Biblia Todo Logo
Bib sou entènèt

- Piblisite -




ଗୀତସଂହିତା 41:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସଦାପ୍ରଭୁ ତାହାକୁ ରକ୍ଷା କରି ଜୀବିତ ରଖିବେ ଓ ସେ ପୃଥିବୀରେ ଆଶୀର୍ବାଦ ପ୍ରାପ୍ତ ହେବ; ପୁଣି, ସଦାପ୍ରଭୁ ତାହାକୁ ତାହାର ଶତ୍ରୁଗଣର ଇଚ୍ଛାରେ ସମର୍ପଣ କରିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସଦାପ୍ରଭୁ ତାହାକୁ ରକ୍ଷା କରି ଜୀବିତ ରଖିବେ ଓ ସେ ପୃଥିବୀରେ ଆଶୀର୍ବାଦପ୍ରାପ୍ତ ହେବ; ପୁଣି, ତୁମ୍ଭେ ତାହାକୁ ତାହାର ଶତ୍ରୁଗଣର ଇଚ୍ଛାରେ ସମର୍ପଣ କର ନାହିଁ।

Gade chapit la Kopi

ଓଡିଆ ବାଇବେଲ

2 ସଦାପ୍ରଭୁ ତାହାକୁ ରକ୍ଷା କରି ଜୀବିତ ରଖିବେ ଓ ସେ ପୃଥିବୀରେ ଆଶୀର୍ବାଦପ୍ରାପ୍ତ ହେବ; ପୁଣି, ସଦାପ୍ରଭୁ ତାହାକୁ ତାହାର ଶତ୍ରୁଗଣର ଇଚ୍ଛାରେ ସମର୍ପଣ କରିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

2 ସଦାପ୍ରଭୁ ସେହି ଲୋକକୁ ରକ୍ଷା କରନ୍ତି ଓ ତା'ର ଜୀବନ ବଞ୍ଚାନ୍ତି। ସେହି ବ୍ୟକ୍ତି ପୃଥିବୀରେ ଆଶୀର୍ବାଦ ପାଏ। ପରମେଶ୍ୱର ତା'ର ଶତ୍ରୁମାନଙ୍କ ଦ୍ୱାରା ତାକୁ ଧ୍ୱଂସ ହେବାକୁ ଦେବେ ନାହିଁ।

Gade chapit la Kopi




ଗୀତସଂହିତା 41:2
16 Referans Kwoze  

ମୋʼ ବିପକ୍ଷଗଣର ବାଞ୍ଛାରେ ମୋତେ ସମର୍ପଣ କର ନାହିଁ; କାରଣ ମିଥ୍ୟାସାକ୍ଷୀମାନେ ଓ ନିଷ୍ଠୁରତାରୂପ ନିଶ୍ୱାସ ମାରିବା ଲୋକେ ମୋʼ ବିରୁଦ୍ଧରେ ଉଠିଅଛନ୍ତି।


କାରଣ ଶାରୀରିକ ବ୍ୟାୟାମ ଅଳ୍ପ ବିଷୟରେ ଲାଭଜନକ, କିନ୍ତୁ ଈଶ୍ବରପରାୟଣତା ଇହକାଳ ଓ ପରକାଳରେ ପ୍ରତିଜ୍ଞାଯୁକ୍ତ ହୋଇ ସମସ୍ତ ବିଷୟରେ ଲାଭଜନକ ଅଟେ।


କାରଣ ତାହାଙ୍କର ଆଶୀର୍ବାଦ ପ୍ରାପ୍ତ ଲୋକେ ଦେଶାଧିକାର କରିବେ; ପୁଣି, ତାହାଙ୍କର ଅଭିଶପ୍ତ ଲୋକେ ଉଚ୍ଛିନ୍ନ ହେବେ


ସେମାନଙ୍କ ପ୍ରାଣ ମୃତ୍ୟୁୁରୁ ରକ୍ଷା କରିବା ପାଇଁ ଓ ଦୁର୍ଭିକ୍ଷ ସମୟରେ ସେମାନଙ୍କୁ ବଞ୍ଚାଇବା ପାଇଁ ସେମାନଙ୍କ ଉପରେ ତାହାଙ୍କର ଦୃଷ୍ଟି ଥାଏ।


ଆଉ ଲେବୀୟ ଲୋକ ତୁମ୍ଭ ସଙ୍ଗରେ କୌଣସି ଅଂଶ କି ଅଧିକାର ନ ପାଇବାରୁ ସେ ଓ ତୁମ୍ଭ ନଗର-ଦ୍ୱାରରେ ଥିବା ବିଦେଶୀ ଓ ପିତୃହୀନ ଓ ବିଧବା, ଏମାନେ ଆସି ଭୋଜନ କରି ତୃପ୍ତ ହେବେ; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ।


ତହୁଁ ତାହାର ଶାଶୁ ତାହାକୁ ପଚାରିଲା, “ତୁମ୍ଭେ ଆଜି କେଉଁଠାରେ ବଳକା ଶସ୍ୟ ସଂଗ୍ରହ କଲ? ଓ କେଉଁଠାରେ କର୍ମ କଲ? ଯେ ତୁମ୍ଭର ପରିଚୟ ନେଲା, ସେ ଧନ୍ୟ ହେଉ।” ତେଣୁ ସେ ଯାହା ପାଖରେ କର୍ମ କରିଥିଲା, ତାହା ଶାଶୁକୁ ଜଣାଇ କହିଲା, “ଯାହା ପାଖରେ ଆଜି କର୍ମ କଲି, ତାହାର ନାମ ବୋୟଜ।”


ଦୟାଳୁ ଲୋକ ଆପଣା ପ୍ରାଣର ହିତ କରେ; ମାତ୍ର ଯେ ନିର୍ଦ୍ଦୟ, ସେ ଆପଣା ଦେହକୁ ଦୁଃଖ ଦିଏ।


ଯେଉଁ ଲୋକ ପ୍ରତିବାସୀକୁ ତୁଚ୍ଛବୋଧ କରେ, ସେ ପାପ କରେ; ମାତ୍ର ଯେଉଁ ଜନ ଦରିଦ୍ରକୁ ଦୟା କରେ, ସେ ଧନ୍ୟ।


ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।


ସେ ଦୁଃଖୀ ଲୋକମାନଙ୍କ ପ୍ରତି ମୁକ୍ତହସ୍ତା ହୁଏ ଓ ଦରିଦ୍ରମାନଙ୍କ ପ୍ରତି ଆପଣା ହାତ ବଢ଼ାଏ।


ମାତ୍ର ସଦାପ୍ରଭୁ କହନ୍ତି, ସେଦିନରେ ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା; ପୁଣି, ତୁମ୍ଭେ ଯେଉଁ ଲୋକମାନଙ୍କ ବିଷୟରେ ଭୟ କରୁଅଛ, ସେମାନଙ୍କ ହସ୍ତରେ ସମର୍ପିତ ହେବ ନାହିଁ।


Swiv nou:

Piblisite


Piblisite