Biblia Todo Logo
Bib sou entènèt

- Piblisite -




ଗୀତସଂହିତା 49:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ତଥାପି ସେ ଆପଣା ପୂର୍ବପୁରୁଷଗଣ ନିକଟକୁ ଯିବ; ସେମାନେ କଦାପି ଦୀପ୍ତି ଦେଖିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ତଥାପି ସେ ଆପଣା ପିତୃପୁରୁଷଗଣ ନିକଟକୁ ଯିବ; ସେମାନେ କଦାଚ ଦୀପ୍ତି ଦେଖିବେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

19 ତଥାପି ସେ ଆପଣା ପୂର୍ବପୁରୁଷଗଣ ନିକଟକୁ ଯିବ; ସେମାନେ କଦାଚ ଦୀପ୍ତି ଦେଖିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

19 ଶେଷରେ କିନ୍ତୁ ସମୟ ଆସିବ ତାକୁ ମରିବାକୁ ପଡ଼ିବ ଓ ତାକୁ ତା'ର ପୂର୍ବପୁରୁଷଙ୍କ ନିକଟକୁ ଯିବାକୁ ପଡ଼ିବ ଓ ସେ କେବେ ଆଉ ଦିନର ଆଲୋକ ଦେଖି ପାରିବ ନାହିଁ।

Gade chapit la Kopi




ଗୀତସଂହିତା 49:19
11 Referans Kwoze  

ପରମେଶ୍ୱର ତାହା ସହିତ ଦୁଇ ଥର, ମଧ୍ୟ ତିନି ଥର ଏହିସବୁ ବ୍ୟବହାର କରନ୍ତି।


କାରଣ ତୁମ୍ଭେ ମୃତ୍ୟୁୁରୁ ମୋʼ ପ୍ରାଣକୁ ଉଦ୍ଧାର କରିଅଛ; ଯେପରି ମୁଁ ଜୀବିତମାନଙ୍କ ଦୀପ୍ତିରେ ପରମେଶ୍ୱରଙ୍କ ସମ୍ମୁଖରେ ଗମନାଗମନ କରିବି; ଏଥିପାଇଁ ତୁମ୍ଭେ କʼଣ ପତନରୁ ମୋʼ ଚରଣକୁ ଉଦ୍ଧାର କରିବ ନାହିଁ?


ମାତ୍ର ତୁମ୍ଭେ କୁଶଳରେ ଆପଣା ପୂର୍ବପୁରୁଷମାନଙ୍କ ନିକଟକୁ ଯିବ ଓ ଉତ୍ତମ ବୃଦ୍ଧାବସ୍ଥାରେ କବରପ୍ରାପ୍ତ ହେବ।


ସେମାନେ ଆପଣା ଆପଣା ଲଜ୍ଜା ସ୍ୱରୂପ ଫେଣ ଉଦ୍ଗାରକାରୀ ସମୁଦ୍ରର ଉତ୍ତାଳ ତରଙ୍ଗ ସଦୃଶ; ସେମାନେ ଭ୍ରମଣକାରୀ ତାରା ତୁଲ୍ୟ; ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ଅନନ୍ତକାଳ ରଖାଯାଇଅଛି।


କିନ୍ତୁ ଈଶ୍ବର ତାହାକୁ କହିଲେ, ରେ ନିର୍ବୋଧ, ଆଜି ରାତିରେ ତୋର ପ୍ରାଣ ତୋʼଠାରୁ ନିଆଯିବ; ସେଥିରେ ତୁ ଯାହା ଯାହା ସଞ୍ଚୟ କରିଅଛୁ, ସେହିସବୁ କାହାର ହେବ?


ସେଥିରେ ରାଜା ପରିଚାରକମାନଙ୍କୁ କହିଲେ, ‘ଏହାର ହାତଗୋଡ଼ ବାନ୍ଧି ଏହାକୁ ବାହାର ଅନ୍ଧକାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।


ମାତ୍ର ରାଜ୍ୟର ସନ୍ତାନମାନେ ବାହାର ଅନ୍ଧକାରରେ ପକାଯିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।”


ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ୱରଙ୍କ ନିକଟକୁ ଆତ୍ମା ଫେରିଯିବ।


ମନୁଷ୍ୟର ଆତ୍ମା ଊର୍ଦ୍ଧ୍ୱଗାମୀ ଓ ପଶୁର ଆତ୍ମା ପୃଥିବୀର ଅଧୋଗାମୀ ହୁଏ ବୋଲି କିଏ ଜାଣେ?


ଏଥିଉତ୍ତାରେ ବାଶାଙ୍କ ମୃତ୍ୟୁ ପରେ, ସେ ତିର୍ସାରେ କବର ପାଇଲେ ଓ ତାହାଙ୍କ ପୁତ୍ର ଏଲା ତାହାଙ୍କ ପଦରେ ରାଜ୍ୟ କଲେ।


Swiv nou:

Piblisite


Piblisite