Biblia Todo Logo
Bib sou entènèt

- Piblisite -




ଗୀତସଂହିତା 40:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ହେ ମୋହର ପରମେଶ୍ୱର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୋହର ସନ୍ତୋଷ; ତୁମ୍ଭ ବ୍ୟବସ୍ଥା ମୋʼ ହୃଦୟରେ ଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ହେ ମୋହର ପରମେଶ୍ଵର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୋହର ସନ୍ତୋଷ; ତୁମ୍ଭ ବ୍ୟବସ୍ଥା ମୋʼ ହୃଦୟରେ ଅଛି।

Gade chapit la Kopi

ଓଡିଆ ବାଇବେଲ

8 ହେ ମୋହର ପରମେଶ୍ୱର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୋହର ସନ୍ତୋଷ; ତୁମ୍ଭ ବ୍ୟବସ୍ଥା ମୋ’ ହୃଦୟରେ ଅଛି।”

Gade chapit la Kopi

ପବିତ୍ର ବାଇବଲ

8 ହେ ମୋର ପରମେଶ୍ୱର, ତୁମ୍ଭେ ଯାହା ଗ୍ଭହୁଁଛ, ମୁଁ ତାହା କରିବାକୁ ଗ୍ଭହୁଁଛି। ତୁମ୍ଭର ନୀତିଶିକ୍ଷା ମୋ’ ହୃଦୟରେ ଅଛି।

Gade chapit la Kopi




ଗୀତସଂହିତା 40:8
14 Referans Kwoze  

କାରଣ ଆନ୍ତରିକ ପୁରୁଷର ଭାବାନୁସାରେ ମୁଁ ଈଶ୍ବରଙ୍କ ବ୍ୟବସ୍ଥାରେ ଆନନ୍ଦ କରେ,


ଯୀଶୁ ସେମାନଙ୍କୁ କହିଲେ, “ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବା ଓ ତାହାଙ୍କର କାର୍ଯ୍ୟ ସମାପ୍ତ କରିବା, ଏହା ହିଁ ମୋହର ଖାଦ୍ୟ।


ମୁଁ ତୁମ୍ଭ ବିଧିସବୁରେ ଆନନ୍ଦ କରିବି; ମୁଁ ତୁମ୍ଭର ବାକ୍ୟ ପାସୋରିବି ନାହିଁ। ଗିମେଲ୍‍।


ତୁମ୍ଭର ବାକ୍ୟ ପ୍ରାପ୍ତ ହେଲା, ପୁଣି ମୁଁ ତାହା ଭୋଜନ କଲି; ଆଉ, ତୁମ୍ଭର ବାକ୍ୟ ମୋର ଆନନ୍ଦ ଓ ଚିତ୍ତର ଆହ୍ଲାଦଜନକ ହେଲା; କାରଣ ହେ ସୈନ୍ୟାଧିପତି ସଦାପ୍ରଭୁ ପରମେଶ୍ୱର, ମୁଁ ତୁମ୍ଭ ନାମରେ ଖ୍ୟାତ ଅଟେ।


ତୁମ୍ଭର ସକଳ ପ୍ରମାଣ-ବାକ୍ୟ ମଧ୍ୟ ମୋହର ଆନନ୍ଦଜନକ ଓ ମନ୍ତ୍ରଣାଦାୟକ। ଦାଲତ୍‍।


ପୁଣି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁରେ ଆପଣାକୁ ଆନନ୍ଦିତ କରିବି।


ତୁମ୍ଭର ବ୍ୟବସ୍ଥା ମୋହର ଆହ୍ଲାଦଜନକ ହୋଇ ନ ଥିଲେ, ମୁଁ ଆପଣା ଦୁଃଖରେ ବିନଷ୍ଟ ହୋଇଥାʼନ୍ତି।


ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ଯେଉଁ ଜନ ସଦାପ୍ରଭୁଙ୍କୁ ଭୟ କରେ, ଯେ ତାହାଙ୍କ ଆଜ୍ଞାସବୁରେ ଅତିଶୟ ସନ୍ତୁଷ୍ଟ ହୁଏ, ସେ ଧନ୍ୟ।


ମାତ୍ର ସଦାପ୍ରଭୁ କହନ୍ତି, ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;


ହେ ମୋହର ପୁତ୍ର, ତୁମ୍ଭେ ମୋହର ବ୍ୟବସ୍ଥା ପାସୋର ନାହିଁ; ମାତ୍ର ତୁମ୍ଭର ହୃଦୟ ମୋହର ଆଜ୍ଞାସବୁ ପାଳନ କରୁ।


ପୁଣି, ତୁମ୍ଭେମାନେ ଯେ ଆମ୍ଭମାନଙ୍କ ସେବାରେ ଲିଖିତ ଖ୍ରୀଷ୍ଟଙ୍କ ପତ୍ର-ସ୍ୱରୂପ, ଏହା ପ୍ରକାଶ ପାଉଅଛି; ତାହା କାଳିରେ ଲିଖିତ ନୁହେଁ, ମାତ୍ର ଜୀବନ୍ତ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ଲିଖିତ, ପ୍ରସ୍ତରଫଳକରେ ନୁହେଁ, ମାତ୍ର ମାଂସମୟ ହୃଦୟରୂପ ଫଳକରେ।


ମୁଁ ତାହାଙ୍କ ଓଷ୍ଠାଧର-ନିର୍ଗତ ଆଜ୍ଞାରୁ ବିମୁଖ ହୋଇ ନାହିଁ; ମୁଁ ଆପଣା ଆବଶ୍ୟକ ଆହାର ଅପେକ୍ଷା ଅଧିକ ତାହାଙ୍କ ମୁଖର ବାକ୍ୟ ସଞ୍ଚୟ କରିଅଛି।


କାରଣ ଯେଉଁମାନଙ୍କୁ ସେ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ତାହାଙ୍କ ପୁତ୍ରଙ୍କ ପ୍ରତିମୂର୍ତ୍ତିର ଅନୁରୂପ ହେବା ନିମନ୍ତେ ସେ ପୂର୍ବରୁ ନିରୂପଣ ମଧ୍ୟ କରିଥିଲେ, ଯେପରି ସେ ଅନେକ ଭ୍ରାତାଙ୍କ ମଧ୍ୟରେ ଅଗ୍ରଜ ହୁଅନ୍ତି।


Swiv nou:

Piblisite


Piblisite