Biblia Todo Logo
Bib sou entènèt

- Piblisite -




ଗୀତସଂହିତା 57:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ମୁଁ ସିଂହମାନଙ୍କ ମଧ୍ୟରେ ଅଛି; ମୁଁ ପ୍ରଜ୍ୱଳିତ ଲୋକମାନଙ୍କ ମଧ୍ୟରେ, ଯେଉଁ ମନୁଷ୍ୟ-ସନ୍ତାନଗଣର ଦନ୍ତ ବର୍ଚ୍ଛା ଓ ତୀର ତୁଲ୍ୟ, ପୁଣି, ଜିହ୍ୱା ତୀକ୍ଷ୍ଣ ଖଡ୍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ମୋʼ ପ୍ରାଣ ସିଂହମାନଙ୍କ ମଧ୍ୟରେ ଅଛି; ମୁଁ ପ୍ରଜ୍ଵଳିତ ଲୋକମାନଙ୍କ ମଧ୍ୟରେ, ଯେଉଁ ମନୁଷ୍ୟ-ସନ୍ତାନଗଣର ଦ; ବର୍ଚ୍ଛା ଓ ତୀର ତୁଲ୍ୟ, ପୁଣି ଜିହ୍ଵା ତୀକ୍ଷ୍ଣ ଖଡ଼୍‍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ।

Gade chapit la Kopi

ଓଡିଆ ବାଇବେଲ

4 ମୁଁ ସିଂହମାନଙ୍କ ମଧ୍ୟରେ ଅଛି; ମୁଁ ପ୍ରଜ୍ୱଳିତ ଲୋକମାନଙ୍କ ମଧ୍ୟରେ, ଯେଉଁ ମନୁଷ୍ୟ-ସନ୍ତାନଗଣର ଦନ୍ତ ବର୍ଚ୍ଛା ଓ ତୀର ତୁଲ୍ୟ, ପୁଣି, ଜିହ୍ୱା ତୀକ୍ଷ୍ଣ ଖଡ୍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ।

Gade chapit la Kopi

ପବିତ୍ର ବାଇବଲ

4 ମୋର ଜୀବନ ସଙ୍କଟପୂର୍ଣ୍ଣ। ମୋର ଶତ୍ରୁମାନେ ମୋର ଚତୁର୍ପାର୍ଶ୍ୱରେ ଘେରି ରହିଛନ୍ତି। ସେମାନେ ମଣିଷ ଖିଆ ସିଂହ ପରି। ସେମାନଙ୍କର ଦାନ୍ତ ବର୍ଚ୍ଛା ଓ ବାଣ ତୁଲ୍ୟ। ସେମାନଙ୍କର ଜିହ୍ୱା ତୀ‌କ୍ଷ୍‌ଣ ଖ‌ଡ଼୍‌ଗ ତୁଲ୍ୟ।

Gade chapit la Kopi




ଗୀତସଂହିତା 57:4
20 Referans Kwoze  

ହେ ପରମେଶ୍ୱର, ସେମାନଙ୍କ ମୁଖରେ ସେମାନଙ୍କ ଦନ୍ତ ଭାଙ୍ଗି ପକାଅ; ହେ ସଦାପ୍ରଭୋ, ଯୁବା ସିଂହମାନଙ୍କର କଳଦନ୍ତ ଭାଙ୍ଗି ପକାଅ।


ପୃଥିବୀରୁ ଦୁଃଖୀମାନଙ୍କୁ ଓ ମନୁଷ୍ୟଗଣ ମଧ୍ୟରୁ ଦରିଦ୍ରମାନଙ୍କୁ ଗ୍ରାସ କରିବା ପାଇଁ ଯେଉଁମାନଙ୍କର ଦନ୍ତ ଖଡ୍ଗ ପରି ଓ କଳଦନ୍ତ ଛୁରୀ ପରି, ଏପରି ଏକ ବଂଶ ଅଛି।


ହେ ସଦାପ୍ରଭୋ, ତୁମ୍ଭେ କେତେ କାଳ ଅନାଇ ଥିବ? ସେମାନଙ୍କ ଧ୍ୱଂସନରୁ ମୋହର ପ୍ରାଣକୁ, ସିଂହମାନଙ୍କଠାରୁ ମୋହର ଏକମାତ୍ର ଆତ୍ମାକୁ ରକ୍ଷା କର।


ତାହାର ମୁଖ ଲବଣୀ ତୁଲ୍ୟ ଚିକ୍କଣ, ମାତ୍ର ତାହାର ଅନ୍ତଃକରଣ ଯୁଦ୍ଧପୂର୍ଣ୍ଣ; ତାହାର କଥାସବୁ ତୈଳଠାରୁ କୋମଳ, ତଥାପି ତାହାସବୁ ନିଷ୍କୋଷ ଖଡ୍ଗ ତୁଲ୍ୟ।


କାହାର କାହାର ବାଚାଳତା ଖଡ୍ଗାଘାତ ପରି; ମାତ୍ର ଜ୍ଞାନୀର ଜିହ୍ୱା ସ୍ୱାସ୍ଥ୍ୟଜନକ।


ସେମାନେ ଖଡ୍ଗ ପରି ଆପଣା ଜିହ୍ୱା ଶାଣିତ କରିଅଛନ୍ତି


ପରମେଶ୍ୱରଙ୍କ ଦୟା ନିତ୍ୟସ୍ଥାୟୀ। ତୁମ୍ଭର ଜିହ୍ୱା ନିତାନ୍ତ ଦୁଷ୍ଟତା କଳ୍ପନା କରି ତୀକ୍ଷ୍ଣ କ୍ଷୁର ତୁଲ୍ୟ ପ୍ରବଞ୍ଚନାପୂର୍ବକ କାର୍ଯ୍ୟ କରୁଅଛି।


ତାହାଙ୍କ ମୁଖରୁ ତୀକ୍ଷ୍ଣ ଖଡ୍ଗ ନିର୍ଗତ ହୁଏ, ତଦ୍ୱାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଈଶ୍ବରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁଣ୍ଡ ଚୂର୍ଣ୍ଣ କରିବେ।


ଜିହ୍ୱା ମଧ୍ୟ ଅଗ୍ନି ସ୍ୱରୂପ; ତାହା ଆମ୍ଭମାନଙ୍କ ଅଙ୍ଗସମୂହ ମଧ୍ୟରେ ସମସ୍ତ ଅଧର୍ମର ମୂଳାଧାର ସ୍ୱରୂପେ ଅବସ୍ଥିତ; ତାହା ସମସ୍ତ ଶରୀରକୁ ଅଶୁଚି କରେ ଓ ନିଜେ ନର୍କରେ ପ୍ରଜ୍ୱଳିତ ହୋଇ ପ୍ରକୃତିର ଚକ୍ରକୁ ଜ୍ୱଳାଏ।


ଯେପରି ଗର୍ଜ୍ଜନକାରୀ ସିଂହ ଓ ଭ୍ରମଣକାରୀ ଭାଲୁ; ସେପରି ଦୀନହୀନ ପ୍ରଜାଙ୍କ ଉପରେ ଦୁଷ୍ଟ କର୍ତ୍ତା।


ପ୍ରତିବାସୀ ବିରୁଦ୍ଧରେ ଯେ ମିଥ୍ୟା ସାକ୍ଷ୍ୟ ଦିଏ, ସେ ଗଦା, ଖଡ୍ଗ ଓ ତୀକ୍ଷ୍ଣ ତୀର ସ୍ୱରୂପ;


ଦେଖ, ସେମାନେ ଆପଣା ଆପଣା ମୁଖରୁ ଉଦ୍ଗାର କରନ୍ତି; ସେମାନଙ୍କ ଓଷ୍ଠାଧରରେ ଖଡ୍ଗ ଥାଏ; କାରଣ ସେମାନେ କହନ୍ତି, “କିଏ ଆମ୍ଭମାନଙ୍କୁ ଶୁଣିବ?”


ଯେପରି ସିଂହ ଆପଣା ଗହ୍ୱରରେ, ସେପରି ସେ ଆବୃତ ସ୍ଥାନରେ ଛକି ବସେ, ସେ ଦରିଦ୍ରକୁ ଧରିବା ପାଇଁ ଛକି ବସେ; ସେ ଶିକାରୀ ସଦୃଶ୍ୟ ଦରିଦ୍ରକୁ ଧରି ଆପଣା ଜାଲରେ ଟାଣେ।


ମାତ୍ର ଯେବେ କରି ନାହଁ, ତେବେ ଅବୀମେଲକ୍‍ଠାରୁ ଅଗ୍ନି ବାହାରି ଶିଖିମ ନିବାସୀ ଲୋକଗଣଙ୍କୁ ଓ ମିଲ୍ଲୋ ନିବାସୀମାନଙ୍କୁ ଗ୍ରାସ କରୁ; ପୁଣି ଶିଖିମ ନିବାସୀ ଲୋକଗଣଠାରୁ ଓ ମିଲ୍ଲୋ ନିବାସୀମାନଙ୍କଠାରୁ ଅଗ୍ନି ବାହାରି ଅବୀମେଲକ୍‍କୁ ଗ୍ରାସ କରୁ।”


କିଏ ତାହାର ମୁଖରୁ କବାଟ ଫିଟାଇପାରେ? ତାହାର ଦନ୍ତର ଚତୁର୍ଦ୍ଦିଗରେ ତ୍ରାସ ଥାଏ।


ତୁମ୍ଭର ଦୀପ୍ତି ଓ ତୁମ୍ଭର ସତ୍ୟତା ପଠାଅ; ତାହା ମୋହର ପଥଦର୍ଶକ ହେଉ; ତାହା ତୁମ୍ଭ ପବିତ୍ର ପର୍ବତରେ ଓ ତୁମ୍ଭ ଆବାସରେ ମୋତେ ପ୍ରବେଶ କରାଉ।


Swiv nou:

Piblisite


Piblisite