Biblia Todo Logo
Bib sou entènèt

- Piblisite -




ଗୀତସଂହିତା 45:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତୁମ୍ଭେ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ଅଧିକ ସୁନ୍ଦର; ତୁମ୍ଭ ଓଷ୍ଠାଧରରେ ଅନୁଗ୍ରହ ଢଳା ଯାଇଅଛି; ଏହେତୁ ପରମେଶ୍ୱର ତୁମ୍ଭକୁ ଅନନ୍ତକାଳ ଆଶୀର୍ବାଦ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ଅଧିକ ସୁନ୍ଦର; ତୁମ୍ଭ ଓଷ୍ଠାଧରରେ ଅନୁଗ୍ରହ ଢଳା ଯାଇଅଛି; ଏହେତୁ ପରମେଶ୍ଵର ତୁମ୍ଭକୁ ଅନନ୍ତକାଳ ଆଶୀର୍ବାଦ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

2 ତୁମ୍ଭେ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ଅଧିକ ସୁନ୍ଦର; ତୁମ୍ଭ ଓଷ୍ଠାଧରରେ ଅନୁଗ୍ରହ ଢଳା ଯାଇଅଛି; ଏହେତୁ ପରମେଶ୍ୱର ତୁମ୍ଭକୁ ଅନନ୍ତକାଳ ଆଶୀର୍ବାଦ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

2 ତୁମ୍ଭେ ଅନ୍ୟମାନଙ୍କଠାରୁ ଅଧିକ ସୁନ୍ଦର ଅଟ, ଏବଂ ତୁମ୍ଭେ ଏପରି ସୁଖଦାୟକ କଥା କୁହ, ସେଥିପାଇଁ ପରମେଶ୍ୱର ତୁମ୍ଭକୁ ସର୍ବଦା ଆଶୀର୍ବାଦ କରିବେ।

Gade chapit la Kopi




ଗୀତସଂହିତା 45:2
19 Referans Kwoze  

ଆଉ, ସମସ୍ତେ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ତାହାଙ୍କ ମୁଖ ନିର୍ଗତ ଅନୁଗ୍ରହର ବାକ୍ୟରେ ଚମତ୍କୃତ ହେଲେ; ପୁଣି, ସେମାନେ କହିବାକୁ ଲାଗିଲେ, ଏ କଅଣ ଯୋଷେଫର ପୁତ୍ର ନୁହେଁ?


କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ।


ପଦାତିକମାନେ ଉତ୍ତର ଦେଲେ, ଏହି ବ୍ୟକ୍ତି ଯେପ୍ରକାରେ କଥା କହନ୍ତି, କୌଣସି ମନୁଷ୍ୟ କେବେ ସେପ୍ରକାରେ କହି ନାହିଁ।


କାରଣ ତୁମ୍ଭେ ତାଙ୍କୁ ସଦାକାଳ ଆଶୀର୍ବାଦଯୁକ୍ତ କରୁଅଛ; ତୁମ୍ଭେ ଆପଣା ଶ୍ରୀଛାମୁର ଆନନ୍ଦରେ ତାଙ୍କୁ ଉଲ୍ଲସିତ କରୁଅଛ।


ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।


ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ, ସେପରି ଯୁବାମାନଙ୍କ ମଧ୍ୟରେ ମୋହର ପ୍ରିୟତମ। ମୁଁ ପରମ ଆନନ୍ଦରେ ତାଙ୍କ ଛାୟା ତଳେ ବସିଲି ଓ ତାଙ୍କ ଫଳ ମୋʼ ତୁଣ୍ଡକୁ ସ୍ୱାଦ ଲାଗିଲା।


ଯେଉଁ ଲୋକ ହୃଦୟର ଶୁଚିତା ଭଲ ପାଏ, ଯାହାର ଓଷ୍ଠ ଅନୁଗ୍ରହଯୁକ୍ତ, ରାଜା ତାହାର ବନ୍ଧୁ ହେବ।


ଆଉ ସେ ସେମାନଙ୍କ ଆଗରେ ରୂପାନ୍ତରିତ ହେଲେ; ତାହାଙ୍କର ମୁଖ ସୂର୍ଯ୍ୟ ପରି ଉଜ୍ଜ୍ୱଳ ଓ ତାହାଙ୍କ ବସ୍ତ୍ର ଆଲୋକ ପରି ଶୁଭ୍ରବର୍ଣ୍ଣ ହେଲା।


ଯେହେତୁ ତାଙ୍କ ମଙ୍ଗଳଭାବ କିପରି ମହତ ଓ ତାଙ୍କର ସୌନ୍ଦର୍ଯ୍ୟ କିପରି ମହତ! ଶସ୍ୟ ଯୁବାଗଣକୁ ଓ ନୂତନ ଦ୍ରାକ୍ଷାରସ ଯୁବତୀଗଣକୁ ବର୍ଦ୍ଧିଷ୍ଣୁ କରିବ।


ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋʼ ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;


ମୁଁ ଯେପରି କ୍ଳାନ୍ତ ଲୋକକୁ ବାକ୍ୟ ଦ୍ୱାରା ସୁସ୍ଥିର କରି ପାରିବି, ଏଥିପାଇଁ ପ୍ରଭୁ, ସଦାପ୍ରଭୁ ମୋତେ ଶିକ୍ଷିତ ଲୋକମାନଙ୍କର ଜିହ୍ୱା ଦେଇଅଛନ୍ତି; ସେ ପ୍ରତି ପ୍ରଭାତ ଜାଗ୍ରତ କରାନ୍ତି, ଶିକ୍ଷିତ ଲୋକ ପରି ଶୁଣିବା ପାଇଁ ସେ ମୋହର କର୍ଣ୍ଣକୁ ଜାଗ୍ରତ କରାନ୍ତି।


ଯେପରି ତୁମ୍ଭେ ପରିଣାମଦର୍ଶିତା ରକ୍ଷା କରି ପାରିବ ଓ ଯେପରି ତୁମ୍ଭ ଓଷ୍ଠାଧର ଜ୍ଞାନର କଥା ପାଳନ କରି ପାରିବ।


ତୁମ୍ଭର ଚକ୍ଷୁ ରାଜାଙ୍କୁ ତାହାଙ୍କ ସୌନ୍ଦର୍ଯ୍ୟରେ ଦର୍ଶନ କରିବ; ଏକ ଦୂରବ୍ୟାପୀ ଦେଶ ଦେଖିବ।


Swiv nou:

Piblisite


Piblisite