Biblia Todo Logo
Bib sou entènèt

- Piblisite -




ଗୀତସଂହିତା 6:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ହେ ସଦାପ୍ରଭୋ, ମୋତେ ଦୟା କର; କାରଣ ମୁଁ ଶୁଷ୍କ ହୋଇ ଯାଇଅଛି; ହେ ସଦାପ୍ରଭୋ, ମୋତେ ସୁସ୍ଥ କର; କାରଣ ମୋʼ ର ଅସ୍ଥିସବୁ ବ୍ୟାକୁଳ ହେଉଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ହେ ସଦାପ୍ରଭୋ, ମୋତେ ଦୟା କର; କାରଣ ମୁଁ ଶୁଷ୍କ ହୋଇ ଯାଇଅଛି; ହେ ସଦାପ୍ରଭୋ, ମୋତେ ସୁସ୍ଥ କର; କାରଣ ମୋର ଅସ୍ଥିସବୁ ବ୍ୟାକୁଳ ହେଉଅଛି।

Gade chapit la Kopi

ଓଡିଆ ବାଇବେଲ

2 ହେ ସଦାପ୍ରଭୁ, ମୋତେ ଦୟା କର; କାରଣ ମୁଁ ଶୁଷ୍କ ହୋଇ ଯାଇଅଛି; ହେ ସଦାପ୍ରଭୁ, ମୋତେ ସୁସ୍ଥ କର; କାରଣ ମୋ’ର ଅସ୍ଥିସବୁ ବ୍ୟାକୁଳ ହେଉଅଛି।

Gade chapit la Kopi

ପବିତ୍ର ବାଇବଲ

2 ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର। ମୁଁ ରୁ‌‌ଗ୍‌‌ଣ ଓ ଦୁର୍ବଳ। ମୋତେ ସୁସ୍ଥ କର କାରଣ ମୋର ଅସ୍ଥିସବୁ କମ୍ପିତ ହେଉଅଛି।

Gade chapit la Kopi




ଗୀତସଂହିତା 6:2
21 Referans Kwoze  

“ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଫେରିଯାଉ; କାରଣ ସେ ବିଦୀର୍ଣ୍ଣ କରିଅଛନ୍ତି ଓ ସେ ଆମ୍ଭମାନଙ୍କୁ ସୁସ୍ଥ କରିବେ; ସେ ପ୍ରହାର କରିଅଛନ୍ତି ଓ ସେ ଆମ୍ଭମାନଙ୍କ କ୍ଷତ ବାନ୍ଧିବେ।


କାରଣ ଦୁଃଖରେ ମୋହର ଜୀବନ ଓ ହାହାକାରରେ ମୋହର ବର୍ଷ ବହି ଯାଉଅଛି; ମୋʼ ଅପରାଧ ସକାଶୁ ମୋର ବଳ କ୍ଷୀଣ ହେଉଅଛି ଓ ମୋର ଅସ୍ଥିସବୁ କ୍ଷୟ ପାଉଅଛି।


ହେ ସଦାପ୍ରଭୋ, ମୋହର ପରମେଶ୍ୱର, ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲି, ପୁଣି, ତୁମ୍ଭେ ମୋତେ ସୁସ୍ଥ କରିଅଛ।


ହେ ସଦାପ୍ରଭୁ, ମୋତେ ସୁସ୍ଥ କର, ତହିଁରେ ମୁଁ ସୁସ୍ଥ ହେବି, ମୋତେ ପରିତ୍ରାଣ କର, ତହିଁରେ ମୁଁ ପରିତ୍ରାଣ ପାଇବି; କାରଣ ତୁମ୍ଭେ ମୋର ପ୍ରଶଂସାଭୂମି।


ମୋତେ ଆହ୍ଲାଦ ଓ ଆନନ୍ଦଜନକ ବାକ୍ୟ ଶୁଣାଅ; ତହିଁରେ ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ପ୍ରଫୁଲ୍ଲ ହେବ।


ଏବେ ଦେଖ, ଆମ୍ଭେ, ଆମ୍ଭେ ହିଁ ସେ ଅଟୁ; ଆମ୍ଭ ସଙ୍ଗେ ଆଉ କୌଣସି ଦେବତା ନାହିଁ; ଆମ୍ଭେ ବଧ କରୁ ଓ ଆମ୍ଭେ ଜୀବନ ଦାନ କରୁ; ଆମ୍ଭେ କ୍ଷତ କରିଅଛୁ ଓ ଆମ୍ଭେ ସୁସ୍ଥ କରୁ; ପୁଣି, ଆମ୍ଭ ହସ୍ତରୁ ଯେ ଉଦ୍ଧାର କରିପାରେ, ଏପରି କେହି ନାହିଁ।


କାରଣ ମୋʼ କଟିଦେଶ ଜ୍ୱାଳାରେ ପରିପୂର୍ଣ୍ଣ ଓ ମୋହର ମାଂସରେ କିଛି ସ୍ୱାସ୍ଥ୍ୟ ନାହିଁ।


ତୁମ୍ଭ କୋପ ସକାଶୁ ମୋʼ ଶରୀର କିଛି ସ୍ୱାସ୍ଥ୍ୟ ନାହିଁ; ପୁଣି, ମୋʼ ପାପ ସକାଶୁ ମୋʼ ଅସ୍ଥିରେ କିଛି ଆରାମ ନାହିଁ।


ମୁଁ ମୌନ ହୋଇଥିବା ବେଳେ ଦିନସାରା ଆର୍ତ୍ତନାଦ କରିବା ଦ୍ୱାରା ମୋହର ଅସ୍ଥିସବୁ କ୍ଷୟ ପାଇଲା।


ଏଥିଉତ୍ତାରେ ଅବ୍ରହାମ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ପରମେଶ୍ୱର ଅବିମେଲକଙ୍କୁ ଓ ତାଙ୍କ ଭାର୍ଯ୍ୟାକୁ ଓ ତାହାର ଦାସୀଗଣକୁ ସୁସ୍ଥ କଲେ; ତହିଁରେ ସେମାନଙ୍କର ସନ୍ତାନସନ୍ତତି ଜାତ ହେଲେ।


ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ଅଞ୍ଚଳ ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ।


ମୁଁ ଜଳ ପରି ଢଳା ହେଉଅଛି ଓ ମୋହର ସବୁ ଅସ୍ଥି ସନ୍ଧିରୁ ଖସି ପଡ଼ୁଅଛି। ମୋହର ହୃଦୟ ମହମ ପରି ହୋଇଅଛି; ତାହା ମୋʼ ଅନ୍ତ୍ର ମଧ୍ୟରେ ତରଳି ଯାଏ।


କାରଣ ସେ କ୍ଷତ କରନ୍ତି ଓ ବାନ୍ଧନ୍ତି; ସେ ଆଘାତ କରନ୍ତି ଓ ତାହାଙ୍କ ହସ୍ତ ସୁସ୍ଥ କରଇ;


ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ହେ ପରମେଶ୍ୱର, ବିନୟ କରୁଅଛି, ତାହାକୁ ସୁସ୍ଥ କର।”


“ତୁମ୍ଭେ ଯଦି ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କର, ତାହାଙ୍କ ଦୃଷ୍ଟିରେ ଯାହା ଉଚିତ ତାହା କର, ତାହାଙ୍କ ଆଜ୍ଞାରେ କର୍ଣ୍ଣ ଦିଅ ଓ ତାହାଙ୍କ ବିଧି ସମସ୍ତ ପାଳନ କର, ତେବେ ଆମ୍ଭେ ମିସରୀୟ ଲୋକମାନଙ୍କୁ ଯେସବୁ ରୋଗ ଭୋଗ କରାଇଲୁ, ତାହାସବୁ ତୁମ୍ଭମାନଙ୍କୁ ଭୋଗ କରିବାକୁ ଦେବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।”


ହେ ମୋହର ମିତ୍ରମାନେ, ମୋʼ ପ୍ରତି ଦୟା କର, ମୋʼ ପ୍ରତି ଦୟା କର; କାରଣ ପରମେଶ୍ୱରଙ୍କ ହସ୍ତ ମୋତେ ସ୍ପର୍ଶ କରିଅଛି।


କାରଣ ତୁମ୍ଭର ତୀରସବୁ ମୋʼ ଠାରେ ବିଦ୍ଧ ରହିଅଛି ଓ ତୁମ୍ଭର ହସ୍ତ ମୋତେ ଅତିଶୟ ଚାପୁଅଛି।


ହେ ସଦାପ୍ରଭୁ, ମୋତେ ଶାସନ କର, ମାତ୍ର ବିଚାରପୂର୍ବକ କର; କ୍ରୋଧରେ ତାହା ନ କର, କଲେ ତୁମ୍ଭେ ମୋତେ ବିନାଶ କରିବ।


Swiv nou:

Piblisite


Piblisite