Biblia Todo Logo
Bib sou entènèt

- Piblisite -




ଗୀତସଂହିତା 40:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ସେ ମୋʼ ମୁଖରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି, ସଦାପ୍ରଭୁଙ୍କଠାରେ ବିଶ୍ୱାସ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି, ସେ ମୋʼ ମୁଖରେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି ସଦାପ୍ରଭୁଙ୍କଠାରେ ବିଶ୍ଵାସ କରିବେ।

Gade chapit la Kopi

ଓଡିଆ ବାଇବେଲ

3 ପୁଣି, ସେ ମୋ’ ମୁଖରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି, ସଦାପ୍ରଭୁଙ୍କଠାରେ ବିଶ୍ୱାସ କରିବେ।

Gade chapit la Kopi

ପବିତ୍ର ବାଇବଲ

3 ସଦାପ୍ରଭୁ ମୋ’ ମୁଖରେ ଏକ ନୂତନ ଗୀତ ଉଚ୍ଚାରଣ କଲେ। ସେହି ଗୀତଟି ପରମେଶ୍ୱରଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ଥିଲା। ଅନେକ ଲୋକ ଦେଖିବେ ମୋ’ ପ୍ରତି ଯାହାସବୁ ଘଟିଗଲା, ଯାହା ଫଳରେ ସେମାନେ ପରମେଶ୍ୱରଙ୍କୁ ଉପାସନା କରିବେ। ସେମାନେ ସଦାପ୍ରଭୁଙ୍କୁ ବିଶ୍ୱାସ କରିବେ।

Gade chapit la Kopi




ଗୀତସଂହିତା 40:3
18 Referans Kwoze  

ତାହାଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ଉଚ୍ଚଧ୍ୱନିରେ ମନୋହର ବାଦ୍ୟକର।


ଧାର୍ମିକମାନେ ମଧ୍ୟ ତାହା ଦେଖି ଭୟ କରିବେ ଓ ତାହା ପ୍ରତି ଉପହାସ କରି କହିବେ,


ସେମାନେ ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ସମ୍ମୁଖରେ ଗୋଟିଏ ନୂତନ ଗୀତ ଗାନ କଲେ, ପୁଣି, ପୃଥିବୀରୁ କ୍ରୀତ ସେହି ଏକ ଲକ୍ଷ ଚୌରାଳିଶ ହଜାର ଲୋକଙ୍କ ବିନା ଆଉ କେହି ସେ ଗୀତ ଶିଖି ପାରିଲେ ନାହିଁ।


ହେ ପରମେଶ୍ୱର, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କରିବି; ଦଶତାର-ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ମୁଁ ପ୍ରଶଂସା ଗାନ କରିବି।


ଯେଉଁମାନେ ମୋʼ ଧର୍ମରେ ସନ୍ତୁଷ୍ଟ, ସେମାନେ ଆନନ୍ଦଧ୍ୱନି କରି ଆହ୍ଲାଦିତ ହେଉନ୍ତୁ; ଆପଣା ଦାସର ସମୃଦ୍ଧିରେ ସନ୍ତୁଷ୍ଟ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ ବୋଲି ସେମାନେ ନିରନ୍ତର କହନ୍ତୁ।


କାରାଗାରରୁ ମୋʼ ପ୍ରାଣ ଉଦ୍ଧାର କର, ତହିଁରେ ମୁଁ ତୁମ୍ଭ ନାମକୁ ଧନ୍ୟବାଦ ଦେବି; ଧାର୍ମିକମାନେ ମୋତେ ବେଷ୍ଟନ କରିବେ; କାରଣ ତୁମ୍ଭେ ମୋହର ପ୍ରଚୁର ମଙ୍ଗଳ କରିବ।


ତଥାପି ବାକ୍ୟ ଶୁଣିବା ଲୋକମାନଙ୍କ ମଧ୍ୟରୁ ଅନେକେ ବିଶ୍ୱାସ କଲେ, ଆଉ ପୁରୁଷମାନଙ୍କର ସଂଖ୍ୟା ପ୍ରାୟ ପାଞ୍ଚ ହଜାର ହେଲା।


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ।


କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ; ସେ ଆପଣା ତମ୍ବୁର ଅନ୍ତରାଳରେ ମୋତେ ଲୁଚାଇବେ; ସେ ମୋତେ ଶୈଳ ଉପରକୁ ଉଠାଇବେ।


ସଦାପ୍ରଭୁଙ୍କ ଦ୍ୱାରା ମନୁଷ୍ୟର ଗତି ସ୍ଥିରୀକୃତ ହୁଏ ଓ ସେ ତାହାର ପଥରେ ସନ୍ତୁଷ୍ଟ ହୁଅନ୍ତି।


ମୁଁ ଡାକୁ ଡାକୁ କ୍ଳାନ୍ତ ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି; ମୁଁ ପରମେଶ୍ୱରଙ୍କର ଅପେକ୍ଷା କରୁ କରୁ ମୋହର ଚକ୍ଷୁ ନିସ୍ତେଜ ହୁଏ।


ତୁମ୍ଭ ବାକ୍ୟାନୁସାରେ ମୋʼ ପାଦଗତି ସଜାଡ଼ ଓ ମୋʼ ଉପରେ କୌଣସି ଅଧର୍ମକୁ ରାଜତ୍ୱ କରିବାକୁ ଦିଅ ନାହିଁ।


Swiv nou:

Piblisite


Piblisite