Biblia Todo Logo
Bib sou entènèt

- Piblisite -




ଗୀତସଂହିତା 42:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ? ତୁ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛୁ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ତାହାଙ୍କ ପ୍ରସନ୍ନତାର ସାହାଯ୍ୟ ସକାଶୁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ? ତୁ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛୁ? ପରମେଶ୍ଵରଙ୍କଠାରେ ଭରସା ରଖ; କାରଣ ମୁଁ ତାହାଙ୍କ ଶ୍ରୀମୁଖର ପ୍ରସନ୍ନତା ସକାଶୁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି।

Gade chapit la Kopi

ଓଡିଆ ବାଇବେଲ

5 ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ ? ତୁ କାହିଁକି ମୋ’ ଅନ୍ତରରେ ଅସ୍ଥିର ହେଉଅଛୁ ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ତାହାଙ୍କ ପ୍ରସନ୍ନତାର ସାହାଯ୍ୟ ସକାଶୁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି।

Gade chapit la Kopi

ପବିତ୍ର ବାଇବଲ

5 ହେ ମୋର ପ୍ରାଣ, କାହିଁକି ମୁଁ ଏତେ ବ୍ୟାକୁଳ? “ମୁଁ ପରମେଶ୍ୱରଙ୍କ ସହାୟତା ପାଇଁ ଅପେକ୍ଷା କରିବି। ମୁଁ ତାଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି। ସେ ମୋତେ ରକ୍ଷା କରିବେ।

Gade chapit la Kopi




ଗୀତସଂହିତା 42:5
28 Referans Kwoze  

ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ।


ମୋʼ ମନ ଉଦ୍‍ବିଗ୍ନ ହେବା ବେଳେ ମୁଁ ପୃଥିବୀର ପ୍ରାନ୍ତରୁ ତୁମ୍ଭକୁ ଡାକିବି; ମୋʼ ଠାରୁ ଉଚ୍ଚତର ଶୈଳକୁ ମୋତେ ନେଇଯାଅ।


“ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ,” ଏହି ନାମର ଅର୍ଥ “ଆମ୍ଭମାନଙ୍କ ସହିତ ଈଶ୍ବର।”


ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି।


ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ଓ ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।


ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ପୁଣି, ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ତୁମ୍ଭେ ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।


ଏଥିରେ ଦାଉଦ ଅତିଶୟ ଉଦ୍‍ବିଗ୍ନ ହେଲେ; କାରଣ ପ୍ରତ୍ୟେକ ଲୋକର ମନ ଆପଣା ଆପଣା ପୁତ୍ରକନ୍ୟା ସକାଶୁ ବିରକ୍ତ ହେବାରୁ ଲୋକମାନେ ତାଙ୍କୁ ପଥରରେ ମାରିବାକୁ କହିଲେ; ମାତ୍ର, ଦାଉଦ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କଠାରେ ଆପଣାକୁ ସବଳ କଲେ।


ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖ ଉଠାଉନ୍ତୁ ଓ ତୁମ୍ଭକୁ ଶାନ୍ତି ଦେଉନ୍ତୁ।’”


ସେ ମୋତେ ବଧ କଲେ ହେଁ ମୁଁ ତାହାଙ୍କ ପାଇଁ ଅପେକ୍ଷା କରିବି; ତଥାପି ମୁଁ ତାହାଙ୍କ ଛାମୁରେ ଆପଣା ପଥ ସମର୍ଥନ କରିବି।


ମାତ୍ର ମୁଁ ନିରନ୍ତର ଭରସା କରିବି, ପୁଣି, ଆହୁରି ଆହୁରି ତୁମ୍ଭର ପ୍ରଶଂସା କରିବି।


ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମନୁଷ୍ୟ ମୋହର କʼଣ କରି ପାରିବ?


ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାହାଙ୍କ ସେବକର ବାକ୍ୟ ପାଳନ କରେ, ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି? ଯେଉଁ ଲୋକ ଅନ୍ଧକାରରେ ଗମନ କରେ ଓ ଦୀପ୍ତିପ୍ରାପ୍ତ ନ ହୁଏ, ସେ ସଦାପ୍ରଭୁଙ୍କ ନାମରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର କରୁ।


ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି ଅସ୍ଥିର ହେଉଅଛି; ଭାବନା କରି କରି ମୋହର ଆତ୍ମା ମୂର୍ଚ୍ଛିତ ହୁଏ। [ସେଲା]


କାରଣ ସେମାନେ ନିଜ ଖଡ୍ଗ ଦ୍ୱାରା ଦେଶାଧିକାର ପ୍ରାପ୍ତ ହେଲେ ନାହିଁ, କିଅବା ସେମାନଙ୍କ ନିଜ ବାହୁ ସେମାନଙ୍କୁ ଉଦ୍ଧାର କଲା ନାହିଁ; ମାତ୍ର ସେମାନଙ୍କ ପ୍ରତି ତୁମ୍ଭର ଅନୁଗ୍ରହ ଥିବାରୁ ତୁମ୍ଭର ଦକ୍ଷିଣ ହସ୍ତ, ତୁମ୍ଭର ବାହୁ ଓ ତୁମ୍ଭ ମୁଖର ପ୍ରସନ୍ନତା ତାହା କରିଥିଲା।


ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।”


ସେମାନେ ମୋହର ବନ୍ଧୁ ଓ ଭ୍ରାତା ଥିଲା ପରି ମୁଁ ବ୍ୟବହାର କଲି; ମୁଁ ମାତୃଶୋକାତୁର ଲୋକ ତୁଲ୍ୟ ଶୋକରେ ଅବନତ ହେଲି।


ସେତେବେଳେ ସେ ସେମାନଙ୍କୁ କହିଲେ, “ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟନ୍ତ ଶୋକାକୁଳ ହେଉଅଛି, ତୁମ୍ଭେମାନେ ଏଠାରେ ରହି ମୋ ସାଙ୍ଗରେ ଜାଗିଥାଅ।”


ମୁଁ ବ୍ୟଥିତ ଓ ଅତ୍ୟନ୍ତ ଅବନତ ହୋଇଅଛି। ମୁଁ ସାରାଦିନ ଶୋକ କରି ବୁଲୁଥାଏ।


ପବିତ୍ର ଉତ୍ସବ ପାଳନର ରାତ୍ରିରେ ଯେପରି, ସେହିପରି ତୁମ୍ଭେମାନେ ଗାନ କରିବ; ପୁଣି, ଲୋକେ ଯେପରି ସଦାପ୍ରଭୁଙ୍କ ପର୍ବତକୁ, ଇସ୍ରାଏଲର ଶୈଳ ନିକଟକୁ ଯିବା ପାଇଁ ବଂଶୀ ବଜାଇ ଗମନ କରନ୍ତି, ସେହିପରି ତୁମ୍ଭମାନଙ୍କର ଚିତ୍ତ ଆନନ୍ଦିତ ହେବ।


Swiv nou:

Piblisite


Piblisite