Biblia Todo Logo
Bib sou entènèt

- Piblisite -




ଗୀତସଂହିତା 44:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆମ୍ଭମାନଙ୍କ ଅନ୍ତଃକରଣ ବିମୁଖ ହୋଇ ନାହିଁ, କିଅବା ଆମ୍ଭମାନଙ୍କ ପାଦଗତି ତୁମ୍ଭ ପଥରୁ ଭ୍ରଷ୍ଟ ହୋଇ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଆମ୍ଭମାନଙ୍କ ଅନ୍ତଃକରଣ ବିମୁଖ ହୋଇ ନାହିଁ, କିଅବା ଆମ୍ଭମାନଙ୍କ ପାଦଗତି ତୁମ୍ଭ ପଥରୁ ଭ୍ରଷ୍ଟ ହୋଇନାହିଁ।

Gade chapit la Kopi

ଓଡିଆ ବାଇବେଲ

19 ଆମ୍ଭମାନଙ୍କ ଅନ୍ତଃକରଣ ବିମୁଖ ହୋଇ ନାହିଁ, କିଅବା ଆମ୍ଭମାନଙ୍କ ପାଦଗତି ତୁମ୍ଭ ପଥରୁ ଭ୍ରଷ୍ଟ ହୋଇ ନାହିଁ।

Gade chapit la Kopi

ପବିତ୍ର ବାଇବଲ

19 ହେ ପରମେଶ୍ୱର, ତୁମ୍ଭେ ଏହି ସ୍ଥାନରେ ଆମ୍ଭକୁ ପଦଦଳିତ କଲ। ଯେଉଁଠାରେ ଶୃଗାଳମାନେ ବାସ କରନ୍ତି। ତୁମ୍ଭେ ଆମ୍ଭକୁ ଏପରି ଏକ ସ୍ଥାନରେ ଛାଡ଼ିଦେଲ ଯାହା ମୃତ୍ୟୁଭଳି ଗାଢ଼ ଅନ୍ଧକାର ଅଟେ।

Gade chapit la Kopi




ଗୀତସଂହିତା 44:19
19 Referans Kwoze  

ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି।


ଅନ୍ଧକାର ଓ ମୃତ୍ୟୁୁଚ୍ଛାୟା ତାହାକୁ ଆପଣାର ବୋଲି ଦାବି କରନ୍ତୁ; ମେଘ ତହିଁ ଉପରେ ଅବସ୍ଥାନ କରୁ; ଦିବସ ଅନ୍ଧକାରକାରୀ ସମସ୍ତେ ତାହାର ତ୍ରାସ ଜନ୍ମାଉନ୍ତୁ।


ଆଉ, ତୁମ୍ଭେ ସେମାନଙ୍କୁ ଏହି କଥା କହିବ, ‘ଦିବାରାତ୍ର ଆମ୍ଭ ଚକ୍ଷୁରୁ ଜଳଧାରା ବହୁ, ତାହା ନିବୃତ୍ତ ନ ହେଉ; କାରଣ ଆମ୍ଭ ଲୋକମାନଙ୍କର ଅନୂଢ଼ା କନ୍ୟା, ମହା କ୍ଷତରେ, ମହା ଦୁଃଖଦାୟକ ଆଘାତରେ ଭଗ୍ନ ହୋଇଅଛି।


ମୋତେ ଆହ୍ଲାଦ ଓ ଆନନ୍ଦଜନକ ବାକ୍ୟ ଶୁଣାଅ; ତହିଁରେ ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ପ୍ରଫୁଲ୍ଲ ହେବ।


ପଞ୍ଚମ ଦୂତ ଆପଣା ପାତ୍ର ସେହି ପଶୁର ସିଂହାସନ ଉପରେ ଢାଳିଲେ; ତହୁଁ ତାହାର ରାଜ୍ୟ ଅନ୍ଧକାରମୟ ହେଲା, ଆଉ ଲୋକମାନେ ବେଦନା ହେତୁ ଆପଣା ଆପଣା ଜିହ୍ୱା କାମୁଡ଼ିବାକୁ ଲାଗିଲେ;


ଏହି ଯେଉଁ ପଶୁକୁ ମୁଁ ଦେଖିଲି, ତାହା ଚିତାବାଘ ପରି, ତାହାର ପାଦ ଭାଲୁର ପାଦ ପରି ଓ ପାଟି ସିଂହର ପାଟି ପରି। ସେହି ସର୍ପ ତାହାକୁ ଆପଣା ପରାକ୍ରମ, ସିଂହାସନ ଓ ମହାକ୍ଷମତା ସମର୍ପଣ କଲା।


ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।


ଅନ୍ଧକାରବାସୀ ଲୋକେ ମହା ଆଲୋକ ଦର୍ଶନ କଲେ, ଆଉ ମୃତ୍ୟୁର ଅଞ୍ଚଳ ଓ ଛାୟାରେ ଅବସ୍ଥିତ ଲୋକଙ୍କ ନିମନ୍ତେ ଆଲୋକ ଉଦିତ ହେଲା।”


ଏହି କଥା କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ମିସରର ରାଜା ଫାରୋ, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ, ତୁମ୍ଭେ ଆପଣା ସ୍ରୋତସମୂହ ମଧ୍ୟରେ ଶୟନକାରୀ ପ୍ରକାଣ୍ଡ କୁମ୍ଭୀର, ତୁମ୍ଭେ କହିଅଛ, ‘ମୋର ନଦୀ ମୋର, ମୁଁ ଆପଣା ପାଇଁ ତାହା ସୃଷ୍ଟି କରିଅଛି।’


ପୁଣି, ମୃଗତୃଷ୍ଣା ଜଳାଶୟ ହେବ ଓ ଶୁଷ୍କ ଭୂମି ନିର୍ଝରମୟ ହେବ; ଶୃଗାଳମାନଙ୍କର ନିବାସ ମଧ୍ୟରେ, ସେମାନଙ୍କର ଶୟନ ସ୍ଥାନରେ ଘାସ, ନଳ ଓ ତଣ୍ଡିବଣ ହେବ।


ସେହି ଦିନ ସଦାପ୍ରଭୁ ଆପଣାର ନିର୍ଦ୍ଦୟ, ବୃହତ ଓ ଶକ୍ତିଶାଳୀ ଖଡ୍ଗ ଦ୍ୱାରା ଦ୍ରୁତଗାମୀ ସର୍ପ ଲିବିୟାଥନକୁ ଓ ବକ୍ରଗାମୀ ସର୍ପ ଲିବୀୟାଥନକୁ ପ୍ରତିଫଳ ଦେବେ; ଆଉ, ସେ ସମୁଦ୍ରସ୍ଥ ଦୀର୍ଘକାୟ ଜନ୍ତୁକୁ ନଷ୍ଟ କରିବେ।


ମୁଁ କ୍ଷୀଣ ଓ ଅତିଶୟ ଚୂର୍ଣ୍ଣ ହୋଇଅଛି। ମୁଁ ଆପଣା ଚିତ୍ତର ଅସ୍ଥିରତା ହେତୁରୁ ଆର୍ତ୍ତନାଦ କରିଅଛି।


ମୁଁ ଶୃଗାଳମାନଙ୍କର ଭାଇ ଓ ଉଷ୍ଟ୍ରପକ୍ଷୀଙ୍କର ସଙ୍ଗୀ ହୋଇଅଛି।


ମୋହର ପାଦ ତାହାଙ୍କର ପଦଚିହ୍ନ ଦୃଢ଼ ରୂପେ ଧରିଅଛି; ମୁଁ ତାହାଙ୍କ ପଥ ରକ୍ଷା କରିଅଛି ଓ ବିପଥଗାମୀ ହୋଇ ନାହିଁ।


Swiv nou:

Piblisite


Piblisite