Biblia Todo Logo
Bib sou entènèt

- Piblisite -




ଗୀତସଂହିତା 48:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଯେପରି ଆମ୍ଭେମାନେ ଶୁଣିଅଛୁ, ସେପରି ସୈନ୍ୟାଧିପତି ସଦାପ୍ରଭୁଙ୍କ ନଗରରେ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ ଦେଖିଅଛୁ; ପରମେଶ୍ୱର ଅନନ୍ତକାଳ ତାହା ସୁସ୍ଥିର କରିବେ। [ସେଲା]

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଯେପରି ଆମ୍ଭେମାନେ ଶୁଣିଅଛୁ, ସେପରି ସୈନ୍ୟାଧିପତି ସଦାପ୍ରଭୁଙ୍କ ନଗରରେ, ଆମ୍ଭମାନଙ୍କ ପରମେଶ୍ଵରଙ୍କ ନଗରରେ ଦେଖିଅଛୁ; ପରମେଶ୍ଵର ଅନନ୍ତକାଳ ତାହା ସୁସ୍ଥିର କରିବେ। [ସେଲା

Gade chapit la Kopi

ଓଡିଆ ବାଇବେଲ

8 ଯେପରି ଆମ୍ଭେମାନେ ଶୁଣିଅଛୁ, ସେପରି ସୈନ୍ୟାଧିପତି ସଦାପ୍ରଭୁଙ୍କ ନଗରରେ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ ଦେଖିଅଛୁ; ପରମେଶ୍ୱର ଅନନ୍ତକାଳ ତାହା ସୁସ୍ଥିର କରିବେ। [ସେଲା]

Gade chapit la Kopi

ପବିତ୍ର ବାଇବଲ

8 ହଁ, ଆମ୍ଭେମାନେ ତୁମ୍ଭର ଶକ୍ତି ବିଷୟରେ ସେହି ଗଳ୍ପ ସବୁ ଶୁଣିଅଛୁ। କିନ୍ତୁ ଆମ୍ଭେ ପରମେଶ୍ୱରଙ୍କର ଶକ୍ତି ଦେଖିଅଛୁ। ଆମ୍ଭେ ସେହି ପରମେଶ୍ୱରଙ୍କ ନଗରରେ ବାସ କରୁ, ଯେପରି ସୈନ୍ୟାଧିପତି ପରମେଶ୍ୱର ଚିରଦିନ ଲାଗି ସେହି ନଗରକୁ ଅଧିକ ଶକ୍ତିଶାଳୀ କରିଛନ୍ତି। ସେଲା

Gade chapit la Kopi




ଗୀତସଂହିତା 48:8
11 Referans Kwoze  

ଆହୁରି, ସିୟୋନ ବିଷୟରେ କୁହାଯିବ, “ଏଜଣ ଓ ସେଜଣ ତହିଁ ମଧ୍ୟରେ ଜାତ ହେଲେ;” ପୁଣି, ସର୍ବୋପରିସ୍ଥ ସ୍ୱୟଂ ତାହା ସୁସ୍ଥିର କରିବେ।


ଆଉ ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି, ଏହି ପଥର ଉପରେ ମୁଁ ଆପଣା ମଣ୍ଡଳୀ ତୋଳିବି, ଆଉ ପାତାଳର ବଳ ତାହାକୁ ପରାଜୟ କରିବ ନାହିଁ।


ମାତ୍ର ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ଗୋଷ୍ଠୀଗଣ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।


ପରମେଶ୍ୱର ସେହି ନଗରର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ ନାହିଁ। ପରମେଶ୍ୱର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ।


ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।


ଯେପରି ଆଜି ମୁଁ କରୁଅଛି, ସେହିପରି ଜୀବିତ ଲୋକ, କେବଳ ଜୀବିତ ଲୋକ ତୁମ୍ଭର ପ୍ରଶଂସା କରିବ; ପିତା ସନ୍ତାନଗଣକୁ ତୁମ୍ଭର ସତ୍ୟତା ଜ୍ଞାତ କରାଇବ।


ତେବେ ଆହାବଙ୍କର ପୁତ୍ର ଅହସୀୟ ଯିହୋଶାଫଟ୍‍ଙ୍କୁ କହିଲେ, “ମୋʼ ଦାସମାନେ ତୁମ୍ଭ ଦାସମାନଙ୍କ ସଙ୍ଗେ ଜାହାଜରେ ଯାଉନ୍ତୁ।” ମାତ୍ର ଯିହୋଶାଫଟ୍‍ ସମ୍ମତ ହେଲେ ନାହିଁ।


ତୁମ୍ଭର ନାବିକମାନେ ତୁମ୍ଭକୁ ଗଭୀର ଜଳ ମଧ୍ୟକୁ ଆଣିଅଛନ୍ତି; ପୂର୍ବୀୟ ବାୟୁ ସମୁଦ୍ରମାନଙ୍କ ମଧ୍ୟସ୍ଥଳରେ ତୁମ୍ଭକୁ ଭାଙ୍ଗି ପକାଇଅଛି।


Swiv nou:

Piblisite


Piblisite