Biblia Todo Logo
Bib sou entènèt

- Piblisite -




ଗୀତସଂହିତା 44:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତୁମ୍ଭେ ଆପଣା ଲୋକମାନଙ୍କୁ ବିନାମୂଲ୍ୟରେ ବିକ୍ରୟ କରୁଅଛ ଓ ସେମାନଙ୍କ ମୂଲ୍ୟ ଦ୍ୱାରା ଆପଣା ଧନ ବୃଦ୍ଧି କରି ନାହଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତୁମ୍ଭେ ଆପଣା ଲୋକମାନଙ୍କୁ ବିନାମୂଲ୍ୟରେ ବିକ୍ରୟ କରୁଅଛ ଓ ସେମାନଙ୍କ ମୂଲ୍ୟ ଦ୍ଵାରା ଆପଣା ଧନ ବୃଦ୍ଧି କରିନାହଁ।

Gade chapit la Kopi

ଓଡିଆ ବାଇବେଲ

12 ତୁମ୍ଭେ ଆପଣା ଲୋକମାନଙ୍କୁ ବିନାମୂଲ୍ୟରେ ବିକ୍ରୟ କରୁଅଛ ଓ ସେମାନଙ୍କ ମୂଲ୍ୟ ଦ୍ୱାରା ଆପଣା ଧନ ବୃଦ୍ଧି କରି ନାହଁ।

Gade chapit la Kopi

ପବିତ୍ର ବାଇବଲ

12 ହେ ପରମେଶ୍ୱର, ତୁମ୍ଭେ ଆପଣା ଲୋକଙ୍କୁ ବିନା ମୂଲ୍ୟରେ ବିକ୍ରୀ କରି ଦେଉଛ ଓ ସେମାନଙ୍କର ଉଚିତ୍ ଦାମ୍ ପାଇଁ ମଧ୍ୟ ଆଲୋଚନା କରି ନାହଁ।

Gade chapit la Kopi




ଗୀତସଂହିତା 44:12
10 Referans Kwoze  

ଆମ୍ଭେ ତୁମ୍ଭର ସମ୍ପତ୍ତି ଓ ଧନଭଣ୍ଡାରସବୁ ବିନାମୂଲ୍ୟରେ ଲୁଟିତ ହେବା ପାଇଁ ଦେବା ଓ ତୁମ୍ଭର ସମୁଦାୟ ଅଞ୍ଚଳରେ ତୁମ୍ଭ ପାପସମୂହର ସକାଶେ ତାହା କରିବା।


ଯେବେ ସେମାନଙ୍କର ଶୈଳ ସେମାନଙ୍କୁ ବିକ୍ରୟ କରିଦେଇ ନ ଥାʼନ୍ତେ ଓ ଯେବେ ସଦାପ୍ରଭୁ ସେମାନଙ୍କୁ ସମର୍ପଣ କରିଦେଇ ନ ଥାʼନ୍ତେ, ତେବେ ସହସ୍ର ଜଣଙ୍କୁ ଏକ ଜଣ କିପରି ତଡ଼ି ଦିଅନ୍ତା, ପୁଣି ଦଶ ସହସ୍ର ଜଣଙ୍କୁ ଦୁଇ ଜଣ କିପରି ବିମୁଖ କରନ୍ତେ?


ଦାରୁଚିନି, ସୁଗନ୍ଧିଦ୍ରବ୍ୟ, ଧୂପ, ସୁଗନ୍ଧି ଲେପ୍ୟଦ୍ରବ୍ୟ, କୁନ୍ଦୁରୁ, ମଦ୍ୟ, ସୁଗନ୍ଧି ତୈଳ, ମଇଦା, ଗହମ, ଗୋରୁ, ମେଷ, ଅଶ୍ୱ, ରଥ, କ୍ରୀତଦାସ ଓ ମନୁଷ୍ୟମାନଙ୍କ ପ୍ରାଣ।


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ପତ୍ର ଦ୍ୱାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ?” “ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା।


ତହିଁରେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଅରାମନହରୟିମ୍‍ର ରାଜା କୂଶନ୍-ରିଶୀୟାଥୟିମ୍‍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ତହୁଁ ଇସ୍ରାଏଲ-ସନ୍ତାନଗଣ ଆଠ ବର୍ଷ ପର୍ଯ୍ୟନ୍ତ ସେହି କୂଶନ୍‍-ରିଶୀୟାଥୟିମ୍‍ର ସେବା କଲେ।


ତହିଁରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ସେମାନଙ୍କୁ ଲୁଟକାରୀମାନଙ୍କ ହସ୍ତରେ ସମର୍ପିଲେ, ତେଣୁ ସେମାନେ ସେମାନଙ୍କୁ ଲୁଟିଲେ; ଆହୁରି ସେ ସେମାନଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରେ ବିକ୍ରୟ କଲେ, ତହିଁରେ ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଆଉ ଠିଆ ହୋଇ ପାରିଲେ ନାହିଁ।


ଆଉ ଆମ୍ଭେ ନାନା ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ପଶ୍ଚାତ୍‍ ଖଡ୍ଗ ନିଷ୍କୋଷ କରିବା; ତହିଁରେ ତୁମ୍ଭମାନଙ୍କ ଦେଶ ଶୂନ୍ୟସ୍ଥାନ ହେବ ଓ ତୁମ୍ଭମାନଙ୍କ ନଗରସକଳ ମରୁଭୂମି ହେବ।


ପୁଣି ସଦାପ୍ରଭୁ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବେ; ପୁଣି ଯେଉଁ ସ୍ଥାନକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ନେଇଯିବେ, ସେହି ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭେମାନେ ଅଳ୍ପସଂଖ୍ୟକ ହୋଇ ଅବଶିଷ୍ଟ ରହିବ।


Swiv nou:

Piblisite


Piblisite