Biblia Todo Logo
Bib sou entènèt

- Piblisite -




ଗୀତସଂହିତା 47:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କ ଅଧିକାର ମନୋନୀତ କରିବେ, ତାହା ହିଁ ତାହାଙ୍କ ପ୍ରିୟପାତ୍ର ଯାକୁବର ଗୌରବ ସ୍ୱରୂପ। [ସେଲା]

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କ ଅଧିକାର ମନୋନୀତ କରିବେ, ତାହା ହିଁ ତାହାଙ୍କ ପ୍ରିୟ ପାତ୍ର ଯାକୁବର ଗୌରବ ସ୍ଵରୂପ। ଣ [ସେଲା

Gade chapit la Kopi

ଓଡିଆ ବାଇବେଲ

4 ସେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କ ଅଧିକାର ମନୋନୀତ କରିବେ, ତାହା ହିଁ ତାହାଙ୍କ ପ୍ରିୟ ପାତ୍ର ଯାକୁବର ଗୌରବ ସ୍ୱରୂପ। [ସେଲା]

Gade chapit la Kopi

ପବିତ୍ର ବାଇବଲ

4 ପରମେଶ୍ୱର ଆମ୍ଭମାନଙ୍କୁ ଦେଶ ଦେବା ପାଇଁ ମନୋନୀତ କରିଛନ୍ତି। ସେ ଯାକୁବକୁ ଅଧିକ ଭଲ ପାଉଥିବାରୁ ତାଙ୍କ ପାଇଁ ସବୁଠାରୁ ଭଲ ଦେଶକୁ ମନୋନୀତ କରିଥିଲେ। ସେଲା

Gade chapit la Kopi




ଗୀତସଂହିତା 47:4
19 Referans Kwoze  

ଅର୍ଥାତ୍‍ ଯେଉଁ ଅକ୍ଷୟ, ଅକଳଙ୍କିତ, ଅଜର ଅଧିକାର ତୁମ୍ଭମାନଙ୍କ ନିମନ୍ତେ ସ୍ୱର୍ଗରେ ସଞ୍ଚିତ ହୋଇଅଛି, ତାହା ପାଇବା ନିମନ୍ତେ ଆପଣାର ମହାଦୟାରେ ଆମ୍ଭମାନଙ୍କୁ ନୂତନ ଜନ୍ମ ଦେଇଅଛନ୍ତି।


କାରଣ ସଦାପ୍ରଭୁ ଇସ୍ରାଏଲର ଗୌରବ ସଦୃଶ୍ୟ ଯାକୁବର ଗୌରବ ପୁନର୍ବାର ଆଣୁଅଛନ୍ତି; ଯେହେତୁ ଶତ୍ରୁମାନେ ସେମାନଙ୍କୁ ଧ୍ୱଂସ କରିଅଛନ୍ତି; ଓ ସେମାନଙ୍କର ଦ୍ରାକ୍ଷାଲତାସବୁ ନଷ୍ଟ କରିଅଛନ୍ତି।


ପ୍ରଭୁ ସଦାପ୍ରଭୁ ଆପଣା ନାମରେ ଶପଥ କରିଅଛନ୍ତି, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଏହି କଥା କହନ୍ତି, “ଆମ୍ଭେ ଯାକୁବର ଗୌରବକୁ ଘୃଣା କରୁ ଓ ତାହାର ଅଟ୍ଟାଳିକାସବୁକୁ ତୁଚ୍ଛଜ୍ଞାନ କରୁ; ଏଥିପାଇଁ ଆମ୍ଭେ ନଗର ଓ ତନ୍ମଧ୍ୟସ୍ଥ ଯାବତୀୟକୁ ପର ହସ୍ତରେ ସମର୍ପଣ କରିବା।”


ସଦାପ୍ରଭୁ ଯାକୁବର ଗୌରବ ନେଇ ଏହି ଶପଥ କରିଅଛନ୍ତି, “ଆମ୍ଭେ ନିଶ୍ଚୟ ସେମାନଙ୍କର କୌଣସି କର୍ମ କେବେ ପାସୋରିବା ନାହିଁ।


ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା, ଆମ୍ଭେ ସ୍ୱଚ୍ଛନ୍ଦରେ ସେମାନଙ୍କୁ ପ୍ରେମ କରିବା; କାରଣ ଆମ୍ଭ କ୍ରୋଧ ତାହାଠାରୁ ନିବୃତ୍ତ ହୋଇଅଛି।


ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ ତାହାଙ୍କ ଆହ୍ୱାନର ଭରସା କଅଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କଅଣ,


ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;


ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କୁ ପ୍ରେମ କରିଅଛୁ। ତଥାପି ତୁମ୍ଭେମାନେ କହୁଅଛ, ‘ତୁମ୍ଭେ କାହିଁରେ ଆମ୍ଭମାନଙ୍କୁ ପ୍ରେମ କରିଅଛ?’” ସଦାପ୍ରଭୁ କହନ୍ତି, “ଏଷୌ କି ଯାକୁବର ଭାଇ ନ ଥିଲା? ତଥାପି ଆମ୍ଭେ ଯାକୁବକୁ ପ୍ରେମ କଲୁ।


ସେହି ଦିନ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ପାଇଁ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯେଉଁ ଦେଶ ଅନୁସନ୍ଧାନ କରିଥିଲୁ, ସର୍ବ ଦେଶର ଗୌରବ ସ୍ୱରୂପ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବା ପାଇଁ ଆମ୍ଭେ ସେମାନଙ୍କ ସପକ୍ଷରେ ଆପଣା ହସ୍ତ ଉଠାଇଲୁ;


ମାତ୍ର ଆମ୍ଭେ କହିଲୁ, ଆମ୍ଭ ସନ୍ତାନଗଣ ମଧ୍ୟରେ କିପରି ତୁମ୍ଭକୁ ସ୍ଥାନ ଦେବା ଓ ମନୋରମ ଏକ ଦେଶ, ନାନା ଦେଶୀୟମାନଙ୍କର ପରମ ରତ୍ନ ସ୍ୱରୂପ ଏକ ଅଧିକାର ତୁମ୍ଭକୁ ଦାନ କରିବା? ପୁଣି, ଆମ୍ଭେ କହିଲୁ, ତୁମ୍ଭେମାନେ ଆମ୍ଭକୁ ହେ ମୋର ପିତଃ ବୋଲି ଡାକିବ ଓ ଆମ୍ଭ ପଶ୍ଚାଦ୍‍ଗମନରୁ ବିମୁଖ ହେବ ନାହିଁ।


ତୁମ୍ଭେ ପରିତ୍ୟକ୍ତା ଓ ଘୃଣିତା ହେବାରୁ କେହି ତୁମ୍ଭର ମଧ୍ୟଦେଇ ଯାତାୟାତ କଲା ନାହିଁ, ତହିଁର ପରିବର୍ତ୍ତେ ଆମ୍ଭେ ତୁମ୍ଭକୁ ଅନନ୍ତକାଳସ୍ଥାୟୀ ଗୌରବ ଓ ଅନେକ ପୁରୁଷ ପରମ୍ପରାର ଆନନ୍ଦ ସ୍ୱରୂପ କରିବା।


ପୃଥିବୀରେ ଯେଉଁ ପବିତ୍ର ଲୋକମାନେ ଅଛନ୍ତି, ସେମାନେ ଆଦରଣୀୟ, ସେମାନଙ୍କଠାରେ ମୋହର ପରମ ସନ୍ତୋଷ।


ସେହି ଦେଶ ବିଷୟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ମନୋଯୋଗ କରନ୍ତି; ବର୍ଷର ଆରମ୍ଭରୁ ବର୍ଷର ଶେଷ ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟି ତହିଁ ଉପରେ ସର୍ବଦା ଥାଏ।


ହଁ, ସେ ଲୋକମାନଙ୍କୁ ପ୍ରେମ କରନ୍ତି; ତାହାଙ୍କର ସମସ୍ତ ପବିତ୍ର ଲୋକ ତୁମ୍ଭର ହସ୍ତଗତ ଓ ସେମାନେ ତୁମ୍ଭର ଚରଣ ତଳେ ବସିଲେ; ପ୍ରତ୍ୟେକ ଜଣ ତୁମ୍ଭ ବାକ୍ୟରୁ ଗ୍ରହଣ କରିବେ।


ନିଜ ଦାସ ଇସ୍ରାଏଲର ଅଧିକାର ନିମନ୍ତେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;


Swiv nou:

Piblisite


Piblisite