Biblia Todo Logo
Bib sou entènèt

- Piblisite -




ଗୀତସଂହିତା 48:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ହେ ପରମେଶ୍ୱର, ଯେପରି ତୁମ୍ଭର ନାମ, ସେହିପରି ତୁମ୍ଭର ପ୍ରଶଂସା, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅଟେ; ତୁମ୍ଭର ଦକ୍ଷିଣ ହସ୍ତ ଧର୍ମରେ ପରିପୂର୍ଣ୍ଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ହେ ପରମେଶ୍ଵର, ଯେପରି ତୁମ୍ଭର ନାମ, ସେପରି ତୁମ୍ଭର ପ୍ରଶଂସା, ପୃଥିବୀର ପ୍ରା; ପର୍ଯ୍ୟନ୍ତ ଅଟେ; ତୁମ୍ଭର ଦକ୍ଷିଣ ହସ୍ତ ଧର୍ମରେ ପରିପୂର୍ଣ୍ଣ।

Gade chapit la Kopi

ଓଡିଆ ବାଇବେଲ

10 ହେ ପରମେଶ୍ୱର, ଯେପରି ତୁମ୍ଭର ନାମ, ସେହିପରି ତୁମ୍ଭର ପ୍ରଶଂସା, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅଟେ; ତୁମ୍ଭର ଦକ୍ଷିଣ ହସ୍ତ ଧର୍ମରେ ପରିପୂର୍ଣ୍ଣ।

Gade chapit la Kopi

ପବିତ୍ର ବାଇବଲ

10 ହେ ପରମେଶ୍ୱର, ତୁମ୍ଭେ ମହାନ ଅଟ। ଏ ପୃଥିବୀର ସମସ୍ତ ଲୋକେ ତୁମ୍ଭକୁ ପ୍ରଶଂସା କରନ୍ତି। ସମସ୍ତେ ଜାଣନ୍ତି ତୁମ୍ଭେ କେତେ ମହାନ ଅଟ।

Gade chapit la Kopi




ଗୀତସଂହିତା 48:10
16 Referans Kwoze  

କାରଣ ସୂର୍ଯ୍ୟର ଉଦୟଠାରୁ ତହିଁର ଅସ୍ତ ହେବା ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମ ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ।


ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନାମ ପ୍ରଶଂସନୀୟ।


“ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ଏହି ଗୌରବମୟ ଓ ଭୟଙ୍କର ନାମକୁ ଭୟ କରିବା ପାଇଁ ଯଦି ଏହି ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗ ନ କରିବ;


କାରଣ କିଣାନୀୟମାନେ ଓ ଏ ଦେଶ ନିବାସୀ ସମସ୍ତେ ଏହା ଶୁଣିବେ, ପୁଣି ଆମ୍ଭମାନଙ୍କୁ ଚାରିଆଡ଼େ ଘେରି ପୃଥିବୀରୁ ଆମ୍ଭମାନଙ୍କ ନାମ ଉଚ୍ଛିନ୍ନ କରିବେ, ତହିଁରେ ତୁମ୍ଭେ ଆପଣା ମହାନାମ ନିମନ୍ତେ କʼଣ କରିବ?”


ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।


ତତ୍ପରେ ମୁଁ ସ୍ୱର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ୱେତବର୍ଣ୍ଣ ଅଶ୍ୱ; ତାହାର ଆରୋହୀଙ୍କ ନାମ ବିଶ୍ୱସ୍ତ ଓ ସତ୍ୟ; ନ୍ୟାୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି।


କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାୟ; ଯେଉଁ ମହା ବେଶ୍ୟା ଆପଣା ବ୍ୟଭିଚାର ଦ୍ୱାରା, ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ଡ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି।”


ମାତ୍ର ଆପଣା ପଲର ପୁଂପଶୁ ଥିଲେ ହେଁ ଯେଉଁ ପ୍ରତାରକ ମାନତ କରି ପ୍ରଭୁଙ୍କ ଉଦ୍ଦେଶ୍ୟରେ ଖୁନ୍ତବିଶିଷ୍ଟ ପଶୁ ଉତ୍ସର୍ଗ କରେ, ସେ ଅଭିଶପ୍ତ ହେଉ; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ମହାନ ରାଜା ଅଟୁ ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ଭୟଙ୍କର ଅଟେ।”


ସଦାପ୍ରଭୁ ଆପଣାର ସକଳ ପଥରେ ଧର୍ମମୟ ଓ ଆପଣାର ସମସ୍ତ କାର୍ଯ୍ୟରେ ଦୟାଳୁ ଅଟନ୍ତି,


ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ; ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ, ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ।


ତୁମ୍ଭେ ଧର୍ମକୁ ପ୍ରେମ ଓ ଦୁଷ୍ଟତାକୁ ଘୃଣା କରିଅଛ; ଏହେତୁ ପରମେଶ୍ୱର, ତୁମ୍ଭର ପରମେଶ୍ୱର, ତୁମ୍ଭର ମିତ୍ରଗଣ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷିକ୍ତ କରିଅଛନ୍ତି।


କାରଣ ସଦାପ୍ରଭୁ ଧର୍ମମୟ; ସେ ଧାର୍ମିକତାକୁ ପ୍ରେମ କରନ୍ତି; ସରଳ ଲୋକ ତାହାଙ୍କ ମୁଖ ଦର୍ଶନ କରିବ।


ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ ଅଛି।


Swiv nou:

Piblisite


Piblisite