Biblia Todo Logo
Bib sou entènèt

- Piblisite -




ଗୀତସଂହିତା 59:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଯେପରି ସେମାନେ ଆଉ ନ ଥିବେ, ଏଥିପାଇଁ ସେମାନଙ୍କୁ କୋପରେ ସଂହାର କର, ସେମାନଙ୍କୁ ସଂହାର କର; ପୁଣି, ପରମେଶ୍ୱର ଯେ ଯାକୁବ ମଧ୍ୟରେ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରନ୍ତି, ଏହା ସେମାନେ ଜ୍ଞାତ ହେଉନ୍ତୁ। [ସେଲା]

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଯେପରି ସେମାନେ ଆଉ ନ ଥିବେ, ଏଥିପାଇଁ ସେମାନଙ୍କୁ କୋପରେ ସଂହାର କର, ସେମାନଙ୍କୁ ସଂହାର କର; ପୁଣି, ପରମେଶ୍ଵର ଯେ ଯାକୁବ ମଧ୍ୟରେ, ପୃଥିବୀର ପ୍ରା; ପର୍ଯ୍ୟନ୍ତ କର୍ତ୍ତୃତ୍ଵ କରନ୍ତି, ଏହା ସେମାନେ ଜ୍ଞାତ ହେଉନ୍ତୁ। [ସେଲା

Gade chapit la Kopi

ଓଡିଆ ବାଇବେଲ

13 ଯେପରି ସେମାନେ ଆଉ ନ ଥିବେ, ଏଥିପାଇଁ ସେମାନଙ୍କୁ କୋପରେ ସଂହାର କର, ସେମାନଙ୍କୁ ସଂହାର କର; ପୁଣି, ପରମେଶ୍ୱର ଯେ ଯାକୁବ ମଧ୍ୟରେ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରନ୍ତି, ଏହା ସେମାନେ ଜ୍ଞାତ ହେଉନ୍ତୁ। [ସେଲା]

Gade chapit la Kopi

ପବିତ୍ର ବାଇବଲ

13 ସେମାନଙ୍କୁ ତୁମ୍ଭ କ୍ରୋଧରେ ଧ୍ୱଂସ କର। ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କର। ତାହାହେଲେ ସମସ୍ତ ପୃଥିବୀବାସୀ ଜାଣିବେ ଯେ, ପରମେଶ୍ୱର ଇସ୍ରାଏଲର ଶାସକ। ସେଲା

Gade chapit la Kopi




ଗୀତସଂହିତା 59:13
21 Referans Kwoze  

ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ, କେବଳ ତୁମ୍ଭେ ଯେ ସମୁଦାୟ ଭୂମଣ୍ଡଳରେ ସର୍ବୋପରିସ୍ଥ ଅଟ, ଏହା ସେମାନେ ଜାଣି ପାରିବେ।


ଆହା, ଦୁଷ୍ଟମାନଙ୍କର ଦୁଷ୍ଟତାର ଶେଷ ହେଉ, ମାତ୍ର ତୁମ୍ଭେ ଧାର୍ମିକମାନଙ୍କୁ ସଂସ୍ଥାପନ କର; କାରଣ ଧର୍ମମୟ ପରମେଶ୍ୱର ଅନ୍ତଃକରଣ ଓ ମର୍ମର ପରୀକ୍ଷା କରନ୍ତି।


ଆଉ, ଆମ୍ଭେ ଆମ୍ଭର ଇସ୍ରାଏଲ ଲୋକଙ୍କ ମଧ୍ୟରେ ଆପଣା ପବିତ୍ର ନାମ ଜ୍ଞାତ କରାଇବା ଓ ଆମ୍ଭର ପବିତ୍ର ନାମ ଆଉ ଅପବିତ୍ରୀକୃତ ହେବାକୁ ଦେବା ନାହିଁ, ତହିଁରେ ଆମ୍ଭେ ଯେ ଇସ୍ରାଏଲ ମଧ୍ୟରେ ପବିତ୍ର ସଦାପ୍ରଭୁ ଅଟୁ, ଏହା ଗୋଷ୍ଠୀୟମାନେ ଜାଣିବେ।


ସେମାନଙ୍କୁ ବଧ କର ନାହିଁ, କେଜାଣି ମୋʼ ଲୋକମାନେ ପାସୋରି ଯିବେ; ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପ୍ରଭୋ, ତୁମ୍ଭ ପରାକ୍ରମରେ ସେମାନଙ୍କୁ ଛିନ୍ନଭିନ୍ନ କରି ଅଧୋନତ କର।


ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତିବ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ।


ପୁଣି, ଆମ୍ଭେ ଆପଣାକୁ ମହାନ କରିବା ଓ ଆପଣାକୁ ପବିତ୍ରୀକୃତ କରିବା, ଆଉ ଅନେକ ଗୋଷ୍ଠୀର ସାକ୍ଷାତରେ ଆପଣାର ପରିଚୟ ଦେବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”


କାରଣ ତୁମ୍ଭର ନିର୍ମାଣକର୍ତ୍ତା ତୁମ୍ଭର ସ୍ୱାମୀ ଅଟନ୍ତି; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା; ସେ ସମୁଦାୟ ପୃଥିବୀର ପରମେଶ୍ୱର ବୋଲି ବିଖ୍ୟାତ ହେବେ।


ପାପୀଗଣ ପୃଥିବୀରୁ ଉଚ୍ଛିନ୍ନ ହେଉନ୍ତୁ ଓ ଦୁଷ୍ଟମାନେ ଆଉ ନ ଥାଉନ୍ତୁ। ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର। ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।


ଏଣୁ ଏବେ, ହେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର, ମୁଁ ବିନୟ କରୁଅଛି, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ପରମେଶ୍ୱର ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।”


ଏହିରୂପେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମକାରୀ ସମସ୍ତ ବଂଶର ନିଃଶେଷ ନ ହେବା ପର୍ଯ୍ୟନ୍ତ ସେ ସେମାନଙ୍କୁ ଚାଳିଶ ବର୍ଷ ପର୍ଯ୍ୟନ୍ତ ଏ ପ୍ରାନ୍ତରରେ ଭ୍ରମଣ କରାଇଲେ।


ତାହାର ମୁଖ ଅଭିଶାପ, ଛଳନା ଓ ଉପଦ୍ରବରେ ପରିପୂର୍ଣ୍ଣ; ତାହାର ଜିହ୍ୱା ତଳେ ଅନିଷ୍ଟ ଓ ଅଧର୍ମ ଥାଏ।


ପୁଣି, ସକଳ ମନୁଷ୍ୟ ଭୟ କରିବେ, ସେମାନେ ପରମେଶ୍ୱରଙ୍କ କର୍ମ ପ୍ରକାଶ କରିବେ ଓ ତାହାଙ୍କର କ୍ରିୟା ସୁବିବେଚନା କରିବେ।


ଆହୁରି, ସେ ଅଭିଶାପ ଭଲ ପାଇଲା ଓ ତାହା ତାହା ପ୍ରତି ଘଟିଲା; ଆଉ, ସେ ଆଶୀର୍ବାଦରେ ସନ୍ତୁଷ୍ଟ ହେଲା ନାହିଁ, ଏଣୁ ତାହା ତାହାଠାରୁ ଦୂର ହେଲା।


ଦୁଷ୍ଟ ଆପଣା ଓଷ୍ଠର ଅଧର୍ମ ସକାଶୁ ଫାନ୍ଦରେ ପଡିଥାଏ, ମାତ୍ର ଧାର୍ମିକ ଦୁଃଖରୁ ଉଦ୍ଧାର ପାଇବ।


Swiv nou:

Piblisite


Piblisite