Biblia Todo Logo
Bib sou entènèt

- Piblisite -




ଗୀତସଂହିତା 42:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତଥାପି ସଦାପ୍ରଭୁ ଦିନ ବେଳେ ଆପଣା ସ୍ନେହପୂର୍ଣ୍ଣ କରୁଣା ଆଜ୍ଞା କରିବେ, ପୁଣି, ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭ ଜୀବନଦାତା ପରମେଶ୍ୱରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତଥାପି ସଦାପ୍ରଭୁ ଦିନବେଳେ ଆପଣା ସ୍ନେହପୂର୍ଣ୍ଣ କରୁଣା ଆଜ୍ଞା କରିବେ, ପୁଣି ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭ ଜୀବନଦାତା ପରମେଶ୍ଵରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ ହେବ।

Gade chapit la Kopi

ଓଡିଆ ବାଇବେଲ

8 ତଥାପି ସଦାପ୍ରଭୁ ଦିନବେଳେ ଆପଣା ସ୍ନେହପୂର୍ଣ୍ଣ କରୁଣା ଆଜ୍ଞା କରିବେ, ପୁଣି, ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭ ଜୀବନଦାତା ପରମେଶ୍ୱରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ ହେବ।

Gade chapit la Kopi

ପବିତ୍ର ବାଇବଲ

8 ରାତି ହେଉକି ଦିନ, ସଦାପ୍ରଭୁ ତାଙ୍କର ପ୍ରକୃତ ପ୍ରେମ ଢାଳି ଦିଅନ୍ତି। ସେହି ଜୀବନ୍ତ ପରମେଶ୍ୱରଙ୍କ ପାଇଁ ମୋ’ ନିକଟରେ ଏକ ଗୀତ ଅଛି।

Gade chapit la Kopi




ଗୀତସଂହିତା 42:8
20 Referans Kwoze  

ଭକ୍ତଗଣ ବିଜୟରେ ଉଲ୍ଲସିତ ହେଉନ୍ତୁ; ସେମାନେ ଆନନ୍ଦ ହେତୁ ଆପଣା ଆପଣା ଶଯ୍ୟାରେ ଗାନ କରନ୍ତୁ। ସେମାନଙ୍କ କଣ୍ଠରେ ପରମେଶ୍ୱରଙ୍କ ଉଚ୍ଚ ପ୍ରଶଂସା ଥାଉ;


ମୁଁ ଶଯ୍ୟା ଉପରେ ତୁମ୍ଭଙ୍କୁ ସ୍ମରଣ କରିବା ବେଳେ ରାତ୍ରିର ପ୍ରହରକୁ ପ୍ରହର ତୁମ୍ଭ ବିଷୟ ଧ୍ୟାନ କରେ।


ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି, ଯେ ମୋତେ ପରାମର୍ଶ ଦେଇଅଛନ୍ତି; ଆହୁରି, ରାତ୍ରିକାଳରେ ମୋହର ଚିତ୍ତ ମୋତେ ଉପଦେଶ ଦିଏ।


‘ମାତ୍ର ଯେ ରାତ୍ରିକାଳେ ଗାନ ପ୍ରଦାନ କରନ୍ତି, ଯେ ପୃଥିବୀର ପଶୁମାନଙ୍କ ଅପେକ୍ଷା ଆମ୍ଭମାନଙ୍କୁ ଅଧିକ ଶିକ୍ଷା ଦିଅନ୍ତି


ସଦାପ୍ରଭୁ ତୁମ୍ଭ ଅମାରରେ ଓ ଯେଉଁ ଯେଉଁ କର୍ମରେ ତୁମ୍ଭେ ହସ୍ତ ଦେବ, ସେହି ସବୁରେ ଆଶୀର୍ବାଦପ୍ରାପ୍ତି ଆଜ୍ଞା କରିବେ; ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତହିଁରେ ସେ ତୁମ୍ଭକୁ ଆଶୀର୍ବାଦ କରିବେ।


ତାହା ହର୍ମୋଣ ପାହାଡ଼ର ଶିଶିର ତୁଲ୍ୟ, ଯାହା ସିୟୋନର ପର୍ବତଗଣ ଉପରେ କ୍ଷରି ପଡ଼େ। କାରଣ ସଦାପ୍ରଭୁ ସେଠାରେ ଆଶୀର୍ବାଦ, ହଁ, ଅନନ୍ତ ଜୀବନ ଆଜ୍ଞା କଲେ।


କାରଣ ତୁମ୍ଭେମାନେ ମରିଅଛ, ଆଉ ତୁମ୍ଭମାନଙ୍କର ଜୀବନ ଈଶ୍ବରଙ୍କଠାରେ ଖ୍ରୀଷ୍ଟଙ୍କ ସହିତ ଗୁପ୍ତ ଅଛି।


କିନ୍ତୁ ପ୍ରାୟ ମଧ୍ୟରାତ୍ରରେ ପାଉଲ ଓ ଶୀଲା ଈଶ୍ବରଙ୍କ ନିକଟରେ ପ୍ରାର୍ଥନା ଓ ସ୍ତବଗାନ କରୁଥିଲେ, ଆଉ ବନ୍ଦୀମାନେ ଶୁଣୁଥିଲେ।


କିନ୍ତୁ ଶତ-ସେନାପତି ଉତ୍ତର ଦେଲେ, ପ୍ରଭୁ, ଆପଣ ଯେ ମୋʼ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ; କିନ୍ତୁ କେବଳ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ।


ହେ ପରମେଶ୍ୱର, ତୁମ୍ଭେ ମୋହର ରାଜା ଅଟ; ପୁଣି ତୁମ୍ଭେ ଯାକୁବ ପକ୍ଷରେ ମୁକ୍ତିର ଆଜ୍ଞା ଦିଅ।


ପବିତ୍ର ଉତ୍ସବ ପାଳନର ରାତ୍ରିରେ ଯେପରି, ସେହିପରି ତୁମ୍ଭେମାନେ ଗାନ କରିବ; ପୁଣି, ଲୋକେ ଯେପରି ସଦାପ୍ରଭୁଙ୍କ ପର୍ବତକୁ, ଇସ୍ରାଏଲର ଶୈଳ ନିକଟକୁ ଯିବା ପାଇଁ ବଂଶୀ ବଜାଇ ଗମନ କରନ୍ତି, ସେହିପରି ତୁମ୍ଭମାନଙ୍କର ଚିତ୍ତ ଆନନ୍ଦିତ ହେବ।


ମୁଁ ଆପଣା ରାତ୍ରିକାଳୀନ ଗୀତ ସ୍ମରଣ କରୁଅଛି; ମୁଁ ଆପଣା ମନେ ମନେ ଧ୍ୟାନ କରୁଅଛି; ପୁଣି, ମୋହର ଆତ୍ମା ଯତ୍ନରେ ଅନୁସନ୍ଧାନ କଲା।


ମୋତେ ଗ୍ରାସ କରିବାକୁ ଇଚ୍ଛୁକ ଲୋକ ତିରସ୍କାର କରିବା ବେଳେ, ସେ ସ୍ୱର୍ଗରୁ ପଠାଇ ମୋତେ ତ୍ରାଣ କରିବେ; [ସେଲା] ପରମେଶ୍ୱର ଆପଣା ଦୟା ଓ ସତ୍ୟତା ପ୍ରେରଣ କରିବେ।


ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ; ମୁଁ କାହାକୁ ଭୟ କରିବି? ସଦାପ୍ରଭୁ ମୋʼ ଜୀବନର ବଳ; ମୁଁ କାହାଠାରୁ ଭୀତ ହେବି?


ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ। [ସେଲା]


ଆମ୍ଭେ ଷଷ୍ଠ ବର୍ଷରେ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦ ଆଜ୍ଞା କରିବା, ତହିଁରେ ତାହା ତିନି ବର୍ଷର ଫଳ ଉତ୍ପନ୍ନ କରିବ।


କାରଣ ମୃତ୍ୟୁୁରୂପ ଲହରୀ ମୋତେ ବେଷ୍ଟନ କଲା, ଦୁଷ୍ଟମାନଙ୍କ ପ୍ଲାବନ(ଜୁଆର) ମୋତେ ଭୀତ କଲା।


ତୁମ୍ଭେ ମୋହର ପରିଚିତ ଲୋକମାନଙ୍କୁ ମୋʼ ଠାରୁ ଦୂରରେ ରଖିଅଛ; ତୁମ୍ଭେ ସେମାନଙ୍କ ନିକଟରେ ମୋତେ ଘୃଣାର ବିଷୟ କରିଅଛ। ମୁଁ ଅବରୁଦ୍ଧ ହୋଇଅଛି ଓ ମୁଁ ବାହାରକୁ ଆସି ପାରୁ ନାହିଁ।


ତେବେ ଜଳରାଶି ଆମ୍ଭମାନଙ୍କୁ ମଗ୍ନ କରିଥାʼନ୍ତା, ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥାʼନ୍ତା


ଆଉ, ମୁଁ କହିଲି, ମୁଁ ତୁମ୍ଭ ଦୃଷ୍ଟିଗୋଚରରୁ ଦୂରୀକୃତ ହୋଇଅଛି; ତଥାପି ମୁଁ ପୁନର୍ବାର ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ଦୃଷ୍ଟିପାତ କରିବି।


Swiv nou:

Piblisite


Piblisite