Biblia Todo Logo
Bib sou entènèt

- Piblisite -




ଗୀତସଂହିତା 39:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତୁମ୍ଭେ ମନୁଷ୍ୟକୁ ଅପରାଧ ସକାଶୁ ଅନୁଯୋଗ ଦ୍ୱାରା ଶାସ୍ତି ଦେଲା ବେଳେ କୀଟ ପରି ତାହାର ସୌନ୍ଦର୍ଯ୍ୟ ବିନାଶ କରିଥାଅ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଅସାର। [ସେଲା]

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତୁମ୍ଭେ ମନୁଷ୍ୟକୁ ଅପରାଧ ସକାଶୁ ଅନୁଯୋଗ ଦ୍ଵାରା ଶାସ୍ତି ଦେଲା ବେଳେ କୀଟ ପରି ତାହାର ସୌନ୍ଦର୍ଯ୍ୟ ବିନାଶ କରିଥାଅ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଅସାର। [ସେଲା

Gade chapit la Kopi

ଓଡିଆ ବାଇବେଲ

11 ତୁମ୍ଭେ ମନୁଷ୍ୟକୁ ଅପରାଧ ସକାଶୁ ଅନୁଯୋଗ ଦ୍ୱାରା ଶାସ୍ତି ଦେଲା ବେଳେ କୀଟ ପରି ତାହାର ସୌନ୍ଦର୍ଯ୍ୟ ବିନାଶ କରିଥାଅ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଅସାର। [ସେଲା]

Gade chapit la Kopi

ପବିତ୍ର ବାଇବଲ

11 ହେ ସଦାପ୍ରଭୁ, ଯେଉଁମାନେ ଅପରାଧ କରନ୍ତି, ସେମାନଙ୍କୁ ତୁମ୍ଭେ ଦଣ୍ଡ ଦିଅ। ଉଚିତ୍ ଶିକ୍ଷା ଦେବା ପାଇଁ ଓ ସ‌‌‌ତ୍‌‌‌ମାର୍ଗରେ ଯିବା ପାଇଁ କୀଟ ଯେପରି ଲୁଗାକୁ ନଷ୍ଟ କରିଦିଏ, ସେହିଭଳି ତୁମ୍ଭେ ସେହି ବ୍ୟକ୍ତିଙ୍କର ମୂଲ୍ୟବାନ୍ ବସ୍ତୁକୁ ଧ୍ୱଂସ କର। ହଁ, ଆମ୍ଭର ଜୀବନ ସବୁ, ଛୋଟିଆ ବାଦଲ ଖଣ୍ଡ ପରି ଯାହା ଖୁବ୍ ଶୀଘ୍ର ମଳାଇ ହୋଇଯାଏ। ସେଲା

Gade chapit la Kopi




ଗୀତସଂହିତା 39:11
14 Referans Kwoze  

ତଥାପି ମୁଁ କ୍ଷୟ ପାଉଥିବା ଜୀର୍ଣ୍ଣ-ପଦାର୍ଥ ତୁଲ୍ୟ ଓ କୀଟ-ଭକ୍ଷିତ ବସ୍ତ୍ର ତୁଲ୍ୟ ଅଟେ।


ଦେଖ, ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ମୋତେ ଦୋଷୀ କରିବ କିଏ? ଦେଖ, ସେମାନେ ସମସ୍ତେ ବସ୍ତ୍ର ପରି ପୁରୁଣା ହେବେ; କୀଟ ସେମାନଙ୍କୁ ଗ୍ରାସ କରିବ।


ଆମ୍ଭେ ଯେତେ ଲୋକଙ୍କୁ ପ୍ରେମ କରୁ, ସେମାନଙ୍କୁ ଅନୁଯୋଗ ଓ ଶାସନ କରିଥାଉ; ଅତଏବ ଉଦ୍‍ଯୋଗୀ ହୋଇ ମନ-ପରିବର୍ତ୍ତନ କର।


କାରଣ ପ୍ରଭୁ ଯାହାକୁ ପ୍ରେମ କରନ୍ତି, ତାହାକୁ ଶାସନ କରନ୍ତି, ପୁଣି, ଯେଉଁ ପୁତ୍ରକୁ ସେ ଗ୍ରହଣ କରନ୍ତି, ତାହାକୁ ପ୍ରହାର କରନ୍ତି।”


ଏପରି ଲୋକକୁ ଶରୀରର ବିନାଶ ନିମନ୍ତେ ଶୟତାନର ହସ୍ତରେ ସମର୍ପଣ କରିବା ଉଚିତ, ଯେପରି ପ୍ରଭୁ ଯୀଶୁଙ୍କ ଦିନରେ ତାହାର ଆତ୍ମା ରକ୍ଷା ପାଇ ପାରେ।


କିନ୍ତୁ ସେ ଆପଣା ଅପରାଧ ସକାଶେ ଅନୁଯୋଗ ପ୍ରାପ୍ତ ହେଲା, ଗୋଟିଏ ମୂକ ପଶୁ ମନୁଷ୍ୟ ସ୍ୱରରେ କଥା କହି ଭାବବାଦୀର ଉନ୍ମତ୍ତତା ନିବୃତ୍ତ କଲା।


ଏଥିସକାଶୁ ଆମ୍ଭେ ଇଫ୍ରୟିମ ପକ୍ଷରେ କୀଟ ସ୍ୱରୂପ ଓ ଯିହୁଦା ବଂଶ ପକ୍ଷରେ କ୍ଷୟ ସ୍ୱରୂପ ହୋଇଅଛୁ।


ମୋହର ଚର୍ମ କୃଷ୍ଣବର୍ଣ୍ଣ ହୋଇ ମୋʼ ଠାରୁ ଝଡ଼ି ପଡ଼ୁଅଛି ଓ ମୋʼ ଅସ୍ଥିସବୁ ଉତ୍ତାପରେ ଦଗ୍ଧ ହେଉଅଛି।


ତେବେ ଯେଉଁମାନେ ମୃତ୍ତିକା-ନିର୍ମିତ ଗୃହରେ ବାସ କରନ୍ତି, ସେମାନେ କଅଣ? ସେମାନଙ୍କ ଭିତ୍ତିମୂଳ ଧୂଳିରେ ସ୍ଥାପିତ, ସେମାନେ କୀଟ ତୁଲ୍ୟ ମର୍ଦ୍ଦିତ ହୁଅନ୍ତି।


ସେ ମୋʼ ଠାରୁ ଆପଣା ଯଷ୍ଟି ଦୂର କରନ୍ତୁ ଓ ତାହାଙ୍କ ଭୟଙ୍କରତା ମୋତେ ଭୀତ ନ କରୁ;


Swiv nou:

Piblisite


Piblisite