Biblia Todo Logo
Bib sou entènèt

- Piblisite -




ଗୀତସଂହିତା 59:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭର ଅନୁସରଣ କରିବି; କାରଣ ପରମେଶ୍ୱର ମୋହର ଉଚ୍ଚ ଦୁର୍ଗ ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ହେ ମୋହର ବଳ ସ୍ଵରୂପ, ମୁଁ ତୁମ୍ଭର ଅନୁସରଣ କରିବି; କାରଣ ପରମେଶ୍ଵର ମୋହର ଉଚ୍ଚ ଦୁର୍ଗ ଅଟନ୍ତି।

Gade chapit la Kopi

ଓଡିଆ ବାଇବେଲ

9 ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭର ଅନୁସରଣ କରିବି; କାରଣ ପରମେଶ୍ୱର ମୋହର ଉଚ୍ଚ ଦୁର୍ଗ ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ

9 ହେ ମୋର ଶକ୍ତି! ମୁଁ ତୁମ୍ଭ ପାଇଁ ଅପେକ୍ଷା କରିଛି। ହେ ପରମେଶ୍ୱର, ତୁମ୍ଭେ ମୋର ଉଚ୍ଚ ପର୍ବତରେ ଥିବା ନିରାପଦର ସ୍ଥାନ ଅଟ।

Gade chapit la Kopi




ଗୀତସଂହିତା 59:9
18 Referans Kwoze  

ମଧ୍ୟ ସଦାପ୍ରଭୁ ଉପଦ୍ରବଗ୍ରସ୍ତମାନଙ୍କ ନିମନ୍ତେ ଉଚ୍ଚ ଦୁର୍ଗ ହେବେ। ସଙ୍କଟ ସମୟରେ ଉଚ୍ଚ ଦୁର୍ଗ ହେବେ;


କେବଳ ସେ ମୋହର ଶୈଳ ଓ ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ଅତିଶୟ ବିଚଳିତ ନୋହିବି।


ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି; ଯେଣୁ ପରମେଶ୍ୱର ମୋହର ଉଚ୍ଚ ଦୁର୍ଗ, ମୋହର ଦୟାବାନ ପରମେଶ୍ୱର।


ସଦାପ୍ରଭୁଙ୍କର ସାହାଯ୍ୟ ନିମନ୍ତେ ଅପେକ୍ଷା କର; ବଳବାନ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ; ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର।


ପ୍ରଭୁ ସଦାପ୍ରଭୁ ମୋର ବଳ ସ୍ୱରୂପ ଓ ସେ ମୋର ଚରଣ ହରିଣୀର ଚରଣ ସଦୃଶ କରନ୍ତି, ପୁଣି ମୋର ଉଚ୍ଚସ୍ଥଳୀରେ ମୋତେ ଗମନ କରାଇବେ। ମୋର ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ।


ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ; ସେମାନେ ଶ୍ରାନ୍ତ ନ ହୋଇ ଦୌଡ଼ିବେ; ସେମାନେ କ୍ଳାନ୍ତ ନ ହୋଇ ଗମନ କରିବେ।


ଦେଖ, “ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବାଃ ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।”


ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ; ମୁଁ କାହାକୁ ଭୟ କରିବି? ସଦାପ୍ରଭୁ ମୋʼ ଜୀବନର ବଳ; ମୁଁ କାହାଠାରୁ ଭୀତ ହେବି?


ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।]’


ତେବେ ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ; ପୁଣି, ଆମ୍ଭେ ତୁମ୍ଭକୁ ପୃଥିବୀର ଉଚ୍ଚସ୍ଥଳୀମାନରେ ଆରୋହଣ କରାଇବା; ଆଉ, ତୁମ୍ଭ ପିତା ଯାକୁବର ଅଧିକାର ତୁମ୍ଭକୁ ଭୋଗ କରାଇବା: କାରଣ ସଦାପ୍ରଭୁଙ୍କର ମୁଖ ଏହା କହିଅଛି।”


ପରମେଶ୍ୱର ଥରେ କହିଅଛନ୍ତି, ଆମ୍ଭେ ଦୁଇ ଥର ଏହା ଶୁଣିଅଛୁ ଯେ, ପରାକ୍ରମ ପରମେଶ୍ୱରଙ୍କର ଅଟଇ।


ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି।


ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ।


ସଦାପ୍ରଭୁ ସଙ୍କଟ ଦିନରେ ତୁମ୍ଭକୁ ଉତ୍ତର ଦେଉନ୍ତୁ; ଯାକୁବର ପରମେଶ୍ୱରଙ୍କ ନାମ ତୁମ୍ଭକୁ ରକ୍ଷା ସ୍ଥାପନ କରନ୍ତୁ;


ଯେ ସ୍ୱର୍ଗରେ ଉପବିଷ୍ଟ, ସେ ହସିବେ; ପ୍ରଭୁ ସେମାନଙ୍କୁ ପରିହାସ କରିବେ।


Swiv nou:

Piblisite


Piblisite