Biblia Todo Logo
Bib sou entènèt

- Piblisite -




ଗୀତସଂହିତା 57:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେମାନେ ମୋʼ ଚରଣ ପାଇଁ ଜାଲ ପ୍ରସ୍ତୁତ କରିଅଛନ୍ତି; ମୋʼ ପ୍ରାଣ ଅବନତ ହୋଇଅଛି; ସେମାନେ ମୋʼ ସମ୍ମୁଖରେ ଗର୍ତ୍ତ ଖୋଳିଅଛନ୍ତି; ମାତ୍ର ସେମାନେ ନିଜେ ତହିଁ ମଧ୍ୟରେ ପତିତ ହୋଇଅଛନ୍ତି। [ସେଲା]

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସେମାନେ ମୋʼ ଚରଣ ପାଇଁ ଜାଲ ପ୍ରସ୍ତୁତ କରିଅଛନ୍ତି; ମୋʼ ପ୍ରାଣ ଅବନତ ହୋଇଅଛି; ସେମାନେ ମୋʼ ସମ୍ମୁଖରେ ଗର୍ତ୍ତ ଖୋଳିଅଛନ୍ତି; ସେମାନେ ଆପେ ତହିଁ ମଧ୍ୟରେ ପତିତ ହୋଇଅଛନ୍ତି। [ସେଲା

Gade chapit la Kopi

ଓଡିଆ ବାଇବେଲ

6 ସେମାନେ ମୋ’ ଚରଣ ପାଇଁ ଜାଲ ପ୍ରସ୍ତୁତ କରିଅଛନ୍ତି; ମୋ’ ପ୍ରାଣ ଅବନତ ହୋଇଅଛି; ସେମାନେ ମୋ’ ସମ୍ମୁଖରେ ଗର୍ତ୍ତ ଖୋଳି ଅଛନ୍ତି; ମାତ୍ର ସେମାନେ ନିଜେ ତହିଁ ମଧ୍ୟରେ ପତିତ ହୋଇଅଛନ୍ତି। [ସେଲା]

Gade chapit la Kopi

ପବିତ୍ର ବାଇବଲ

6 ମୋର ଶତ୍ରୁମାନେ ମୋତେ ଫାନ୍ଦରେ ପକାଇବାକୁ ମୋ’ ପାଇଁ ଜାଲ ବିସ୍ତାର କରିଛନ୍ତି। ସେମାନେ ମୋ’ ପାଇଁ ଏକ ବଡ଼ ଗାତ ଖୋଳିଛନ୍ତି। କିନ୍ତୁ ସେମାନେ ନିଜେ ସେଥିରେ ପଡ଼ିଛନ୍ତି। ସେଲା

Gade chapit la Kopi




ଗୀତସଂହିତା 57:6
18 Referans Kwoze  

ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି ଓ ନଇଁ ପଡ଼ିବା ଲୋକଙ୍କୁ ଉଠାନ୍ତି।


ଧାର୍ମିକ ଲୋକ ପୃଥିବୀରୁ ଉଚ୍ଛିନ୍ନ ହୋଇଅଛି ଓ ମନୁଷ୍ୟମାନଙ୍କ ମଧ୍ୟରେ ସରଳ ଲୋକ କେହି ନାହିଁ; ସେମାନେ ସମସ୍ତେ ରକ୍ତପାତ କରିବାକୁ ଛକି ବସନ୍ତି; ପ୍ରତ୍ୟେକ ଲୋକ ଆପଣା ଆପଣା ଭ୍ରାତାକୁ ଜାଲରେ ଧରିବାକୁ ଚେଷ୍ଟା କରଇ।


ଯେଉଁ ଲୋକ ସରଳ ଲୋକକୁ ମନ୍ଦ ପଥରେ ଯିବାକୁ ଭୁଲାଏ, ସେ ସ୍ୱକୃତ ଖାତରେ ଆପେ ପଡ଼ିବ; ମାତ୍ର ସିଦ୍ଧ ଲୋକେ ମଙ୍ଗଳ ଅଧିକାର କରିବେ।


ଅହଙ୍କାରୀମାନେ ଗୋପନରେ ମୋʼ ପାଇଁ ଫାନ୍ଦ ଓ ଦଉଡ଼ି ପାତିଅଛନ୍ତି। ସେମାନେ ପଥ ପାର୍ଶ୍ୱରେ ଜାଲ ପ୍ରସାରି ଅଛନ୍ତି; ସେମାନେ ମୋʼ ପାଇଁ ଯନ୍ତା ବସାଇ ଅଛନ୍ତି। [ସେଲା]


ଯେଉଁ ଲୋକ ଆପଣା ପ୍ରତିବାସୀର ଚାଟୁବାଦ କରେ, ସେ ତାହାର ପାଦ ପାଇଁ ଜାଲ ପ୍ରସାରେ।


ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍‍ବିଗ୍ନ ହେବା ବେଳେ ତୁମ୍ଭେ ମୋହର ମାର୍ଗ ଜାଣିଲ। ମୋʼ ଗମନ ପଥରେ ସେମାନେ ମୋʼ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି।


ଏହେତୁ ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍‍ବିଗ୍ନ ହୋଇଅଛି; ମୋʼ ଅନ୍ତରରେ ମୋହର ଚିତ୍ତ ଶୂନ୍ୟ ହୋଇଅଛି।


ହେ ମୋହର ପରମେଶ୍ୱର, ମୋହର ପ୍ରାଣ ମୋʼ ଅନ୍ତରରେ ଶୋକାକୁଳ ହେଉଅଛି; ଏଥିପାଇଁ ମୁଁ ଯର୍ଦ୍ଦନ ଦେଶରୁ, ପୁଣି, ହର୍ମୋଣ ଓ ମିତ୍‍ସୀୟର ପର୍ବତରୁ ତୁମ୍ଭକୁ ସ୍ମରଣ କରୁଅଛି।


ମାତ୍ର ଯଦି ଆମ୍ଭେ ଜୀବିତ ହେଉ, ଆଉ ଯଦି ଏହି ସମସ୍ତ ପୃଥିବୀ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ହେବ,


ଏହେତୁ ଦାଉଦ ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଆଉ ଦାଉଦ କହିଲେ, “ହେ ସଦାପ୍ରଭୋ, ଆମ୍ଭମାନଙ୍କ ପିତା ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ସଦାକାଳ ଧନ୍ୟ।


ହେ ସଦାପ୍ରଭୋ, ମହତ୍ତ୍ୱ, ପରାକ୍ରମ, ଶୋଭା, ଜୟ ଓ ପ୍ରତାପ ତୁମ୍ଭର; କାରଣ, ସ୍ୱର୍ଗ ଓ ପୃଥିବୀରେ ଥିବା ସମସ୍ତ ବିଷୟ ତୁମ୍ଭର; ହେ ସଦାପ୍ରଭୋ, ରାଜ୍ୟ ତୁମ୍ଭର ଓ ତୁମ୍ଭେ ସକଳର ଉପରେ ମସ୍ତକ ରୂପେ ଉନ୍ନତ ଅଟ।


ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ ଆପଣା ବିପକ୍ଷଗଣ ସକାଶୁ ଶିଶୁ ଓ ଦୁଗ୍ଧପୋଷ୍ୟମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ।


ଯେପରି ତୁମ୍ଭର ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କରି ଆମ୍ଭମାନଙ୍କୁ ଉତ୍ତର ଦିଅ।


Swiv nou:

Piblisite


Piblisite