Biblia Todo Logo
Bib sou entènèt

- Piblisite -




ଗୀତସଂହିତା 49:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ମାତ୍ର ପରମେଶ୍ୱର ପାତାଳର ପରାକ୍ରମରୁ ମୋହର ପ୍ରାଣ ମୁକ୍ତ କରିବେ; କାରଣ ସେ ମୋତେ ଗ୍ରହଣ କରିବେ। [ସେଲା]

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ମାତ୍ର ପରମେଶ୍ଵର ପାତାଳର ପରାକ୍ରମରୁ ମୋହର ପ୍ରାଣ ମୁକ୍ତ କରିବେ; କାରଣ ସେ ମୋତେ ଗ୍ରହଣ କରିବେ। [ସେଲା

Gade chapit la Kopi

ଓଡିଆ ବାଇବେଲ

15 ମାତ୍ର ପରମେଶ୍ୱର ପାତାଳର ପରାକ୍ରମରୁ ମୋହର ପ୍ରାଣ ମୁକ୍ତ କରିବେ; କାରଣ ସେ ମୋତେ ଗ୍ରହଣ କରିବେ। [ସେଲା]

Gade chapit la Kopi

ପବିତ୍ର ବାଇବଲ

15 କିନ୍ତୁ ପରମେଶ୍ୱର ମୋତେ ସେଥିରୁ ମୁକ୍ତ କରିବେ ଓ ମୋର ଜୀବନ ବଞ୍ଚାଇବେ। ସେ ମୋତେ ସେହି ମୃତ୍ୟୁର କବର ମଧ୍ୟରୁ ଉଦ୍ଧାର କରିବେ ଏବଂ ସେ ମୋତେ ତାଙ୍କର ସଙ୍ଗରେ ନେଇଯିବେ। ସେଲା

Gade chapit la Kopi




ଗୀତସଂହିତା 49:15
13 Referans Kwoze  

ତୁମ୍ଭେ ନିଜ ମନ୍ତ୍ରଣାରେ ମୋତେ ପଥ ଦେଖାଇବ ଓ ଶେଷରେ ତୁମ୍ଭେ ମୋତେ ଗୌରବରେ ଗ୍ରହଣ କରିବ।


କାରଣ ତୁମ୍ଭେ ମୃତ୍ୟୁୁରୁ ମୋʼ ପ୍ରାଣକୁ ଉଦ୍ଧାର କରିଅଛ; ଯେପରି ମୁଁ ଜୀବିତମାନଙ୍କ ଦୀପ୍ତିରେ ପରମେଶ୍ୱରଙ୍କ ସମ୍ମୁଖରେ ଗମନାଗମନ କରିବି; ଏଥିପାଇଁ ତୁମ୍ଭେ କʼଣ ପତନରୁ ମୋʼ ଚରଣକୁ ଉଦ୍ଧାର କରିବ ନାହିଁ?


କାରଣ ମୋʼ ପ୍ରତି ତୁମ୍ଭର ଦୟା ମହତ୍; ପୁଣି, ତୁମ୍ଭେ ନୀଚସ୍ଥ ପାତାଳରୁ ମୋʼ ପ୍ରାଣକୁ ଉଦ୍ଧାର କରିଅଛ।


ଯେ ମୃତ୍ୟୁୁ ନ ଦେଖି ଜୀବିତ ରହିବ ଓ ପାତାଳର ପରାକ୍ରମରୁ ଆପଣା ପ୍ରାଣ ମୁକ୍ତ କରିବ, ଏପରି ମନୁଷ୍ୟ କିଏ?


ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା; ଆମ୍ଭେ ମୃତ୍ୟୁୁରୁ ସେମାନଙ୍କୁ ମୁକ୍ତ କରିବା; ହେ ମୃତ୍ୟୁୁ, ତୁମ୍ଭର ମହାମାରୀ କାହିଁ? ହେ ପାତାଳ, ତୁମ୍ଭର ସଂହାର କାହିଁ? ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ।


ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, “ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ସର୍ବବଂଶ ଓ ସର୍ବଜାତିମାନଙ୍କ ମଧ୍ୟରୁ ଈଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,


ହନୋକ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ; ଆଉ ସେ ଅନ୍ତର୍ହିତ ହେଲେ; ଯେହେତୁ ପରମେଶ୍ୱର ତାଙ୍କୁ ଗ୍ରହଣ କଲେ।


ଯେତେବେଳେ ସେମାନେ ସ୍ତିଫାନଙ୍କୁ ପଥର ଫୋପାଡ଼ି ମାରୁଥିଲେ, ସେତେବେଳେ ସେ ପ୍ରାର୍ଥନା କରି କହିଲେ, “ହେ ପ୍ରଭୁ ଯୀଶୁ, ମୋହର ଆତ୍ମା ଗ୍ରହଣ କର।”


ପୁଣି, ମୁଁ ଯାଇ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କଲେ ପୁନର୍ବାର ଆସିବି, ଆଉ ମୁଁ ଯେଉଁ ସ୍ଥାନରେ ଥାଏ, ତୁମ୍ଭେମାନେ ମଧ୍ୟ ଯେପରି ସେହି ସ୍ଥାନରେ ରହିବ, ସେଥିନିମନ୍ତେ ତୁମ୍ଭମାନଙ୍କୁ ଆପଣା ନିକଟକୁ ଘେନିଯିବି।


ଆଉ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, “ହେ ପିତା, ତୁମ୍ଭ ହସ୍ତରେ ମୁଁ ଆପଣାର ଆତ୍ମା ସମର୍ପଣ କରୁଅଛି।” ଏହା କହି ସେ ପ୍ରାଣତ୍ୟାଗ କଲେ।


ମୁଁ ତୁମ୍ଭ ହସ୍ତରେ ଆପଣା ଆତ୍ମା ସମର୍ପଣ କରେ; ହେ ସଦାପ୍ରଭୋ, ସତ୍ୟମୟ ପରମେଶ୍ୱର, ତୁମ୍ଭେ ମୋତେ ମୁକ୍ତ କରିଅଛ।


ପୁଣି, ମୁଁ ସ୍ୱର୍ଗରୁ ଏହି ବାଣୀ ଶୁଣିଲି, ଲେଖ, ଯେଉଁମାନେ ଏଣିକି ପ୍ରଭୁଙ୍କଠାରେ ଥାଇ ମରନ୍ତି, ସେମାନେ ଧନ୍ୟ; ହଁ, ଆତ୍ମା କହୁଅଛନ୍ତି, ସେମାନେ ଆପଣା ଆପଣା ପରିଶ୍ରମରୁ ବିଶ୍ରାମ ପ୍ରାପ୍ତ ହେବେ, କାରଣ ସେମାନଙ୍କ କର୍ମ ସେମାନଙ୍କର ଅନୁବର୍ତ୍ତୀ ହେବ।


Swiv nou:

Piblisite


Piblisite