Biblia Todo Logo
Bib sou entènèt

- Piblisite -




ଗୀତସଂହିତା 44:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ତିରସ୍କାରର ବିଷୟ ଓ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ଉପହାସର ପାତ୍ର କରୁଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ତିରସ୍କାରର ବିଷୟ ଓ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ବିଦ୍ରୂପପାତ୍ର କରୁଅଛ।

Gade chapit la Kopi

ଓଡିଆ ବାଇବେଲ

13 ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ତିରସ୍କାରର ବିଷୟ ଓ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ଉପହାସର ପାତ୍ର କରୁଅଛ।

Gade chapit la Kopi

ପବିତ୍ର ବାଇବଲ

13 ତୁମ୍ଭେ ଆମ୍ଭମାନଙ୍କୁ ଆମ୍ଭର ପଡ଼ୋଶୀମାନଙ୍କ ନିକଟରେ ପରିହାସର ପାତ୍ର କରିଛ। ସେମାନେ ଆମ୍ଭକୁ ଦେଖି ହସନ୍ତି ଓ ଥଟ୍ଟା କରନ୍ତି।

Gade chapit la Kopi




ଗୀତସଂହିତା 44:13
10 Referans Kwoze  

ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ବିରୋଧର କାରଣ କରୁଅଛ; ପୁଣି, ଆମ୍ଭମାନଙ୍କ ଶତ୍ରୁମାନେ ଆପଣାମାନଙ୍କ ମଧ୍ୟରେ ଉପହାସ କରନ୍ତି।


ଆମ୍ଭେମାନେ ପ୍ରତିବାସୀଗଣ ନିକଟରେ ନିନ୍ଦାର ବିଷୟ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କ ନିକଟରେ ଟାହୁଲି ଓ ପରିହାସର ପାତ୍ର ହୋଇଅଛୁ।


ଇସ୍ରାଏଲ କି ତୁମ୍ଭ ପ୍ରତି ପରିହାସର ବିଷୟ ହୋଇ ନ ଥିଲା? ସେ କି ଚୋରମାନଙ୍କ ମଧ୍ୟରେ ଧରା ପଡ଼ିଥିଲା? ତୁମ୍ଭେ ଯେତେ ଥର ତାହା ବିଷୟ କହୁଅଛ, ସେତେଥର ମସ୍ତକ ହଲାଉଅଛ।


ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ିଦେବା, ସେହି ସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ, ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା।


ହେ ସଦାପ୍ରଭୋ, ତଦ୍ଦ୍ୱାରା ତୁମ୍ଭ ଶତ୍ରୁଗଣ ନିନ୍ଦା କରିଅଛନ୍ତି, ତଦ୍ଦ୍ୱାରା ସେମାନେ ତୁମ୍ଭ ଅଭିଷିକ୍ତଙ୍କ ପଦଚିହ୍ନକୁ ନିନ୍ଦା କରିଅଛନ୍ତି।


ପଥ ଦେଇ ଯିବା ଲୋକ ସମସ୍ତେ ତାହାକୁ ଲୁଟ କରନ୍ତି; ସେ ଆପଣା ପ୍ରତିବାସୀମାନଙ୍କର ନିନ୍ଦାପାତ୍ର ହୋଇଅଛି।


ପୁଣି, ସଦାପ୍ରଭୁ ତୁମ୍ଭକୁ ଯେଉଁସବୁ ଗୋଷ୍ଠୀୟ ଲୋକଙ୍କ ମଧ୍ୟକୁ ନେଇଯିବେ, ସେମାନଙ୍କ ନିକଟରେ ତୁମ୍ଭେ ଆଶଙ୍କାର, ଗଳ୍ପର ଓ ଉପହାସର ବିଷୟ ହେବ।


କାରଣ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ବିନାମୂଲ୍ୟରେ ବିକ୍ରୀତ ହୋଇଥିଲ, ଆଉ ବିନାମୂଲ୍ୟରେ ମୁକ୍ତ କରାଯିବ।


Swiv nou:

Piblisite


Piblisite