Biblia Todo Logo
Bib sou entènèt

- Piblisite -




ଗୀତସଂହିତା 46:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ, ତହିଁର ପ୍ଲାବନରେ ପର୍ବତଗଣ କମ୍ପିତ ହେଲେ ହେଁ ଆମ୍ଭେମାନେ ଭୟ କରିବା ନାହିଁ। [ସେଲା]

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ, ତହିଁର ପ୍ଳାବନରେ ପର୍ବତଗଣ କମ୍ପିତ ହେଲେ ହେଁ ଆମ୍ଭେମାନେ ଭୟ କରିବା ନାହିଁ। [ସେଲା

Gade chapit la Kopi

ଓଡିଆ ବାଇବେଲ

3 ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ, ତହିଁର ପ୍ଳାବନରେ ପର୍ବତଗଣ କମ୍ପିତ ହେଲେ ହେଁ ଆମ୍ଭେମାନେ ଭୟ କରିବା ନାହିଁ। [ସେଲା]

Gade chapit la Kopi

ପବିତ୍ର ବାଇବଲ

3 ଯେତେବେଳେ ସମୁଦ୍ର ଅଶାନ୍ତ ଓ ଅନ୍ଧକାର ହୋଇଯାଏ ଏବଂ ପର୍ବତଗୁଡ଼ିକ ଥରିଉଠେ, ତଥାପି ଆମ୍ଭେ ଭୟଭୀତ ହେବା ନାହିଁ। ସେଲା

Gade chapit la Kopi




ଗୀତସଂହିତା 46:3
17 Referans Kwoze  

ସଦାପ୍ରଭୁ କହନ୍ତି, ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳ ଧ୍ୱନି କରେ, ତଥାପି ସୀମା ଅତିକ୍ରମ କରିପାରେ ନାହିଁ।


ତାହାଙ୍କ ଆଗରେ ପର୍ବତଗଣ କମ୍ପିତ ହୁଅନ୍ତି ଓ ଉପପର୍ବତସବୁ ତରଳି ଯାʼନ୍ତି; ଆଉ, ତାହାଙ୍କ ସାକ୍ଷାତରେ ପୃଥିବୀ କମ୍ପିତ ହୁଏ, ହଁ ଜଗତ ଓ ତନ୍ନିବାସୀ ସମସ୍ତେ କମ୍ପିତ ହୁଅନ୍ତି।


ତହିଁରେ ଅଗ୍ନି ଆଗରେ ଯେପରି ମହମ ତରଳି ଯାଏ ଓ ଗଡ଼ନ୍ତି ସ୍ଥାନରେ ଜଳ ଗଡ଼ିପଡ଼େ, ସେହିପରି ତାହାଙ୍କ ପଦ ତଳେ ପର୍ବତଗଣ ତରଳି ଯିବେ ଓ ତଳଭୂମିସକଳ ବିଦୀର୍ଣ୍ଣ ହେବ।


ପୁଣି, ପ୍ରତ୍ୟେକ ଦ୍ୱୀପ ଦୂରୀଭୂତ ହେଲା ଓ ପର୍ବତଗଣ ଆଉ ଦେଖାଗଲେ ନାହିଁ।


ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଲା ନାହିଁ, କାରଣ ପଥର ଉପରେ ତାହାର ମୂଳଦୁଆ ଥିଲା।


ଏଣୁ ଏବେ ହେ ଯିରୂଶାଲମ ନିବାସୀମାନେ ଓ ଯିହୁଦାର ଲୋକମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରେ, ତୁମ୍ଭେମାନେ ମୋହର ଓ ମୋʼ ଦ୍ରାକ୍ଷାକ୍ଷେତ୍ରର ମଧ୍ୟରେ ବିଚାର କର।


ମୃତ୍ୟୁର ରଜ୍ଜୁ ମୋତେ ବେଷ୍ଟନ କଲା, ପାପାଧମତାରୂପ ପ୍ଲାବନ ମୋତେ ଭୟଗ୍ରସ୍ତ କଲା।


‘ତୁମ୍ଭେ ଏପର୍ଯ୍ୟନ୍ତ ଆସିବ, ମାତ୍ର ଆଉ ବଢ଼ିବ ନାହିଁ ଓ ଏହିଠାରେ ତୁମ୍ଭର ଗର୍ବିତ ତରଙ୍ଗ ନିବାରିତ ହେବ ବୋଲି କହିଲୁ; ସେତେବେଳେ କିଏ କବାଟ ଦେଇ ସମୁଦ୍ରକୁ ରୁଦ୍ଧ କଲା?’


ଆଉ ସେ ମୋତେ କହିଲେ, ଯେଉଁ ଜଳରାଶି ନିକଟରେ ତୁମ୍ଭେ ବେଶ୍ୟାକୁ ଉପବିଷ୍ଟା ଥିବାର ଦେଖିଲ, ସେହି ଜଳରାଶି ବିଭିନ୍ନ ଗୋଷ୍ଠୀ, ଜନତା, ଜାତି ଓ ଭାଷାବାଦୀ ଲୋକଙ୍କୁ ବୁଝାଏ।


ମୁଁ ପର୍ବତମାଳାକୁ ଅନାଇଲି, ଆଉ ଦେଖ, ସେସବୁ କମ୍ପିଲେ ଓ ଉପପର୍ବତସବୁ ଏଣେତେଣେ ଦୋହଲିଲେ।


ଏଥିରେ ସେ କହିଲେ, “ତୁମ୍ଭେ ବାହାର ହୋଇ ଏହି ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୁଅ।” ଆଉ ଦେଖ, ସଦାପ୍ରଭୁ ନିକଟ ଦେଇ ଗମନ କଲେ, ତହିଁରେ ପ୍ରବଳ ଓ ପ୍ରଚଣ୍ଡ ବାୟୁ ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗଣକୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ଡ ଖଣ୍ଡ କଲା; ମାତ୍ର ସଦାପ୍ରଭୁ ସେହି ବାୟୁରେ ନ ଥିଲେ; ପୁଣି, ବାୟୁ ଉତ୍ତାରେ ଭୂମିକମ୍ପ ହେଲା; ମାତ୍ର ସଦାପ୍ରଭୁ ସେହି ଭୂମିକମ୍ପରେ ନ ଥିଲେ।


ଯେହେତୁ ତୁମ୍ଭ ପ୍ରତି କରୁଣା କରିଅଛନ୍ତି ଯେଉଁ ସଦାପ୍ରଭୁ, ସେ କହନ୍ତି, ପର୍ବତଗଣ ବିଚଳିତ ହୋଇ ଘୁଞ୍ଚିଯିବେ ଓ ଉପପର୍ବତଗଣ ଟଳିବେ; ମାତ୍ର ଆମ୍ଭର ଦୟା ତୁମ୍ଭଠାରୁ ବିଚଳିତ ହେବ ନାହିଁ, ଅଥବା ଆମ୍ଭ ଶାନ୍ତିର ନିୟମ ଟଳିବ ନାହିଁ।


Swiv nou:

Piblisite


Piblisite