Biblia Todo Logo
Bib sou entènèt

- Piblisite -




ଗୀତସଂହିତା 68:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମାତ୍ର ଧାର୍ମିକମାନେ ଆନନ୍ଦିତ ହେଉନ୍ତୁ; ସେମାନେ ପରମେଶ୍ୱରଙ୍କ ସମ୍ମୁଖରେ ଉଲ୍ଲାସ କରନ୍ତୁ; ହଁ, ସେମାନେ ଆନନ୍ଦରେ ପ୍ରଫୁଲ୍ଲ ହେଉନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ମାତ୍ର ଧାର୍ମିକମାନେ ଆନନ୍ଦିତ ହେଉନ୍ତୁ; ସେମାନେ ପରମେଶ୍ଵରଙ୍କ ସମ୍ମୁଖରେ ଉଲ୍ଲାସ କରନ୍ତୁ; ହଁ, ସେମାନେ ଆନନ୍ଦରେ ପ୍ରଫୁଲ୍ଲ ହେଉନ୍ତୁ।

Gade chapit la Kopi

ଓଡିଆ ବାଇବେଲ

3 ମାତ୍ର ଧାର୍ମିକମାନେ ଆନନ୍ଦିତ ହେଉନ୍ତୁ; ସେମାନେ ପରମେଶ୍ୱରଙ୍କ ସମ୍ମୁଖରେ ଉଲ୍ଲାସ କରନ୍ତୁ; ହଁ, ସେମାନେ ଆନନ୍ଦରେ ପ୍ରଫୁଲ୍ଲ ହେଉନ୍ତୁ।

Gade chapit la Kopi

ପବିତ୍ର ବାଇବଲ

3 ପରମେଶ୍ୱରଙ୍କ ସହିତ ଧାର୍ମିକ ଲୋକମାନେ ଖୁସୀ ହୁଅନ୍ତି ଓ ଧାର୍ମିକ ଲୋକମାନେ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦିତ ହୁଅନ୍ତି, ସେମାନେ ଆନନ୍ଦର ସହିତ ପାଳନ କରନ୍ତି।

Gade chapit la Kopi




ଗୀତସଂହିତା 68:3
16 Referans Kwoze  

ଧାର୍ମିକ ଲୋକ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ ଓ ତାହାଙ୍କର ଶରଣାଗତ ହେବ। ପୁଣି, ସରଳାନ୍ତଃକରଣ ସମସ୍ତେ ସଦାପ୍ରଭୁଙ୍କଠାରେ ପ୍ରଶଂସା କରିବେ।


ସର୍ବଦା ଆନନ୍ଦ କର; ନିରନ୍ତର ପ୍ରାର୍ଥନା କର;


ଆସ, ଆମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁ, ଏବଂ ତାହାଙ୍କୁ ଗୌରବ ପ୍ରଦାନ କରୁ, କାରଣ ମେଷଶାବକଙ୍କ ବିବାହର ସମୟ ଉପସ୍ଥିତ, ଆଉ ତାହାଙ୍କ କନ୍ୟା ଆପଣାକୁ ସଜ୍ଜିତ କରିଅଛି।


ହେ ସ୍ୱର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ସମସ୍ତ ଭାବବାଦୀ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, କାରଣ ଈଶ୍ବର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଅଛନ୍ତି।’”


ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ପୁଣି, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।


ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ


ଧାର୍ମିକ ଲୋକ ପ୍ରତିଫଳ ଦେଖି ଆନନ୍ଦ କରିବ; ସେ ଦୁଷ୍ଟମାନଙ୍କ ରକ୍ତରେ ଆପଣା ପାଦ ଧୋଇବ।


ତହିଁରେ ମୁଁ ପରମେଶ୍ୱରଙ୍କ ବେଦି ନିକଟକୁ ଓ ମୋହର ପରମାନନ୍ଦଜନକ ପରମେଶ୍ୱରଙ୍କ ନିକଟକୁ ଯିବି; ଆଉ, ହେ ପରମେଶ୍ୱର, ମୋହର ପରମେଶ୍ୱର, ମୁଁ ବୀଣା ଯନ୍ତ୍ରରେ ତୁମ୍ଭର ପ୍ରଶଂସା କରିବି।


ହେ ସଦାପ୍ରଭୋ, ରାଜା ତୁମ୍ଭ ବଳରେ ଆନନ୍ଦ କରିବେ ଓ ତୁମ୍ଭ ପରିତ୍ରାଣରେ ସେ କେଡ଼େ ମହାନନ୍ଦ କରିବେ!


ଆଉ ତୁମ୍ଭେମାନେ, ତୁମ୍ଭମାନଙ୍କ ପୁତ୍ରଗଣ, ତୁମ୍ଭମାନଙ୍କ କନ୍ୟାଗଣ, ତୁମ୍ଭମାନଙ୍କ ଦାସଗଣ ଓ ତୁମ୍ଭମାନଙ୍କ ଦାସୀଗଣ, ପୁଣି ତୁମ୍ଭମାନଙ୍କ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକର କୌଣସି ଅଂଶ କି ଅଧିକାର ତୁମ୍ଭମାନଙ୍କ ମଧ୍ୟରେ ନ ଥିବା ସକାଶୁ ସେ ଏବଂ ତୁମ୍ଭେ ସମସ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।


ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦ କର ଓ ଉଲ୍ଲସିତ ହୁଅ; ହେ ସରଳାନ୍ତଃକରଣ ସମସ୍ତେ, ତୁମ୍ଭେମାନେ ଆନନ୍ଦଧ୍ୱନି କର।


ମାତ୍ର ଦୁଷ୍ଟମାନେ ବିନଷ୍ଟ ହେବେ, ପୁଣି, ସଦାପ୍ରଭୁଙ୍କ ଶତ୍ରୁମାନେ ଚରାସ୍ଥାନରେ ଶୋଭା ସ୍ୱରୂପ ହେବେ; ସେମାନେ ନିଃଶେଷିତ ହେବେ; ସେମାନେ ଧୂମରେ ନିଃଶେଷିତ ହୋଇଯିବେ।


ଆମ୍ଭେ ଗର୍ବୀକୁ କହିଲୁ, “ଗର୍ବାଚରଣ କର ନାହିଁ,” ଆମ୍ଭେ ଦୁଷ୍ଟକୁ କହିଲୁ, “ଶୃଙ୍ଗ ଉଠାଅ ନାହିଁ;


Swiv nou:

Piblisite


Piblisite