Biblia Todo Logo
Bib sou entènèt

- Piblisite -




ଗୀତସଂହିତା 47:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପ୍ରଶଂସା ଗାନ କର; ଆମ୍ଭମାନଙ୍କ ରାଜାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପ୍ରଶଂସା ଗାନ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, ପ୍ରଶଂସାଗାନ କର; ଆମ୍ଭମାନଙ୍କ ରାଜାଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, ପ୍ରଶଂସାଗାନ କର।

Gade chapit la Kopi

ଓଡିଆ ବାଇବେଲ

6 ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, ପ୍ରଶଂସାଗାନ କର; ଆମ୍ଭମାନଙ୍କ ରାଜାଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, ପ୍ରଶଂସାଗାନ କର।

Gade chapit la Kopi

ପବିତ୍ର ବାଇବଲ

6 ପରମେଶ୍ୱରଙ୍କ ଗୁଣ କୀର୍ତ୍ତନ କର। ତାଙ୍କର ପ୍ରଶଂସାରେ ଶତ ମୁଖର ହୋଇ ଉଠ। ଆମ୍ଭର ରାଜାଙ୍କୁ ପ୍ରଶଂସା କର। ତାଙ୍କର ମହିମା ଗାନ କର।

Gade chapit la Kopi




ଗୀତସଂହିତା 47:6
16 Referans Kwoze  

ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;


ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ନାମରେ ପ୍ରଶଂସା ଗାନ କର; ଯେ ବାହନରେ ମରୁଭୂମି ଦେଇ ଆସୁଅଛନ୍ତି, ତାହାଙ୍କ ପାଇଁ ରାଜପଥ ପ୍ରସ୍ତୁତ କର; ତାହାଙ୍କ ନାମ ସଦାପ୍ରଭୁ; ତୁମ୍ଭେମାନେ ତାହାଙ୍କ ସାକ୍ଷାତରେ ଉଲ୍ଲାସ କର।


କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଚାରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ୟବସ୍ଥାଦାତା, ସଦାପ୍ରଭୁ ଆମ୍ଭମାନଙ୍କର ରାଜା, ସେ ଆମ୍ଭମାନଙ୍କର ପରିତ୍ରାଣ କରିବେ।


ହେ ରାଜନ୍‍, ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି; ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି,


ଆଉ, ସେମାନେ ତାହାଙ୍କ ମସ୍ତକର ଊର୍ଦ୍ଧ୍ୱରେ ଏହି ଅଭିଯୋଗପତ୍ର ଲେଖି ଲଗାଇଦେଲେ, ଏ ଯିହୁଦୀମାନଙ୍କର ରାଜା ଯୀଶୁ।


ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକର୍ମ ବିଷୟରେ କଥୋପକଥନ କର।


କାରଣ ଆମ୍ଭମାନଙ୍କ ଢାଲ ସଦାପ୍ରଭୁଙ୍କର ଓ ଆମ୍ଭମାନଙ୍କ ରାଜା ଇସ୍ରାଏଲର ଧର୍ମସ୍ୱରୂପଙ୍କର।


ଏଉତ୍ତାରେ ଦାଉଦ ସମଗ୍ର ସମାଜକୁ କହିଲେ, “ତୁମ୍ଭେମାନେ ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଧନ୍ୟବାଦ କର।” ତହିଁରେ ସମସ୍ତ ସମାଜ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କର ଧନ୍ୟବାଦ କଲେ ଓ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ପ୍ରଣାମ କଲେ।


ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍‍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।


ସେତେବେଳେ ମରୀୟମ ଲୋକମାନଙ୍କୁ ଉତ୍ତର କଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାୟନ କର; କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ୱ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।”


ଏହିରୂପେ ଉଚ୍ଚସ୍ୱରରେ ଜୟଧ୍ୱନି କରି ଶିଙ୍ଗା, ତୂରୀ, କରତାଳ, ନେବଲ ଓ ବୀଣା ବଜାଇ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିଲେ।


Swiv nou:

Piblisite


Piblisite