Biblia Todo Logo
Bib sou entènèt

- Piblisite -




ଗୀତସଂହିତା 44:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ହଁ, ତୁମ୍ଭ ସକାଶୁ ଆମ୍ଭେମାନେ ଦିନସାରା ହତ ହେଉଅଛୁ; ଆମ୍ଭେମାନେ ହତ୍ୟା ନିମନ୍ତେ ଆନୀତ ମେଷ ତୁଲ୍ୟ ଗଣିତ ହେଉଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ହଁ, ତୁମ୍ଭ ସକାଶୁ ଆମ୍ଭେମାନେ ଦିନଯାକ ହତ ହେଉଅଛୁ; ଆମ୍ଭେମାନେ ହତ୍ୟା ନିମନ୍ତେ ଆନୀତ ମେଷତୁଲ୍ୟ ଗଣିତ ହେଉଅଛୁ।

Gade chapit la Kopi

ଓଡିଆ ବାଇବେଲ

22 ହଁ, ତୁମ୍ଭ ସକାଶୁ ଆମ୍ଭେମାନେ ଦିନସାରା ହତ ହେଉଅଛୁ; ଆମ୍ଭେମାନେ ହତ୍ୟା ନିମନ୍ତେ ଆନୀତ ମେଷତୁଲ୍ୟ ଗଣିତ ହେଉଅଛୁ।

Gade chapit la Kopi

ପବିତ୍ର ବାଇବଲ

22 ହେ ପରମେଶ୍ୱର, ସାରାଦିନ ଆମ୍ଭେ ତୁମ୍ଭ ପାଇଁ ମୃତ୍ୟୁବରଣ କରୁଛୁ। ଆମ୍ଭେ ହେଉଛୁ ସେହି ମେଣ୍ଢାସବୁ ଯେଉଁମାନଙ୍କୁ ହତ୍ୟା କରିବାକୁ ନିଆ ଯାଉଥାଏ।

Gade chapit la Kopi




ଗୀତସଂହିତା 44:22
18 Referans Kwoze  

ଯେପରି ଲେଖାଅଛି, “ତୁମ୍ଭ ନିମନ୍ତେ ଆମ୍ଭେମାନେ ସମସ୍ତ ଦିନ ନିହତ ହେଉଅଛୁ; ଆମ୍ଭେମାନେ ବଧଯୋଗ୍ୟ ମେଷ ପରି ଗଣିତ ହୋଇଅଛୁ।”


ସେ ଉପଦ୍ରବପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ; ବଧ ସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷ ତୁଲ୍ୟ ହୋଇ ସେ ଆପଣା ମୁଖ ଫିଟାଇଲେ ନାହିଁ।


ଖାଦ୍ୟ ନିମନ୍ତେ ନିରୂପିତ ମେଷଗଣ ତୁଲ୍ୟ ତୁମ୍ଭେ ଆମ୍ଭମାନଙ୍କୁ ସମର୍ପଣ କରିଅଛ ଓ ନାନା ଗୋଷ୍ଠୀ ମଧ୍ୟରେ ଆମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛ।


କିନ୍ତୁ ସେମାନେ ମୋହର ପ୍ରେରଣକର୍ତ୍ତାଙ୍କୁ ଜାଣି ନ ଥିବାରୁ ମୋହର ନାମ ସକାଶେ ତୁମ୍ଭମାନଙ୍କ ପ୍ରତି ଏହି ସମସ୍ତ କରିବେ।


କାରଣ ମୋହର ମନେ ହୁଏ, ଆମ୍ଭେମାନେ ଯେ ପ୍ରେରିତ, ଆମ୍ଭମାନଙ୍କୁ ଈଶ୍ବର ମୃତ୍ୟୁମୁଖରେ ସମର୍ପିତ ସର୍ବଶେଷର ଲୋକମାନଙ୍କ ସଦୃଶ ପ୍ରଦର୍ଶନ କରିଅଛନ୍ତି, ଯେଣୁ ଆମ୍ଭେମାନେ ଜଗତ, ଦୂତ ଓ ମନୁଷ୍ୟମାନଙ୍କ ନିକଟରେ କୌତୁକର ବିଷୟ ହୋଇଅଛୁ।


ତହୁଁ ଏଲୀୟ କହିଲେ, “ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍‍ଯୋଗୀ ହେଲି; କାରଣ ଇସ୍ରାଏଲ-ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭର ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଖଡ୍ଗରେ ବଧ କଲେ; ତହିଁରେ ମୁଁ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋʼ ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି।”


ମୁଁ ସେହି ସ୍ତ୍ରୀଲୋକକୁ ସାଧୁମାନଙ୍କ ଓ ଯୀଶୁଙ୍କ ସାକ୍ଷୀମାନଙ୍କ ରକ୍ତପାନରେ ମତ୍ତ ହେବାର ଦେଖିଲି। ତାହାକୁ ଦେଖି ମୁଁ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହେଲି।


ତହିଁରେ ସାରା ଅସ୍ୱୀକାର କରି କହିଲେ, “ମୁଁ ହସି ନାହିଁ,” ଯେହେତୁ ସେ ଭୟ କଲେ। ମାତ୍ର ସଦାପ୍ରଭୁ କହିଲେ, “ତୁମ୍ଭେ ଅବଶ୍ୟ ହସିଲ।”


“ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର, ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର, ସେ ଜାଣନ୍ତି ଓ ଇସ୍ରାଏଲ ମଧ୍ୟ ଜାଣିବ; ଯେବେ ଏହା ବିଦ୍ରୋହ ଭାବରେ, ଅବା ଯେବେ ସଦାପ୍ରଭୁଙ୍କ ନିକଟରେ ସତ୍ୟ-ଲଙ୍ଘନ ଭାବରେ ହୋଇଥାଏ, ତେବେ ତୁମ୍ଭେ ଆଜି ଆମ୍ଭମାନଙ୍କୁ ରକ୍ଷା ନ କର;


ମନୁଷ୍ୟର କଳ୍ପନାସବୁ ଅସାର ବୋଲି ସଦାପ୍ରଭୁ ଜାଣନ୍ତି।


ତୁମ୍ଭେ ମୋହର ବସିବାର ଓ ଉଠିବାର ଜାଣୁଅଛ, ତୁମ୍ଭେ ଦୂରରୁ ମୋହର ସଂକଳ୍ପ ବୁଝୁଅଛ।


“ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ।”


Swiv nou:

Piblisite


Piblisite