Biblia Todo Logo
Bib sou entènèt

- Piblisite -




ଗୀତସଂହିତା 45:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତୁମ୍ଭର ସକଳ ବସ୍ତ୍ର ଗନ୍ଧରସ, ଅଗୁରୁ ଓ ଦାରୁଚିନିରେ ସୁବାସମୟ; ହସ୍ତୀଦନ୍ତନିର୍ମିତ ଅଟ୍ଟାଳିକାସମୂହରୁ ତାରଯୁକ୍ତ ବାଦ୍ୟଯନ୍ତ୍ରସବୁ ତୁମ୍ଭକୁ ଆନନ୍ଦିତ କରିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତୁମ୍ଭର ସକଳ ବସ୍ତ୍ର ଗନ୍ଧରସ ଓ ଅଗୁରୁ ଓ ଦାରୁଚିନିରେ ସୁବାସମୟ; ହସ୍ତୀଦନ୍ତନିର୍ମିତ ଅଟ୍ଟାଳିକାସମୂହରୁ ତାରଯୁକ୍ତ ବାଦ୍ୟଯନ୍ତ୍ରସବୁ ତୁମ୍ଭକୁ ଆନନ୍ଦିତ କରିଅଛି।

Gade chapit la Kopi

ଓଡିଆ ବାଇବେଲ

8 ତୁମ୍ଭର ସକଳ ବସ୍ତ୍ର ଗନ୍ଧରସ, ଅଗୁରୁ ଓ ଦାରୁଚିନିରେ ସୁବାସମୟ; ହସ୍ତୀଦନ୍ତନିର୍ମିତ ଅଟ୍ଟାଳିକାସମୂହରୁ ତାରଯୁକ୍ତ ବାଦ୍ୟଯନ୍ତ୍ରସବୁ ତୁମ୍ଭକୁ ଆନନ୍ଦିତ କରିଅଛି।

Gade chapit la Kopi

ପବିତ୍ର ବାଇବଲ

8 ତୁମ୍ଭର ପୋଷାକରୁ ଉତ୍ତମ ସୁଗନ୍ଧିଯୁକ୍ତ ଅଗୁରୁ ଡା‌ଲ୍‌ଚିନି ମସଲାର ବାସନା ଭାସି ଆସୁଛି। ଏହି ପ୍ରାସାଦ ହାତୀ ଦାନ୍ତରେ ସୁଶୋଭିତ ଓ ସେ ଭିତରୁ ଉତ୍ତମ ସଙ୍ଗୀତ ତୁମ୍ଭର ମନୋରଞ୍ଜନ ସକାଶେ ଗୁଞ୍ଜରିତ ହେଉଛି।

Gade chapit la Kopi




ଗୀତସଂହିତା 45:8
20 Referans Kwoze  

ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ; ତୁମ୍ଭ ନାମ ଢଳା ସୁଗନ୍ଧି ତୈଳ ସ୍ୱରୂପ; ତେଣୁ କୁମାରୀଗଣ ତୁମ୍ଭକୁ ପ୍ରେମ କରନ୍ତି।


ଯେଉଁ ନୀକଦୀମ ପ୍ରଥମେ ରାତ୍ରିକାଳରେ ତାହାଙ୍କ ନିକଟକୁ ଆସିଥିଲେ, ସେ ମଧ୍ୟ ପ୍ରାୟ ପଚାଶ ସେର ଗନ୍ଧରସ ମିଶ୍ରିତ ଅଗୁରୁ ଘେନି ଆସିଲେ।


ଦିବସ ଶୀତଳ ହେବା ଓ ଛାୟା ବହିଯିବା ପର୍ଯ୍ୟନ୍ତ ମୁଁ ଗନ୍ଧରସ-ପର୍ବତ ଓ କୁନ୍ଦୁରୁ-ଉପପର୍ବତକୁ ଯିବି।


ଆଉ, ଘର ଭିତରକୁ ଯାଇ ଶିଶୁଙ୍କୁ ତାହାଙ୍କ ମାତା ମରୀୟମଙ୍କ ସଙ୍ଗରେ ଦେଖି, ତାହାଙ୍କୁ ଭୂମିଷ୍ଠ ପ୍ରଣାମ କଲେ ଏବଂ ଆରାଧନା କଲେ, ପୁଣି, ଆପଣା ଆପଣା ପେଡ଼ି ଫିଟାଇ ତାହାଙ୍କୁ ସୁନା, କୁନ୍ଦୁରୁ ଓ ଗନ୍ଧରସ ଉପହାର ଦେଲେ।


ହେ ମୋହର ପ୍ରିୟେ, ମୋହର କନ୍ୟା, ମୁଁ ଆପଣା ଉଦ୍ୟାନକୁ ଆସିଅଛି; ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି; ମୁଁ ଆପଣା ମଧୁଚାକ ଓ ମଧୁ ଭୋଜନ କରିଅଛି; ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧ ପାନ କରିଅଛି। ହେ ବନ୍ଧୁଗଣ, ଭୋଜନ କର; ହେ ପ୍ରିୟତମଗଣ, ପାନ କର, ହଁ, ଯଥେଷ୍ଟ ପାନ କର।


ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ।


ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନକୁ ସହ୍ୟ କଲେ ଏବଂ ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ବରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି।


ମୋହର ପିତାଙ୍କ ଗୃହରେ ଅନେକ ବାସସ୍ଥାନ ଅଛି; ଯଦି ନ ଥାଆନ୍ତା, ତାହାହେଲେ ମୁଁ ତୁମ୍ଭମାନଙ୍କୁ କହିଥାଆନ୍ତି, ମୁଁ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କରିବାକୁ ଯାଉଅଛି;


ପୁଣି, ଆମ୍ଭେ ଶୀତକାଳର ଗୃହକୁ ଓ ଗ୍ରୀଷ୍ମକାଳର ଗୃହକୁ ଆଘାତ କରିବା; ଆଉ, ହସ୍ତୀଦନ୍ତର ଗୃହସକଳ ନଷ୍ଟ ହେବ ଓ ବଡ଼ ବଡ଼ ଗୃହ ଲୁପ୍ତ ହେବ।” ଏହା ସଦାପ୍ରଭୁ କହନ୍ତି।


ତାଙ୍କର ଗାଲ ସୁଗନ୍ଧି ଲତାର କିଆରି ସ୍ୱରୂପ, ସୁଗନ୍ଧି ତୃଣର ତଟ ସ୍ୱରୂପ; ତାଙ୍କର ଓଷ୍ଠାଧର କଇଁଫୁଲ ତୁଲ୍ୟ, ତହିଁରୁ ଦ୍ରବ ଗନ୍ଧରସ କ୍ଷରେ।


ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇବାକୁ ଉଠିଲି; କିଳିଣୀର ବେଣ୍ଟ ଉପରେ ମୋʼ ହସ୍ତରୁ ଗନ୍ଧରସ, ମୋʼ ଅଙ୍ଗୁଳିରୁ ଦ୍ରବ ଗନ୍ଧରସ କ୍ଷରିଲା।


ଗନ୍ଧରସ ଓ କୁନ୍ଦୁରୁରେ, ଗନ୍ଧବଣିକର ସର୍ବପ୍ରକାର ସୁଗନ୍ଧି ଚୂର୍ଣ୍ଣରେ ସୁବାସିତ ହୋଇ ଧୂମସ୍ତମ୍ଭ ତୁଲ୍ୟ ପ୍ରାନ୍ତରରୁ ଯେ ଆସୁଅଛନ୍ତି, ସେ କିଏ?


ମୋହର ପ୍ରିୟତମ ମୋʼ ବକ୍ଷସ୍ଥଳ ମଧ୍ୟରେ ଥିବା ଗନ୍ଧରସ ବୃକ୍ଷର ଥୋପା ତୁଲ୍ୟ ମୋʼ ପ୍ରତି ଅଟନ୍ତି।


ଦାରାବାଦ୍ୟ ଓ ନୃତ୍ୟ ଦ୍ୱାରା ତାହାଙ୍କର ପ୍ରଶଂସା କର। ତାରଯୁକ୍ତ ଯନ୍ତ୍ର ଓ ବଂଶୀରେ ତାହାଙ୍କର ପ୍ରଶଂସା କର।


ଏହି ଆହାବଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ନିର୍ମିତ ହସ୍ତୀଦନ୍ତମୟ ଗୃହ ଓ ଯେ ଯେ ନଗର ସେ ନିର୍ମାଣ କରିଥିଲେ, ତାହାସବୁ କʼଣ ଇସ୍ରାଏଲ ରାଜାଗଣଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ?


ସେମାନେ ଆନନ୍ଦ ଓ ଉଲ୍ଲାସରେ ଅଣାଯିବେ; ସେମାନେ ରାଜାଙ୍କ ଅଟ୍ଟାଳିକାରେ ପ୍ରବେଶ କରିବେ;


କାରଣ ସଦାପ୍ରଭୁ ଧର୍ମମୟ; ସେ ଧାର୍ମିକତାକୁ ପ୍ରେମ କରନ୍ତି; ସରଳ ଲୋକ ତାହାଙ୍କ ମୁଖ ଦର୍ଶନ କରିବ।


Swiv nou:

Piblisite


Piblisite