍ଷା ଭାରୀ ବୋଝ ସ୍ୱରୂପ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କାରଣ ମୋହର ଅପରାଧ ମୋʼ ମସ୍ତକ ଉପରେ ଉଠିଅଛି; ତାହାସବୁ ମୋʼ ଶକ୍ତି ଅପେକ୍ଷା ଭାରୀ ବୋଝ ସ୍ଵରୂପ।

Gade chapit la Kopi

ଓଡିଆ ବାଇବେଲ

4 କାରଣ ମୋହର ଅପରାଧ ମୋ’ ମସ୍ତକ ଉପରେ ଉଠିଅଛି; ତାହାସବୁ ମୋ’ ଶକ୍ତି ଅପେକ୍ଷା ଭାରୀ ବୋଝ ସ୍ୱରୂପ।

Gade chapit la Kopi

ପବିତ୍ର ବାଇବଲ

4 ମୁଁ ପାପ କରିଛି, ମନ୍ଦକାର୍ଯ୍ୟ କରି ସେହି ପାପ ମୋତେ ଓଜନ ଲାଗୁଛି। ମୁଁ ଅତ୍ୟନ୍ତ ଲଜ୍ଜିତ। ମୁଁ ମୁଣ୍ଡ ଉପରକୁ ଟେକିପାରୁ ନାହିଁ।

Gade chapit la Kopi




ଗୀତସଂହିତା 38:4
9 Referans Kwoze  

କାରଣ ଅସଂଖ୍ୟ ବିପଦ ମୋତେ ଘେରିଅଛି, ମୋହର ଅଧର୍ମସବୁ ମୋତେ ଗୋଡ଼ାଇ ଧରିଅଛି, ଏହେତୁ ମୁଁ ଉପରକୁ ଅନାଇ ପାରୁ ନାହିଁ; ତାହାସବୁ ମୋʼ ମସ୍ତକର କେଶରୁ ଅଧିକ ଓ ମୋହର ହୃଦୟ ମୋତେ ପରିତ୍ୟାଗ କରିଅଛି।


“ହେ ମୋହର ପରମେଶ୍ୱର, ମୁଁ ଲଜ୍ଜିତ ଅଛି, ହେ ମୋହର ପରମେଶ୍ୱର, ମୁଁ ତୁମ୍ଭଆଡ଼େ ମୁଖ ଟେକିବାକୁ ବିଷଣ୍ଣ ଅଛି; କାରଣ ଆମ୍ଭମାନଙ୍କ ଅପରାଧ ଆମ୍ଭମାନଙ୍କ ମସ୍ତକର ଊର୍ଦ୍ଧ୍ୱରେ ବଢ଼ି ଉଠିଅଛି ଓ ଆମ୍ଭମାନଙ୍କ ଦୋଷ ଗଗନସ୍ପର୍ଶୀ ହୋଇଅଛି।


ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି।


ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନଯାପନ କରୁ, ଏଥିନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ।


ମୋର ଅଧର୍ମରୂପ ଯୁଆଳି ତାହାଙ୍କ ହସ୍ତ ଦ୍ୱାରା ବନ୍ଧାଯାଇଅଛି; ତାହା ଏକତ୍ର ଜଡ଼ିତ ହୋଇଅଛି, ତାହା ମୋʼ ସ୍କନ୍ଧ ଉପରକୁ ଆସିଅଛି; ସେ ମୋʼ ବଳ ଖର୍ବ କରିଅଛନ୍ତି; ଯେଉଁମାନଙ୍କ ବିରୁଦ୍ଧରେ ମୁଁ ଠିଆ ହୋଇ ନ ପାରେ, ସେମାନଙ୍କ ହସ୍ତରେ ପ୍ରଭୁ ମୋତେ ସମର୍ପଣ କରିଅଛନ୍ତି।


ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।


ଯଦି ତୃତୀୟ ଦିନରେ ତାହାର ସେହି ମଙ୍ଗଳାର୍ଥକ ଉପହାର ବଳିରୁ କିଛିମାତ୍ର ଭୋଜନ କରାଯାଏ, ତେବେ ତାହା ଗ୍ରାହ୍ୟ ହେବ ନାହିଁ, କିଅବା ତହିଁର ଉତ୍ସର୍ଗକାରୀ ପକ୍ଷରେ ତାହା ଗଣାଯିବ ନାହିଁ; ତାହା ଘୃଣାଯୋଗ୍ୟ ହେବ, ପୁଣି ଯେଉଁ ପ୍ରାଣୀ ତାହା ଭୋଜନ କରେ, ସେ ଆପଣା ଅପରାଧ ବୋହିବ।


ମଧ୍ୟ ସେ ଆପଣା ଶଯ୍ୟାରେ ବ୍ୟଥା ଦ୍ୱାରା ଓ ଆପଣା ଅସ୍ଥି ମଧ୍ୟରେ ନିରନ୍ତର ଯୁଦ୍ଧ ଦ୍ୱାରା ଶାସ୍ତି ପାଏ;


ମୂର୍ଖମାନେ ଆପଣା ଆପଣା ଅପରାଧ ଓ ଅଧର୍ମାଚରଣ ସକାଶୁ କ୍ଳେଶ ପାଆନ୍ତି।


Swiv nou:

Piblisite


Piblisite