Biblia Todo Logo
Bib sou entènèt

- Piblisite -




ଗୀତସଂହିତା 44:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତୁମ୍ଭେ ଆମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଗଳ୍ପର ବିଷୟ ଓ ଜନବୃନ୍ଦ ମଧ୍ୟରେ ମୁଣ୍ଡହଲାର କାରଣ କରିଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତୁମ୍ଭେ ଆମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଗଳ୍ପର ବିଷୟ ଓ ଜନବୃନ୍ଦ ମଧ୍ୟରେ ମୁଣ୍ତହଲାର କାରଣ କରିଅଛ।

Gade chapit la Kopi

ଓଡିଆ ବାଇବେଲ

14 ତୁମ୍ଭେ ଆମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଗଳ୍ପର ବିଷୟ ଓ ଜନବୃନ୍ଦ ମଧ୍ୟରେ ମୁଣ୍ଡହଲାର କାରଣ କରିଅଛ।

Gade chapit la Kopi

ପବିତ୍ର ବାଇବଲ

14 ତୁମ୍ଭେ ଆମ୍ଭକୁ ଏକ ବିପର୍ଯ୍ୟୟର କାହାଣୀରେ ପରିଣତ କରିଛ, ଯାହା ଲୋକମାନେ କହୁଛନ୍ତି। ଯେଉଁ ଲୋକଙ୍କର ନିଜର ରାଜ୍ୟ ମଧ୍ୟ ନାହିଁ, ସେମାନେ ଆମ୍ଭକୁ ଦେଖି ହସୁଛନ୍ତି ଓ ମୁଣ୍ଡ ହଲାଉଛନ୍ତି।

Gade chapit la Kopi




ଗୀତସଂହିତା 44:14
15 Referans Kwoze  

ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ିଦେବା, ସେହି ସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ, ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା।


ମୁଁ ମଧ୍ୟ ତୁମ୍ଭମାନଙ୍କ ପରି କହି ପାରନ୍ତି; ଯଦି ତୁମ୍ଭମାନଙ୍କ ପ୍ରାଣ ମୋର ପ୍ରାଣର ଅବସ୍ଥାରେ ଥାʼନ୍ତା, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ବାକ୍ୟମାଳା ଏକତ୍ର ଖଞ୍ଜି ପାରନ୍ତି ଓ ତୁମ୍ଭମାନଙ୍କ ପ୍ରତି ଆପଣା ମୁଣ୍ଡ ହଲାଇ ପାରନ୍ତି।


ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି: ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି, ଯିରୂଶାଲମର କନ୍ୟା ତୁମ୍ଭଆଡ଼େ ମୁଣ୍ଡ ହଲାଇଅଛି।


ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି; ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି; ଯିରୂଶାଲମର କନ୍ୟା ତୁମ୍ଭଆଡ଼େ ମୁଣ୍ଡ ହଲାଇଅଛି।


ଆହୁରି, ମୁଁ ସେମାନଙ୍କ ନିକଟରେ ନିନ୍ଦାପାତ୍ର ହୋଇଅଛି; ସେମାନେ ମୋତେ ଦେଖିଲେ ମୁଣ୍ଡ ହଲାନ୍ତି।


ମୋତେ ଦେଖିବା ଲୋକ ସମସ୍ତେ ମୋତେ ପରିହାସ କରନ୍ତି; ସେମାନେ ଓଷ୍ଠ ଲମ୍ବାଇ, ମସ୍ତକ ହଲାଇ କହନ୍ତି,


ମଧ୍ୟ ସେ ମୋତେ ଲୋକମାନଙ୍କର ହାସ୍ୟାସ୍ପଦ କରିଅଛନ୍ତି; ମୁଁ ପ୍ରକାଶରେ ଘୃଣାପାତ୍ର ହୋଇଅଛି।


ତେବେ ଆମ୍ଭେ ସେମାନଙ୍କୁ ଦତ୍ତ ଆମ୍ଭ ଦେଶରୁ ସମୂଳେ ଉତ୍ପାଟନ କରିବା; ପୁଣି ଆମ୍ଭ ନାମ ନିମନ୍ତେ ଏହି ଯେଉଁ ଗୃହକୁ ଆମ୍ଭେ ପବିତ୍ର କରିଅଛୁ, ତାହା ଆମ୍ଭ ଦୃଷ୍ଟିରୁ ଦୂର କରିବା ଓ ସକଳ ଗୋଷ୍ଠୀ ମଧ୍ୟରେ ଗଳ୍ପ ଓ ଉପହାସର ବିଷୟ କରିବା।


ତେବେ ଆମ୍ଭେ ଇସ୍ରାଏଲକୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ସେମାନଙ୍କୁ ଉଚ୍ଛିନ୍ନ କରିବା; ପୁଣି, ଆପଣା ନାମ ନିମନ୍ତେ ଏହି ଯେଉଁ ଗୃହ ପବିତ୍ର କଲୁ, ତାହା ଆପଣା ଦୃଷ୍ଟିରୁ ଦୂର କରିବା ଓ ଇସ୍ରାଏଲ ସମୁଦାୟ ଗୋଷ୍ଠୀ ମଧ୍ୟରେ ଗଳ୍ପର ଓ ଉପହାସର ଏକ ବିଷୟ ହେବ;


ପୁଣି, ସଦାପ୍ରଭୁ ତୁମ୍ଭକୁ ଯେଉଁସବୁ ଗୋଷ୍ଠୀୟ ଲୋକଙ୍କ ମଧ୍ୟକୁ ନେଇଯିବେ, ସେମାନଙ୍କ ନିକଟରେ ତୁମ୍ଭେ ଆଶଙ୍କାର, ଗଳ୍ପର ଓ ଉପହାସର ବିଷୟ ହେବ।


ଏହାପରେ ମୁଁ ସେମାନଙ୍କୁ କହିଲି, “ଆମ୍ଭେମାନେ କି ପ୍ରକାର ମନ୍ଦ ଅବସ୍ଥାରେ ଅଛୁ, ଯିରୂଶାଲମ କିପରି ଉଜାଡ଼ ହୋଇ ପଡ଼ିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି, ଏହା ତୁମ୍ଭେମାନେ ଦେଖୁଅଛ; ଆସ, ଆମ୍ଭେମାନେ ଯେପରି ଆଉ ନିନ୍ଦାର ପାତ୍ର ନୋହିବା, ଏଥିପାଇଁ ଯିରୂଶାଲମର ପ୍ରାଚୀର ନିର୍ମାଣ କରୁ।”


ଆମ୍ଭେମାନେ ପ୍ରତିବାସୀଗଣ ନିକଟରେ ନିନ୍ଦାର ବିଷୟ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କ ନିକଟରେ ଟାହୁଲି ଓ ପରିହାସର ପାତ୍ର ହୋଇଅଛୁ।


ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ଦୟା କର, ଆମ୍ଭମାନଙ୍କୁ ଦୟା କର; କାରଣ ଆମ୍ଭେମାନେ ଅବଜ୍ଞାରେ ଅତିଶୟ ପୂର୍ଣ୍ଣ ହୋଇଅଛୁ।


କାରଣ ଅମ୍ରିଙ୍କର ବିଧି ଓ ଆହାବ-ବଂଶର କ୍ରିୟାସକଳ ପାଳନ କରାଯାଉଅଛି ଓ ତୁମ୍ଭେମାନେ ସେମାନଙ୍କ ପରାମର୍ଶରେ ଚାଲୁଅଛ; ତହିଁ ସକାଶୁ ଆମ୍ଭେ ତୁମ୍ଭକୁ ଉତ୍ସନ୍ନ (ସ୍ଥାନ) କରିବା ଓ ତହିଁର ନିବାସୀମାନଙ୍କୁ ଶୀସ୍‍ ଶବ୍ଦର ବିଷୟ କରିବା; ଆଉ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ଅପମାନର ଭାର ବହିବ।


Swiv nou:

Piblisite


Piblisite