Biblia Todo Logo
Bib sou entènèt

- Piblisite -




ଗୀତସଂହିତା 42:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି, ପୁଣି, ଆନନ୍ଦ ଓ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ୱରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ମୁଁ କିପରି ଲୋକାରଣ୍ୟ ସହିତ ଯାତ୍ରା କଲି, ପୁଣି ଆନନ୍ଦ ଓ ପ୍ରଶଂସାଧ୍ଵନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ଵରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି।

Gade chapit la Kopi

ଓଡିଆ ବାଇବେଲ

4 ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି, ପୁଣି, ଆନନ୍ଦ ଓ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ୱରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି।

Gade chapit la Kopi

ପବିତ୍ର ବାଇବଲ

4 ଯେତେବେଳେ ମୁଁ ମନେ ପକାଏ, ମୋର ହୃଦୟ ବିଦୀର୍ଣ୍ଣ ହୋଇଯାଏ, ସେହି ସୁଦିନ ଗୁଡ଼ିକୁ ଯାହା ମୁଁ ତୁମ୍ଭ ମନ୍ଦିରରେ କଟାଇଥିଲି। ଯେତେବେଳେ ଲୋକଭିଡ଼ ମଧ୍ୟରେ ମୁଁ ପରମେଶ୍ୱରଙ୍କ ମନ୍ଦିରକୁ ଗ୍ଭଲିଲି, ମୁଁ ମନେ ପକାଏ ସେହିସବୁ ଖୁସୀର ଦିନଗୁଡ଼ିକ ଓ ପ୍ରଶଂସାର ଗୀତ ସବୁ ଯାହାକି ଲୋକମାନେ ପର୍ବପର୍ବାଣି ବେଳେ ଗାନ କରନ୍ତି।

Gade chapit la Kopi




ଗୀତସଂହିତା 42:4
28 Referans Kwoze  

ପବିତ୍ର ଉତ୍ସବ ପାଳନର ରାତ୍ରିରେ ଯେପରି, ସେହିପରି ତୁମ୍ଭେମାନେ ଗାନ କରିବ; ପୁଣି, ଲୋକେ ଯେପରି ସଦାପ୍ରଭୁଙ୍କ ପର୍ବତକୁ, ଇସ୍ରାଏଲର ଶୈଳ ନିକଟକୁ ଯିବା ପାଇଁ ବଂଶୀ ବଜାଇ ଗମନ କରନ୍ତି, ସେହିପରି ତୁମ୍ଭମାନଙ୍କର ଚିତ୍ତ ଆନନ୍ଦିତ ହେବ।


“ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହକୁ ଯାଉ,” ଏହି କଥା ଲୋକମାନେ ମୋତେ କହିବା ବେଳେ ମୁଁ ଆନନ୍ଦିତ ହେଲି।


ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। [ସେଲା]


ଯେ ସୁସମାଚାର ଆଣେ ଓ ଶାନ୍ତି ପ୍ରଚାର କରେ, ପର୍ବତଗଣର ଉପରେ ତାହାର ଚରଣ ଦେଖ! ହେ ଯିହୁଦା, ତୁମ୍ଭେ ଆପଣା ଉତ୍ସବସକଳ ପାଳନ କର ଓ ଆପଣା ମାନତସବୁ ପୂର୍ଣ୍ଣ କର; କାରଣ ସେହି ଦୁଷ୍ଟ ତୁମ୍ଭ ମଧ୍ୟରେ ଆଉ ଗତାୟାତ କରିବେ ନାହିଁ; ଯେହେତୁ ସେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛନ୍ତି।


ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ୱାରରେ ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର; ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର।


ଆମ୍ଭେମାନେ ଏକତ୍ର ମଧୁର ମନ୍ତ୍ରଣା କଲୁ, ଜନତା ସଙ୍ଗେ ପରମେଶ୍ୱରଙ୍କ ଗୃହରେ ଗମନାଗମନ କଲୁ।


କିନ୍ତୁ ଅବ୍ରହାମ କହିଲେ, ‘ପୁଅରେ, ତୁ ଯେ ଜୀବିତ ଥିବା ସମୟରେ ତୋର ଭଲ ବିଷୟସବୁ ପାଇଲୁ, ଆଉ ଲାଜାର ସେହିପରି ମନ୍ଦ ବିଷୟସବୁ ପାଇଲା, ଏହା ମନେ କର; କିନ୍ତୁ ଏବେ ସେ ଏହି ସ୍ଥାନରେ ସାନ୍ତ୍ୱନା ପାଉଅଛି, ଆଉ ତୁ କଲବଲ ହେଉଅଛୁ।


ଉଠ, ରାତ୍ରିରେ, ପ୍ରତ୍ୟେକ ପ୍ରହରର ଆରମ୍ଭରେ ଆର୍ତ୍ତସ୍ୱର କର; ପ୍ରଭୁଙ୍କ ସମ୍ମୁଖରେ ତୁମ୍ଭର ହୃଦୟ ଜଳ ପରି ଢାଳିଦିଅ; ତୁମ୍ଭର ବାଳକ ବାଳିକାଗଣର ପ୍ରାଣରକ୍ଷାର୍ଥେ ତାହାଙ୍କ ଛାମୁରେ କୃତାଞ୍ଜଳି ହୁଅ, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ଡରେ କ୍ଷୁଧାରେ କ୍ଳାନ୍ତ ହେଉଅଛନ୍ତି।


“ଆହା, ମୁଁ ପୂର୍ବବର୍ତ୍ତୀ ମାସସବୁରେ, ପରମେଶ୍ୱର ମୋତେ ଜଗି ରଖିଥିବା ଦିନସମୂହରେ ଯେପରି ଥିଲି, ସେପରି ଯେବେ ଥାʼନ୍ତି;


ଆଉ ସେ ସପ୍ତମ ମାସର ତେଇଶ ଦିନରେ ଲୋକମାନଙ୍କୁ ସେମାନଙ୍କ ତମ୍ବୁକୁ ବିଦାୟ କଲେ; ସଦାପ୍ରଭୁ ଦାଉଦଙ୍କ ପ୍ରତି ଓ ଶଲୋମନଙ୍କ ପ୍ରତି ଓ ଆପଣା ଲୋକ ଇସ୍ରାଏଲ ପ୍ରତି ଯେଉଁ ମଙ୍ଗଳ ଦେଖାଇଥିଲେ, ତହିଁ ସକାଶୁ ସେମାନେ ଆନନ୍ଦିତ ଓ ହୃଷ୍ଟଚିତ୍ତ ହେଲେ।


ମୁଁ ପରିପୂର୍ଣ୍ଣ ହୋଇ ଯାତ୍ରା କରିଥିଲି, ମାତ୍ର ସଦାପ୍ରଭୁ ମୋତେ ଶୂନ୍ୟ କରି ଫେରାଇ ଆଣିଅଛନ୍ତି। ସଦାପ୍ରଭୁ ଯେବେ ମୋʼ ପ୍ରତିକୂଳରେ ପ୍ରମାଣ ଦେଇଅଛନ୍ତି ଓ ସର୍ବଶକ୍ତିମାନ ଯେବେ ମୋତେ ଦୁଃଖ ଦେଇଅଛନ୍ତି, ତେବେ ମୋତେ ନୟମୀ ବୋଲି କାହିଁକି ଡାକୁଅଛ?”


ଆଉ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ; ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ ଓ ପିତୃହୀନ ଓ ବିଧବା (ତୁମ୍ଭେ) ସମସ୍ତେ ଆନନ୍ଦ କରିବ।


ହାୟ, ସୁବର୍ଣ୍ଣ କିପରି ମଳିନ ହୋଇଅଛି! ଅତ୍ୟନ୍ତ ନିର୍ମଳ ସୁବର୍ଣ୍ଣ କିପରି ବିକୃତ ହୋଇଅଛି! ପବିତ୍ର ସ୍ଥାନର ପ୍ରସ୍ତରସବୁ ପ୍ରତ୍ୟେକ ଦାଣ୍ଡର ମୁଣ୍ଡରେ ନିକ୍ଷିପ୍ତ ହୋଇଅଛି।


କିଅବା ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ। ଏହି କଥା କହି ହିଜକୀୟ ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର ବିଶ୍ୱାସ ନ ଜନ୍ମାଉ।


ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍‍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶ, ଆଉ ତୈଳଜୀତ ଓ ମଧୁମୟ ଦେଶକୁ ତୁମ୍ଭମାନଙ୍କୁ ନେଇଯିବି, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ମରିବ ନାହିଁ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ତୁମ୍ଭମାନଙ୍କୁ ମଣାଇଲେ, ତାହାର କଥା ତୁମ୍ଭେମାନେ ଶୁଣ ନାହିଁ।


ଅନ୍ୟ ଦେଶୀୟମାନେ କାହିଁକି କହିବେ, ସେମାନଙ୍କର ପରମେଶ୍ୱର କାହାନ୍ତି? ତୁମ୍ଭ ଦାସଗଣର ଯେଉଁ ରକ୍ତ ପାତିତ ହୋଇଅଛି, ତହିଁର ପ୍ରତିଫଳ ଆମ୍ଭମାନଙ୍କ ସାକ୍ଷାତରେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ପ୍ରକାଶିତ ହେଉ।


ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ବିରୋଧର କାରଣ କରୁଅଛ; ପୁଣି, ଆମ୍ଭମାନଙ୍କ ଶତ୍ରୁମାନେ ଆପଣାମାନଙ୍କ ମଧ୍ୟରେ ଉପହାସ କରନ୍ତି।


ତୁମ୍ଭର କ୍ରୋଧ ଓ କୋପ ସକାଶୁ ଏହା ହୋଇଅଛି; ଯେହେତୁ ତୁମ୍ଭେ ମୋତେ ଉଠାଇ ପକାଇ ଦେଇଅଛ।


“ଏବେ ସେମାନଙ୍କର ପରମେଶ୍ୱର କାହାନ୍ତି,” ଏହା ଅନ୍ୟ ଦେଶୀୟମାନେ କାହିଁକି କହିବେ?


ମୋହର ଭ୍ରାତୃଗଣ ଓ ମିତ୍ରଗଣ ସକାଶେ ମୁଁ ଏବେ କହିବି, ତୁମ୍ଭ ମଧ୍ୟରେ ଶାନ୍ତି ବର୍ତ୍ତୁ।


ପୁଣି, ଲୋକମାନେ ଯେତେବେଳେ ଭିତରକୁ ଯିବେ, ସେତେବେଳେ ଅଧିପତି ସେମାନଙ୍କ ମଧ୍ୟରେ ଥାଇ ଭିତରକୁ ଯିବେ ଓ ବାହାରି ଯିବା ବେଳେ ସେମାନେ ଏକତ୍ର ହୋଇ ବାହାରି ଯିବେ।


ବରଣ୍ଡା ଓ ବେଦିର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ, ଆଉ ସେମାନେ କହନ୍ତୁ, “ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର ଓ ଅନ୍ୟ ଦେଶୀୟମାନେ ଯେପରି ସେମାନଙ୍କ ଉପରେ ଶାସନ ନ କରିବେ, ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ; ‘ସେମାନଙ୍କର ପରମେଶ୍ୱର କାହାନ୍ତି,’ ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେ?”


Swiv nou:

Piblisite


Piblisite